ETV Bharat / city

ପ୍ରାର୍ଥୀଙ୍କ ମୃତ୍ୟୁ ଯୋଗୁଁ ସ୍ଥଗିତ ପଞ୍ଚାୟତ ନିର୍ବାଚନ, ମେ ୧୭ରେ ହେବ ଅନୁଷ୍ଠିତ - ପ୍ରାର୍ଥୀଙ୍କ ମୃତ୍ୟୁ ଯୋଗୁଁ ସ୍ଥଗିତ ପଞ୍ଚାୟତ ନିର୍ବାଚନ

ପ୍ରାର୍ଥୀଙ୍କ ମୃତ୍ୟୁ ପାଇଁ ସ୍ଥଗିତ ରହିଥିବା ପଞ୍ଚାୟତ ନିର୍ବାଚନର ଆସନ୍ତା ମେ ୨୭ ତାରିଖରେ ଅନୁଷ୍ଠିତ ହେବ । ଅଧିକ ପଢନ୍ତୁ

ପ୍ରାର୍ଥୀଙ୍କ ମୃତ୍ୟୁ ଯୋଗୁଁ ସ୍ଥଗିତ ପଞ୍ଚାୟତ ନିର୍ବାଚନ, ମେ ୧୭ରେ ହେବ ଅନୁଷ୍ଠିତ

author img

By

Published : Apr 21, 2022, 9:20 PM IST

ଭୁବନେଶ୍ବର: ଗତ ପଞ୍ଚାୟତ ନିର୍ବାଚନବେଳେ ୱାର୍ଡମେମ୍ବର, ସରପଞ୍ଚ, ସମିତି ସଭ୍ୟ ଓ ଜିଲ୍ଲା ପରିଷଦ ପଦବୀ ପାଇଁ ନିର୍ବାଚନ ସମୟରେ ପ୍ରାର୍ଥୀଙ୍କ ମୃତ୍ୟୁ ହୋଇଛି । ଏଥିଯୋଗୁଁ ବିଭିନ୍ନ ସ୍ଥାନରେ ନିର୍ବାଚନକୁ ସ୍ଥଗିତ ରଖାଯାଇଥିଲା । ସେଠାରେ ପୁନର୍ବାର ବିଧି ବ୍ୟବସ୍ଥା ଅନୁସାରେ ନିର୍ବାଚନ କରାଇବା ଲାଗି ରାଜ୍ୟ ନିର୍ବାଚନ କମିଶନ ବିଜ୍ଞପ୍ତି ପ୍ରକାଶ କରିଛନ୍ତି । ନିର୍ବାଚନ ସ୍ଥଗିତ ଥିବା ସ୍ଥାନରେ ଆସନ୍ତା ମେ ମାସ ୨୭ ତାରିଖ ଦିନ ନିର୍ବାଚନ ଅନୁଷ୍ଠିତ ହେବ ।

ନିର୍ବାଚନ କମିଶନଙ୍କ ବିଜ୍ଞପ୍ତି ଅନୁସାରେ, ଏପ୍ରିଲ ୨୬ ତାରିଖରେ ନିର୍ବାଚନ ଅଧିକାରୀଙ୍କ ଦ୍ଵାରା ନୋଟିସ୍ ଜାରି କରାଯିବ । ଏପ୍ରିଲ ୨୯ରୁ ମେ ୨ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଗ୍ରହଣ ଓ ଦାଖଲ କରାଯିବ । ମେ ୪ରେ ନାମାଙ୍କନ ପତ୍ର ଯାଞ୍ଚ କରାଯିବ । ମେ ୫ରେ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ । ମେ ୭ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ଓ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ । ମେ ୨୭ରେ ସକାଳ ୭ଟାରୁ ଦିନ ୧ ଘଟିକା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯିବ । ସେହିପରି ମେ ୨୮ରେ ଭୋଟଗଣତି ଓ ନିର୍ବାଚନ ଫଳାଫଳ ଘୋଷଣା କରାଯିବ ।

ମେ ପହିଲାରେ ବିଜୟୀ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇବ ବୋଲି ରାଜ୍ୟ ନିର୍ବାଚନ କମିଶନ ପକ୍ଷରୁ ସୂଚନା ମିଳିଛି । ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ଅଞ୍ଚଳରେ ଆଜିଠାରୁ ମେ ୨୮ ତାରିଖ ପର୍ଯ୍ୟନ୍ତ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି । ପୂର୍ବରୁ ନାମାଙ୍କନ ପତ୍ର ଦାଖଲ କରିଥିବା ପ୍ରାର୍ଥୀମାନେ ପୁନର୍ବାର ନାମାଙ୍କନ ପତ୍ର ଦାଖଲ କରିବା ଆବଶ୍ୟକ ନାହିଁ । ଏ ନେଇ ଆଜି ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ ରବିନ୍ଦ୍ର ନାଥ ସାହୁ ସୂଚନା ଦେଇଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

For All Latest Updates

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.