ETV Bharat / city

ରାଜ୍ୟ ବିଜେପିର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ ଆରମ୍ଭ

author img

By

Published : Mar 6, 2021, 5:38 PM IST

Updated : Mar 6, 2021, 6:43 PM IST

ରାଜ୍ୟ ବିଜେପିର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ ଆରମ୍ଭ । ରାଜ୍ୟବାସୀଙ୍କ ବିଭିନ୍ନ ସମସ୍ୟାକୁ ଲୋକଲୋଚନକୁ ଆଣିବା ସହ ସମାଧାନ କରିବା ପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇଛି । ଅଧିକ ପଢନ୍ତୁ...

ରାଜ୍ୟ ବିଜେପିର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ ଆରମ୍ଭ
ରାଜ୍ୟ ବିଜେପିର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ ଆରମ୍ଭ

ଭୁବନେଶ୍ବର: ଆରମ୍ଭ ହୋଇଛି ରାଜ୍ୟ ବିଜେପିର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ । ପ୍ରଥମ ଦିନରେ ପ୍ରଥମେ ରାଜ୍ୟ କୋର କମିଟି ବୈଠକ ବସିଥିଲା । ଏହାପରେ ପଦାଧିକାରୀ ବୈଠକ ଅନୁଷ୍ଠିତ ହୋଇଛି । ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିଥିବା ଜଣାପଡିଛି ।

ଆଜି(ଶନିବାର) ଠାରୁ ଆରମ୍ଭ ହୋଇଥିବା ରାଜ୍ୟ ବିଜେପିର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକରେ ରାଜ୍ୟ ବିଜେପି ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ ଓ ସହ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଯୋଗଦେଇ ଦଳୀୟ ପଦାଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ବିଧାନସଭାର ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ, କେଭି ସିଂଦେଓ, ଭୁବନେଶ୍ୱର ସାଂସଦ ପ୍ରମୁଖ ବୈଠକରେ ଯୋଗ ଦେଇଥିଲେ । ରାଜ୍ୟରେ ସାଧାରଣ ଲୋକଙ୍କର ଥିବା ବିଭିନ୍ନ ସମସ୍ୟାକୁ ଲୋକଲୋଚନକୁ ଆଣିବା ସହ ଏହାର ସମାଧାନ କରିବା ପାଇଁ ପଦକ୍ଷେପ ନେବାକୁ ପଦାଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଯେପର୍ଯ୍ୟନ୍ତ ଲୋକଙ୍କ ସମସ୍ୟା ସମାଧାନ ନ ହୋଇଛି ସେପର୍ଯ୍ୟନ୍ତ ଆନ୍ଦୋଳନ କରିବାକୁ ପରାମର୍ଶ ଦିଆଯାଇଛି ।

ଆଗକୁ ପୌର, ପଞ୍ଚାୟତ ଏବଂ ପିପିଲି ଉପ ନିର୍ବାଚନ ରହିଛି । ତେଣୁ ଦଳୀୟ ସଙ୍ଗଠନ କିଭଳି ମଜବୁତ କରି ହେବ, ସେନେଇ ବୈଠକରେ ବିଷଦ ଭାବେ ଆଲୋଚନା ହୋଇଛି । ରାଜ୍ୟରେ ଆଇନ ଶୃଙ୍ଖଳା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି । କେନ୍ଦ୍ର ସରକାରଙ୍କ ଯୋଜନାକୁ ରାଜ୍ୟ ନିଜ ଯୋଜନା କରି ଲୋକଙ୍କୁ ଭ୍ରମିତ କରାଯାଉଛି । ଲୋକଙ୍କ ପାଖରେ କିପରି ସଠିକ ସୂଚନା ପହଁଚାଯାଇ ପାରିବ ସେ ନେଇ ବୈଠକରେ ଆଲୋଚନା ହୋଇଛି । ରାଜ୍ୟରେ ନାରୀ ନିର୍ଯ୍ୟାତନା ଦିନକୁ ଦିନ ବଢିବାରେ ଲାଗିଛି । ଏନେଇ ବୈଠକରେ ବିସ୍ତୃତ ଭାବେ ଆଲୋଚନା ହୋଇଛି । ବିଜେପିର ଏହି ବୈଠକରେ ରାଜ୍ୟ ଉପସଭାପତି, ସାଧରଣ ସମ୍ପାଦକ, ସମ୍ପାଦକ, ଜିଲ୍ଲା ପ୍ରଭାରୀ ଯୋଗ ଦେଇଛନ୍ତି । କାର୍ଯ୍ୟକାରିଣୀ ବୈଠକର ଦ୍ଵିତୀୟ ଦିନରେ ଦଳୀୟ ସାଂସଦ, ବିଧାୟକ, ପ୍ରମୁଖ ଯୋଗ ଦେବେ ବୋଲି ସୂଚନା ମିଳିଛି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

Last Updated : Mar 6, 2021, 6:43 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.