ETV Bharat / city

ପ୍ରତ୍ୟାଖ୍ୟାନ ହେବା ପରେ ମୁଣ୍ଡରୁ ଦୋଷ ଖସାଇବାକୁ ବିଜେପିର ଉଦ୍ୟମ: ବିଜେଡି - ବିଜେପିକୁ ବିଜେଡିର ଜବାବ

ଆସନ୍ତାକାଲି ପୌର ନିର୍ବାଚନର ଫଳାଫଳ ପ୍ରକାଶ ପାଇବାକୁ ଯାଉଛି । ପଞ୍ଚାୟତ ନିର୍ବାଚନ ଭଳି ପୌର ନିର୍ବାଚନରେ ମଧ୍ୟ ବଡ଼ ପରାଜୟର ସମ୍ମୁଖୀନ ହେବାକୁ ଯାଉଛି ବିଜେପି । ଏହା କହିଛନ୍ତି ବିଜେଡି ମୁଖପାତ୍ର ଲେନିନ ମହାନ୍ତି । ଅଧିକ ପଢନ୍ତୁ

BJP's attempt to clear blame after rejection: BJD
ପ୍ରତ୍ୟାଖ୍ୟାତ ହେବା ପରେ ମୁଣ୍ଡରୁ ଦୋଷ ଖସାଇବାକୁ ବିଜେପିର ଉଦ୍ୟମ: ବିଜେଡି
author img

By

Published : Mar 25, 2022, 10:23 PM IST

ଭୁବନେଶ୍ବର: ଆସନ୍ତାକାଲି ପୌର ନିର୍ବାଚନର ଫଳାଫଳ ପ୍ରକାଶ ପାଇବାକୁ ଯାଉଛି । ପଞ୍ଚାୟତ ନିର୍ବାଚନ ଭଳି ପୌର ନିର୍ବାଚନରେ ମଧ୍ୟ ବଡ଼ ପରାଜୟର ସମ୍ମୁଖୀନ ହେବାକୁ ଯାଉଛି ବିଜେପି । ଏହା ଜାଣିବା ପରେ ବିଜେପି ନେତାମାନେ ହତାଶ ହୋଇ ପଡ଼ିଛନ୍ତି । ନିଜ ମୁଣ୍ଡରୁ ପରାଜୟର ଦୋଷ ଖସାଇବାକୁ ବିଭିନ୍ନ ଆଳ ଖୋଜୁଛି ବିଜେପି । ଏହା କହିଛନ୍ତି ବିଜେଡି ମୁଖପାତ୍ର ଲେନିନ ମହାନ୍ତି ।

ବିଜେପି ସାମ୍ବାଦିକ ସମ୍ମିଳନୀର ଜବାବ ଦେଇଛନ୍ତି ବିଜେଡି ମୁଖପାତ୍ର ଲେନିନ ମହାନ୍ତି । ସେ କହିଛନ୍ତି ଯେ, ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି ଆଜି ବିଜେଡି ବିରୋଧରେ ଯେଉଁସବୁ କପୋଳକଳ୍ପିତ ଅଭିଯୋଗ ଆଣିଛନ୍ତି, ତାହା ହାସ୍ୟାସ୍ପଦ । କେବଳ ନିଜର ଅସ୍ତିତ୍ୱ ରକ୍ଷା ପାଇଁ ଏହା ଉଦ୍ଦିଷ୍ଟ ବୋଲି ରାଜ୍ୟବାସୀ ଭଲଭାବେ ଜାଣିଛନ୍ତି । ପୂର୍ବରୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବିଜେପି ପିପିଲି ଠାରୁ ନେଇ ଧାମନଗର ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବାରମ୍ବାର ଯୋଜନାବଦ୍ଧ ଭାବେ ବ୍ୟାପକ ହିଂସାକାଣ୍ଡ ଘଟାଇଥିଲା । ଓଡ଼ିଶା ବିଜେପିର ପ୍ରରୋଚନାରେ ଯୋଜନାବଦ୍ଧ ଭାବେ ବିଜେଡି କର୍ମୀଙ୍କ ଠାରୁ ନେଇ ପୁଲିସ, ସାମ୍ବାଦିକ, ସରକାରୀ ଅଫିସର ଏବଂ ସାଧାରଣ ଜନତାଙ୍କ ଉପରେ ବର୍ବରୋଚିତ ଆକ୍ରମଣ କରାଯାଇଥିଲା ।

ଏପରିକି ଭଦ୍ରକ ଜିଲ୍ଲାର ଧାମନଗର ବ୍ଲକରେ ବିଜେଡି କର୍ମୀଙ୍କୁ ପୂର୍ବତନ ମନ୍ତ୍ରୀ ମନମୋହନ ସାମଲଙ୍କ ଉପସ୍ଥିତିରେ ବିଜେପି କର୍ମୀମାନେ ପିଟିପିଟି ନିର୍ମମ ଭାବେ ହତ୍ୟା କରିଥିଲେ । ସେତେବେଳେ ଏ ବାବଦରେ ବିଜେଡି ପକ୍ଷରୁ ବାରମ୍ବାର ରାଜ୍ୟ ନିର୍ବାଚନ କମିଶନଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା । ଏହିଭଳି ହିଂସାକାଣ୍ଡ ପାଇଁ ଶାନ୍ତିପ୍ରିୟ ଓଡ଼ିଶାବାସୀ ବିଜେପିକୁ ପ୍ରତ୍ୟାଖ୍ୟାନ କରିଥିଲେ । ବର୍ତ୍ତମାନ ପୌର ନିର୍ବାଚନରେ ବଡ଼ ପରାଜୟ ଆଶଙ୍କାରେ ନିଜର ସ୍ଥିତି ରକ୍ଷା ପାଇଁ ଓଡ଼ିଶା ବିଜେପି ବିଭିନ୍ନ ଆଳ ଖୋଜୁଛି । ହତାଶ ହୋଇ ବିଜେଡି ବିରୋଧରେ ନାନା ଅମୂଳକ ଅଭିଯୋଗ କରୁଥିବା ଲେନିନ କହିଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.