ଭୁବନେଶ୍ବର: ୨୦୨୨ ସୁଦ୍ଧା ଚାଷୀଙ୍କ ଆୟକୁ ଦୁଇଗୁଣା କରିବା ଲକ୍ଷ୍ୟ ରଖାଯାଇଛି । ଅନ୍ନଦାତାଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତିକୁ ପୂରଣ କରିବା ଦିଗରେ ଏହା ଏକ ମହତ୍ୱପୂର୍ଣ୍ଣ ପଦକ୍ଷେପ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍ ୨୦୨୧-୨୨ ଖରିଫ ଫସଲ ପାଇଁ ଏମଏସପି ବୃଦ୍ଧି କରିବା ନିଷ୍ପତ୍ତି ସ୍ୱାଗତଯୋଗ୍ୟ । ଏହା କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଦେଶର ବିଭିନ୍ନାଞ୍ଚଳରେ ଚାଷ କରାଯାଉଥିବା ଗୁରୁତ୍ୱପୂର୍ଣ୍ଣ ଫସଲ ମଧ୍ୟରୁ ଅନ୍ୟତମ ଧାନର ଏମଏସପି ୨୦୨୧-୨୨ ବର୍ଷ ପାଇଁ କ୍ୱିଣ୍ଟାଲ ପିଛା ଅଧିକ ୭୨ ଟଙ୍କା ବୃଦ୍ଧି କରାଯାଇଛି । ପୂର୍ବରୁ ଧାନ ବିକ୍ରି କରି କ୍ୱିଣ୍ଟାଲ ପିଛା ୧୮୬୮ ଟଙ୍କା ପାଉଥିବା ଚାଷୀ ଏଣିକି କ୍ବିଣ୍ଟାଲ ଧାନ ବିକି ୧୯୪୦ ଟଙ୍କା ପାଇପାରିବେ ।


ଭୁବନେଶ୍ବରରୁ ଭବାନୀଶଙ୍କର ଦାସ, ଇଟିଭି ଭାରତ