ETV Bharat / city

24 ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି

author img

By

Published : Sep 12, 2021, 4:46 PM IST

Updated : Sep 12, 2021, 5:06 PM IST

ଆଗାମୀ 24 ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଉତ୍ତରପଶ୍ଚିମ ସଂଲଗ୍ନ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆସନ୍ତା 48 ଘଣ୍ଟାରେ ବା ସେପ୍ଟେମ୍ବର 14 ଯାଏଁ 7 ଜିଲ୍ଲାରେ ପ୍ରବଳ ବର୍ଷିବ । ଅଧିକ ପଢ଼ନ୍ତୁ...

24 ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି
24 ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ୱେଲ ମାର୍କଡ ଲୋ ପ୍ରେସର ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ୧୨ ଘଣ୍ଟାରେ ଅବପାତର ରୂପ ନେବ । ଆଉ ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିବ ।

ତେବେ ଏହା ରାଜ୍ୟରେ ୧୪ ତାରିଖ ଯାଏଁ ପ୍ରବଳ ବର୍ଷା ଲାଗି ରହିବ। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଜି (ରବିବାର) ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡିକ ହେଉଛି ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ ନୟାଗଡ଼ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଦିଆ ଯାଇଥିବା ବେଳେ ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଯାଜପୁର ଓ ଭଦ୍ରକ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିଭଳି କଳାହାଣ୍ଡି, ବଲାଙ୍ଗିର, ସୋନପୁର, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବରକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ତେବେ ୧୩ ତାରିଖ ପାଇଁ ପୁରୀ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ରେଡ୍ ୱାର୍ଣ୍ଣିଂ ଜିଲ୍ଲାରେ ତଳିଆ ଅଞ୍ଚଳ ଗୁଡିକ ଜଳମଗ୍ନ ହେବାର ଆଶଙ୍କା ରହିଛି । ତା ସହିତ ମାଟି ରାସ୍ତା ଓ କଚ୍ଚା ଘର ଭୁଶୁଡ଼ିପାରେ ।

ସେପଟେ ଉପକୂଳ ଓଡ଼ିଶାରେ ପବନର ବେଗ ଘଣ୍ଟାପ୍ରତି ୪୫ରୁ ୫୫ କିଲୋମିଟରେ ବେଗରେ ବହିପାରେ । ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ୧୪ ତାରିଖ ଯାଏଁ ସମୁଦ୍ରକୁ ନଯିବାକୁ ବାରଣ କରାଯାଇଥିବା ନେଇ ଭୁବନେଶ୍ବର IMD ପକ୍ଷରୁ ସୂଚନା ମିଳିଛି।

ଭୁବନେଶ୍ବରରୁ ଦେବସ୍ମିତା ରାଉତ, ଇଟିଭି ଭାରତ

Last Updated : Sep 12, 2021, 5:06 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.