ଭୁବନେଶ୍ବର: ପଞ୍ଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ନବୀନ ପଟ୍ଟନାୟକ । ଭୁବନେଶ୍ବର ପ୍ରଦର୍ଶନୀ ପଡିଆରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ତେବେ ମୁଖ୍ୟମନ୍ତ୍ରୀଙ୍କ ସହ ତାଙ୍କର ୨୦ ଜଣିଆ ମନ୍ତ୍ରୀମଣ୍ଡଳ ମଧ୍ୟ ଏହି ଉତ୍ସବରେ ଶପଥ ଗ୍ରହଣ କରିଛନ୍ତି । ସେମାନଙ୍କ ମଧ୍ୟରେ ୧୧ ଜଣ କ୍ୟାବିନେଟ୍ ମନ୍ତ୍ରୀ ଏବଂ ୯ ଜଣ ରାଷ୍ଟ୍ରମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ତେବେ ଶପଥ ଗ୍ରହଣ ପୂର୍ବରୁ କ୍ୟାବିନେଟ୍ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କ ସହ ଆଲୋଚନା କରିଛନ୍ତି ଆମ ଇଟିଭି ଭାରତ ସମ୍ବାଦଦାତା ।
ଶପଥ ଗ୍ରହଣ ପରେ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାକୁ ସୁଚାର ରୂପେ ସଫଳ କରିବା ତାଙ୍କର ପ୍ରାଥମିକତା ରହିବ ବୋଲି କହିଛନ୍ତି ପଦ୍ମନାଭ ।
ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ