ETV Bharat / city

‘୨୦୨୨ରେ ପୁଣି ଥରେ ବିଜେପିକୁ ଆଶୀର୍ବାଦ କରିବେ ଉତ୍ତରପ୍ରଦେଶବାସୀ’

author img

By

Published : Oct 30, 2021, 8:46 PM IST

୪ଦିନିଆ ଉତ୍ତର ପ୍ରଦେଶ ଗସ୍ତରେ ଦଳୀୟ ରାଜ୍ୟ ପ୍ରଭାରୀ ତଥା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଦଳୀୟ କର୍ମକର୍ତ୍ତାଙ୍କ ସହ କଲେ ବୈଠକ । କହିଲେ ବିଧାନସଭା ନିର୍ବାଚନରେ ପୁଣି ରାଜ୍ୟବାସୀଙ୍କ ଆର୍ଶୀବାଦ ପାଇ ସରକାର କରିବ ବିଜେପି । ଅଧିକ ପଢନ୍ତୁ...

‘୨୦୨୨ରେ ପୁଣି ଥରେ ବିଜେପିକୁ ଆଶୀର୍ବାଦ କରିବେ ଉତ୍ତର ପ୍ରଦେଶବାସୀ’

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନେତୃତ୍ୱାଧୀନ ସରକାରଙ୍କ ଦ୍ୱାରା ନିଆଯାଇଥିବା ଜନ ହିତକାରୀ ଯୋଜନା ରାଜ୍ୟବାସୀଙ୍କ ଜୀବନରେ ଅନେକ ସକରାତ୍ମକ ପରିବର୍ତ୍ତନ ଆଣିଛି । ୨୦୨୨ରେ ପୁଣି ଥରେ ୟୁପିବାସୀ ବିଜେପିକୁ ଆଶୀର୍ବାଦ କରିବେ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ୪ଦିନିଆ ଉତ୍ତର ପ୍ରଦେଶ ଗସ୍ତରେ ଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ଆଜି(ଶନିବାର) କାନପୁରରେ ଆୟୋଜିତ କାନପୁର–ବୁନ୍ଦେଲଖଣ୍ଡ କ୍ଷେତ୍ରର କାର୍ଯ୍ୟକର୍ତ୍ତା ବୈଠକରେ ଯୋଗଦେଇ କାର୍ଯ୍ୟକର୍ତ୍ତାଙ୍କୁ ଗୁରୁମନ୍ତ୍ର ଦେବା ଅବସରରେ ଏପରି ଦୃଢୋକ୍ତି ପ୍ରକାଶ କରିଛନ୍ତି ।

ଏହି ଅବସରରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ୟୁପିରେ ୨୦୨୨ ନିର୍ବାଚନ ପାଇଁ ଏକ ବ୍ୟାପକ ରଣନୀତି ପ୍ରସ୍ତୁତ କରିବା ପାଇଁ ଦଳ ପକ୍ଷରୁ ବିଭିନ୍ନ ବୈଠକ ଅନୁଷ୍ଠିତ ହେଉଛି । ଦଳରେ ଅଢ଼େଇ କୋଟି ସକ୍ରିୟ ସଦସ୍ୟ ଥିବାବେଳେ ଆହୁରି ଦେଢ କୋଟି ସଦସ୍ୟଙ୍କୁ ଯୋଡ଼ିବା ପାଇଁ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଲକ୍ଷ୍ନୌରେ ‘ମେରା ପରିବାର, ବିଜେପି ପରିବାର’ ସଦସ୍ୟତା ଅଭିଯାନର ଶୁଭାରମ୍ଭ କରିଛନ୍ତି । ଏହାବ୍ୟତୀତ ଉତ୍ତର ପ୍ରଦେଶ ନିର୍ବାଚନ ପାଇଁ ନିର୍ବାଚନୀ ପ୍ରଚାର ଗାଡ଼ିର ମଧ୍ୟ ଶୁଭାରମ୍ଭ କରାଯାଇଛି ।

୨୦୨୨ରେ ଉତ୍ତର ପ୍ରଦେଶ ନିର୍ବାଚନରେ ବିଜେପି ୩୦୦ରୁ ଅଧିକ ଆସନରେ ବିଜୟୀ ହେବା ସହ ରାଜ୍ୟରେ ପୁଣି ଥରେ ଇତିହାସ ରଚିବ । ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱ ଏବଂ ଯୋଗୀ ଆଦିତ୍ୟନାଥଙ୍କ ଶାସନରେ ଉତ୍ତର ପ୍ରଦେଶ ଆଜି ଗୁଣ୍ଡାରାଜ ସମାପ୍ତ ହୋଇଛି । ଏହାବ୍ୟତୀତ କୋରୋନା ସମୟରେ ପ୍ରଧାନମନ୍ତ୍ରୀ ଜନ କଲ୍ୟାଣକାରୀ ଯୋଜନାରୁ ଅନେକ ଲୋକ ସୁଫଳ ପାଇଛନ୍ତି । ପ୍ରଧାନମନ୍ତ୍ରୀଙ୍କ ପ୍ରତି ଉତ୍ତର ପ୍ରଦେଶବାସୀଙ୍କ ଆସ୍ଥା ବଢ଼ିଛି । ଏଥର ନିଶ୍ଚିତ ଭାବରେ ଉତ୍ତରପ୍ରଦେଶର ଜନ ସାଧାରଣ ବିଜେପି ଉପରେ ପୁଣି ଥରେ ଜନଆଶୀର୍ବାଦ ଦେବେ ବୋଲି କେନ୍ଦ୍ରମନ୍ତ୍ରୀ ମତବ୍ୟକ୍ତ କରିଛନ୍ତି । ଆଜିର ବୈଠକରେ ୟୁପି ଉପମୁଖ୍ୟମନ୍ତ୍ରୀ ଦିନେଶ ଶର୍ମା, ପ୍ରଦେଶ ସଂଗଠନ ମହାମନ୍ତ୍ରୀ ସୁନୀଲ ବଂଶଲଙ୍କ ସମେତ ଜିଲ୍ଲା, ମଣ୍ଡଳ ଓ ବୁଥ ସ୍ତରରୁ ବହୁ କାର୍ଯ୍ୟକର୍ତ୍ତା ଯୋଗଦେଇଥିଲେ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.