ଭୁବନେଶ୍ବର: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆସନ୍ତାକାଲିଠୁ ଆରମ୍ଭ ହେବାକୁ ଯାଉଛି ପରୋକ୍ଷ ନିର୍ବାଚନ ପ୍ରକ୍ରିୟା । ଆସନ୍ତାକାଲି ନାଏବ ସରପଞ୍ଚ ପାଇଁ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ 12 ତାରିଖରେ ବ୍ଲକ ଅଧ୍ୟକ୍ଷ ନିର୍ବାଚନ ଓ 13 ତାରିଖରେ ଜିଲ୍ଲା ପରିଷଦ ଅଧକ୍ଷ ପାଇଁ ନିର୍ବାଚନ ହେବ। ଯେଉଁ ଗ୍ରାମପଞ୍ଚାୟତରେ ସରପଞ୍ଚ ଏବଂ ଅଧାରୁ ଅଧିକ ୱାର୍ଡ ମେମ୍ବର ନିର୍ବାଚିତ ହୋଇଛନ୍ତି ସେହି ଠାରେ ନାଏବ ସରପଞ୍ଚ ନିର୍ବାଚନ ହେବ । ଏହି ନିର୍ବାଚନ ପ୍ରକ୍ରିୟାରେ କୋରମର ବ୍ୟବସ୍ଥା ରହିଛି । ଏନେଇ ସାମ୍ବାଦିକ ସମ୍ମିଳନୀରେ ନିର୍ବାଚନ ଆୟୋଗ ଙ୍କ ପକ୍ଷରୁ ସୂଚନା ମିଳିଛି ।
ନାଏବ ସରପଞ୍ଚ ପାଇଁ ଦିନ10 ଟାରୁ 11ଟା ଭିତରେ ପ୍ରାର୍ଥୀପତ୍ର ଦଖଲ ହେବ। ସରପଞ୍ଚ ପୁରୁଷ ଥିଲେ ନାଏବ ସରପଞ୍ଚ ମହିଳା ହେବେ ଓ ଯଦି ସରପଞ୍ଚ ମହିଳା ଥାଆନ୍ତି ନାଏବ ସରପଞ୍ଚ ମହିଳା ରହିପାରିବେ। ବ୍ଲକ ଅଧକ୍ଷ ପାଇଁ ପ୍ରାର୍ଥୀପତ୍ର 10.30 ରୁ 11.30 ଭିତରେ ଦାଖଲ କରିବେ। 11.30ରୁ 12.30 ଭିତରେ ପ୍ରାର୍ଥୀପତ୍ର ପ୍ରତ୍ୟହାର କରାଯିବଏବଂ 12.30 ପରେ ଭୋଟ ହେବ। ଜିଲ୍ଲା ପରିଷଦ ସଭାପତି ନିର୍ବାଚନ ବେଳେ ଦଳ ବଦଳ ନିରୋଧ ଆଇନ ଲାଗୁ ହେବ ।
ଭୁବନେଶ୍ବରରୁ ସଞ୍ଜୀବ କୁମାର ରୟ, ଇଟିଭି ଭାରତ