ଭୁବନେଶ୍ବର: ବିଦ୍ୟୁତ ଶୁଳ୍କର ଅହେତୁକ ଦରବୃଦ୍ଧି ଓ ଅଘୋଷିତ ବିଦ୍ୟୁତ କାଟ ନେଇ ରାଜ୍ୟ ସରକାରଙ୍କୁ ଘେରିବ ରାଜ୍ୟ ବିଜେପି ଯୁବ ମୋର୍ଚ୍ଚା । ରାଜ୍ୟରେ ବିଦ୍ୟୁତ ଶୁଳ୍କର ଅହେତୁକ ଦରବୃଦ୍ଧି ଓ ଅଘୋଷିତ ବିଦ୍ୟୁତ କାଟ ନେଇ ରାଜ୍ୟ ସରକାରଙ୍କୁ ଦାୟୀ କରିବା ସହ ପ୍ରତିବାଦ କରିବାକୁ ପ୍ରସ୍ତୁତ ହେଉଛି ରାଜ୍ୟ ବିଜେପି ଯୁବ ମୋର୍ଚ୍ଚା ।
ଆସନ୍ତା ଜୁଲାଇ 16 ରୁ 20 ତାରିଖ ପର୍ଯ୍ୟନ୍ତ ସବୁ ଜିଲ୍ଲା ମୁଖ୍ୟାଳୟରେ କ୍ୟାଣ୍ଡେଲ ମାର୍ଚ୍ଚ କରିବ ଦଳ । ଏନେଇ ଦଳୀୟ କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ବିଜେପି ଯୁବ ମୋର୍ଚ୍ଚା ସଭାପତି ଇରାଶିଷ ଆଚାର୍ଯ୍ୟ ସୂଚନା ଦେଇଛନ୍ତି ।
ଭୁବନେଶ୍ବରରୁ ମନୋରଞ୍ଜନ ଶଙ୍ଖୁଆ, ଇଟିଭି ଭାରତ