ETV Bharat / city

ଖୋର୍ଦ୍ଧା ଓ ସୁନ୍ଦରଗଡ଼ରେ ବିଜୁ ଛାତ୍ର ଜନତା ଦଳର ରକ୍ତଦାନ ଶିବିର

author img

By

Published : May 14, 2021, 9:45 PM IST

ଆରମ୍ଭ ହେଲା ବିଜୁ ଛାତ୍ର ଜନତା ଦଳର ରକ୍ତ ସଂଗ୍ରହ ଅଭିଯାନ । ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ରକ୍ତଦାନ ଅଭିଯାନକୁ ତ୍ୱରାନ୍ୱିତ କରିଛି ବିଜୁ ଛାତ୍ର ଜନତା ଦଳ । ଅଧିକ ପଢନ୍ତୁ...

vବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଖୋର୍ଦ୍ଧା ଓ ସୁନ୍ଦରଗଡ଼ରେ ରକ୍ତଦାନ ଶିବିର ଆୟୋଜିତ
ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଖୋର୍ଦ୍ଧା ଓ ସୁନ୍ଦରଗଡ଼ରେ ରକ୍ତଦାନ ଶିବିର ଆୟୋଜିତ

ଭୁବନେଶ୍ବର: ବିଜୁ ଛାତ୍ର ଜନତା ଦଳ ପକ୍ଷରୁ କରୋନା ମହାମାରୀ ସମୟରେ ରକ୍ତସଙ୍କଟ ଦୂର କରିବା ପାଇଁ ଆଜି(ଶୁକ୍ରବାର) ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରେ ରକ୍ତଦାନ ଶିବିର ଆୟୋଜନ କରାଯାଇଛି । କରୋନା ସମୟରେ ରକ୍ତ ଅଭାବ ଦୂର ପାଇଁ ଜୀବନ ବିନ୍ଦୁ ଏବଂ ରକ୍ତଦାନ କାର୍ଯ୍ୟକ୍ରମକୁ ବ୍ୟାପକ କରିବାକୁ ଛାତ୍ର ଜନତା ଦଳର ରାଜ୍ୟ ସଭାପତି ଦେବୀ ରଞ୍ଜନ ତ୍ରିପାଠୀ ଆହ୍ୱାନ ଦେଇଥିଲେ ।

ଆହ୍ୱାନକୁ ସଫଳ କରିବାକୁ ଯାଇ ଆଜି ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଖୋର୍ଦ୍ଧା ଜିଲ୍ଲା ବୋଲଗଡରେ ଖୋର୍ଦ୍ଧା ଜିଲ୍ଲା ସଭାପତି ବିଶ୍ଵଦୀପ ପ୍ରଧାନଙ୍କ ନେତୃତ୍ୱରେ ଏକ ରକ୍ତଦାନ ଶିବିର ଆୟୋଜନ କରାଯାଇ ୩୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି । ସେହିପରି ସୁନ୍ଦରଗଡ଼ ରାଜଗାଙ୍ଗପୁରରେ ଦଳର ରାଜ୍ୟ ସାଧାରଣ ସମ୍ପାଦକ ରବୀନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ଏକ ରକ୍ତଦାନ ଶିବିର ଆୟୋଜନ ହୋଇଛି । ସେଠାରେ ୩୧ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି।

ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ସମସ୍ତ ରକ୍ତଦାତାମାନଙ୍କୁ ଶୁଭେଚ୍ଛା ଜଣାଯାଇଛି । ଆଗାମୀ ଦିନରେ ରକ୍ତଦାନ ଶିବିରକୁ ଆହୁରି ତ୍ଵରାନିତ କରିବ ଦଳ । କରୋନା ସମୟରେ ରକ୍ତ ଅଭାବ ନ ଦେଖା ଯିବା ପାଇଁ ପ୍ରତ୍ୟେକ କର୍ମକର୍ତ୍ତା ଉତ୍ସାହିତ ଓ ପ୍ରତିଶ୍ରୁତିବଦ୍ଧ ବୋଲି ଦଳର ରାଜ୍ୟ ସଭାପତି ଦେବୀ ରଞ୍ଜନ ତ୍ରିପାଠୀ ନିଜ ପ୍ରତିକ୍ରିୟାରେ କହିଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.