ETV Bharat / city

ଝାରସୁଗୁଡା-ମୁମ୍ବାଇ ବିମାନ ସେବା ପାଇଁ ହରଦୀପ ସିଂ ପୁରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି - ହରଦୀପ ସିଂ ପୁରୀଙ୍କୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି

ଝାରସୁଗୁଡା ଓ ମୁମ୍ବାଇ ମଧ୍ୟରେ ସିଧାସଳଖ ବିମାନ ସେବା ଆରମ୍ଭ କରିବାକୁ ପ୍ରୟାସ ଆରମ୍ଭ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ କିଛି ବ୍ୟବସ୍ଥା କରିବାକୁ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂ ପୁରୀଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି ଧର୍ମେନ୍ଦ୍ର ।

ଝାରସୁଗୁଡା-ମୁମ୍ବାଇ ବିମାନ ସେବା ପାଇଁ ହରଦୀପ ସିଂ ପୁରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି
author img

By

Published : Nov 7, 2019, 12:35 PM IST

ଭୁବନେଶ୍ବର: ଝାରସୁଗୁଡା ଓ ମୁମ୍ବାଇ ମଧ୍ୟରେ ସିଧାସଳଖ ବିମାନ ସେବା ଆରମ୍ଭ କରିବାକୁ ପ୍ରୟାସ ଆରମ୍ଭ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ କିଛି ବ୍ୟବସ୍ଥା କରିବାକୁ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂ ପୁରୀଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି ଧର୍ମେନ୍ଦ୍ର । ପଶ୍ଚିମ ଓଡିଶାବାସୀଙ୍କ ସୁବିଧାକୁ ନଜରରେ ରଖି ଏହି ବ୍ୟବସ୍ଥା ଆରମ୍ଭ କରିବାକୁ ଚିଠିରେ ଅନୁରୋଧ କରିଛନ୍ତି ଧର୍ମେନ୍ଦ୍ର ।

dharmendra pradhan writes letter to hardeep singh puri, jharsuguda-mumbai flight service, jharsuguda airport latest news, ଝାରସୁଗୁଡା ବିମାନବନ୍ଦର ଲାଟେଷ୍ଟ ନ୍ୟୁଜ୍‌, ହରଦୀପ ସିଂ ପୁରୀଙ୍କୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି, ଝାରସୁଗୁଡା-ମୁମ୍ବାଇ ବିମାନ ସେବା
ଝାରସୁଗୁଡା-ମୁମ୍ବାଇ ବିମାନ ସେବା ପାଇଁ ହରଦୀପ ସିଂ ପୁରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି

ଚିଠିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟି ସମ୍ପନ୍ନ ସରକାରଙ୍କର ‘ଉଡାନ’ ଯୋଜନା ସାଧାରଣ ଲୋକଙ୍କ ସ୍ବପ୍ନ ଓ ଆକାଂକ୍ଷାକୁ ପୂରଣ କରିଛି ବୋଲି ଧର୍ମେନ୍ଦ୍ର ଲେଖିଛନ୍ତି । ପଶ୍ଚିମ ଓଡିଶାର ବୀର ସୁରେନ୍ଦ୍ର ସାଏ ନାମରେ ନାମିତ ଝାରସୁଗୁଡା ବିମାନବନ୍ଦର ପ୍ରତିଷ୍ଠା କାରଣରୁ ଏହି ଯୋଜନାରେ ଓଡିଶା ମଧ୍ୟ ଲାଭାନ୍ବିତ ହୋଇଛି । ତେଣୁ ପଶ୍ଚିମ ଓଡିଶାର ଲୋକଙ୍କ ଇଚ୍ଛାକୁ ଦୃଷ୍ଟିରେ ରଖି ଏହି ପୃଷ୍ଠଭୂମିରେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ସ୍ବତନ୍ତ୍ର ଭାବରେ ହସ୍ତକ୍ଷେପ କରି ଝାରସୁଗୁଡା ଓ ମୁମ୍ବାଇ ମଧ୍ୟରେ ସିଧା ବିମାନ ସଂଯୋଗ ସ୍ଥାପନ କରିବା ପାଇଁ ଚିଠି ମାଧ୍ୟମରେ ଧର୍ମେନ୍ଦ୍ର ଅନୁରୋଧ କରିଛନ୍ତି ।

ସେ ଏପରି ବି ଲେଖିଛନ୍ତି କି ପୂର୍ବରୁ ସ୍ପାଇସ ଜେଟ ପକ୍ଷରୁ ଝାରସୁଗୁଡାରୁ ନୂଆଦିଲ୍ଲୀ ପର୍ଯ୍ୟନ୍ତ ସିଧାସଳଖ ବିମାନ ସେବା ଆରମ୍ଭ ହୋଇସାରିଛି । ଏହା ଦ୍ବାରା ପଶ୍ଚିମ ଓଡିଶାର ଅଧିଂକାଶ ଲୋକେ ସେବାର ଲାଭ ପାଇଥିଲେ ଏବଂ ବାଣିଜ୍ୟିକ ଦୃଷ୍ଟିରୁ ମଧ୍ୟ ଏହା ସଫଳ ହୋଇଥିଲା । ଏହା ବ୍ୟତୀତ ସ୍ପାଇସ ଜେଟ ଝାରସୁଗୁଡାରୁ ହାଇଦ୍ରାବାଦ ଏବଂ କୋଲକାତାକୁ ମଧ୍ୟ ବିମାନ ସେବା ଆରମ୍ଭ କରିଛି । ଏହି ସେବା ଦ୍ବାରା ଦେଶର ଉତ୍ତର-ପୂର୍ବ ଏବଂ ଦକ୍ଷିଣ ଭାଗରେ ବିମାନ ଯୋଗାଯୋଗ କ୍ଷେତ୍ରରେ ନୂଆ ସମ୍ଭାବନାର ସୂତ୍ରପାତ କରିଛି ।

ତେବେ ଦେଶର ବାଣିଜ୍ୟିକ ରାଜଧାନୀ ମୁମ୍ବାଇ ଏବଂ ପଶ୍ଚିମ ଓଡିଶା ମଧ୍ୟରେ ସିଧାସଳଖ ବିମାନ ଯୋଗାଯୋଗର ଅଭାବ ରହିଛି । ତାଙ୍କର ସୂଚନାନୁସାରେ ଝାରସୁଗୁଡା ଓ ମୁମ୍ବାଇ ମଧ୍ୟରେ ସିଧାସଳଖ ବିମାନ ଚଳାଚଳ କରିବା ପାଇଁ ପଶ୍ଚିମ ଓଡିଶାର ଯାତ୍ରୀମାନଙ୍କର ଦାବି ରହିଛି । ଏହା ବ୍ୟତୀତ ମୁମ୍ବାଇ ଓ ଝାରସୁଗୁଡା ମଧ୍ୟରେ ଉଡାଣ ଓ ଅବତରଣ ପାଇଁ ସମୟ ଦେବା ପାଇଁ ମଧ୍ୟ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଚିଠି ମାଧ୍ୟମରେ ଅନୁରୋଧ କରିଛନ୍ତି ।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

Intro: ଝାରସୁଗୁଡା ଓ ମୁମ୍ବାଇ ମଧ୍ୟରେ ସିଧାସଳଖ ବିମାନ ସେବା ଆରମ୍ଭ କରିବା ପାଇଁ ବ୍ୟବସ୍ଥା କରିବାକୁ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ୍ ସିଂ ପୁରୀଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟି ସମ୍ପନ୍ନ ସରକାରଙ୍କର ଉଡାନ ଯୋଜନା ସାଧାରଣ ଲୋକଙ୍କ ସ୍ୱପ୍ନ ଓ ଆକାଂକ୍ଷାକୁ ପୂରଣ କରିଛି । ପଶ୍ଚିମ ଓଡିଶାର ବୀର ସୁରେନ୍ଦ୍ର ସାଏ ନାମରେ ନାମିତ ଝାରସୁଗୁଡା ବିମାନବନ୍ଦର ପ୍ରତିଷ୍ଠା କାରଣରୁ ଏହି ଯୋଜନାରେ ଓଡିଶା ମଧ୍ୟ ଲାଭାନ୍ୱିତ ହୋଇଛି । ପଶ୍ଚିମ ଓଡିଶାର ଲୋକଙ୍କ ଇଚ୍ଛାକୁ ଦୃଷ୍ଟିରେ ରଖି ଏହି ପୃଷ୍ଠଭୂମିରେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ସ୍ୱତନ୍ତ୍ର ଭାବରେ ହସ୍ତକ୍ଷେପ କରି ଝାରସୁଗୁଡା ଓ ମୁମ୍ବାଇ ମଧ୍ୟରେ ସିଧା ବିମାନ ସଂଯୋଗ ସ୍ଥାପନ କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଅନୁରୋଧ କରିଛନ୍ତି । ଶ୍ରୀ ପ୍ରଧାନ ଉଲ୍ଲେଖ କରିଛନ୍ତି ଯେ ପୂର୍ବରୁ ସ୍ପାଇଶଜେଟ୍ ତରଫରୁ ଝାରସୁଗୁଡାରୁ ନୂଆଦିଲ୍ଲୀ ପର୍ଯ୍ୟନ୍ତ ସିଧାସଳଖ ବିମାନ ସେବା ଆରମ୍ଭ କରିଥିଲା । ଏହା ଦ୍ୱାରା ପଶ୍ଚିମ ଓଡିଶାର ଅଧିଂକାଶ ଲୋକମାନେ ସେବାର ଲାଭ ପାଇଥିଲେ ଏବଂ ବାଣିଜ୍ୟିକ ଦୃଷ୍ଟିରୁ ମଧ୍ୟ ସଫଳ ମଧ୍ୟ ହୋଇଥିଲା । ଏହାବ୍ୟତିତ ସାଇଶଜେଟ୍ ଝାରସୁଗୁଡାରୁ ହାଇଦ୍ରାବାଦ ଏବଂ କୋଲକାତାକୁ ମଧ୍ୟ ବିମାନ ସେବା ଆରମ୍ଭ କରିଛି । ଯଦ୍ୱାରା ଦେଶର ଉତରପୂର୍ବ ଏବଂ ଦକ୍ଷିଣ ଭାଗରେ ବିମାନ ଯୋଗାଯୋଗ କ୍ଷେତ୍ରରେ ନୂଆ ସମ୍ଭାବନାର ସୂତ୍ରପାତ କରିଛି । ତେବେ ଦେଶର ବାଣିଜ୍ୟିକ ରାଜଧାନୀ ମୁମ୍ବାଇ ଏବଂ ପଶ୍ଚିମ ଓଡିଶା ମଧ୍ୟରେ ସିଧାସଳଖ ବିମାନ ଯୋଗାଯୋଗର ଅଭାବ ରହିଛି । ତାଙ୍କର ସୂଚନାନୁସାରେ ଝାରସୁଗୁଡା ଓ ମୁମ୍ବାଇ ମଧ୍ୟରେ ସିଧା ସଳଖ ବିମାନ ଚଳାଚଳ କରିବା ପାଇଁ ପଶ୍ଚିମ ଓଡିଶାର ଯାତ୍ରୀମାନଙ୍କର ଦାବୀ ରହିଛି ।ପଶ୍ଚିମ ଓଡିଶା ଲୋକଙ୍କର ସୁବିଧାକୁ ଧ୍ୟାନରେ ରଖି ଖୁବ ଶୀଘ୍ର ଝାରସୁଗୁଡା ଓ ମୁମ୍ବାଇ ମଧରେ ବିମାନ ସେବା ଆରମ୍ଭ କରିବା ପାଇଁ ବ୍ୟକ୍ତିଗତ ହସ୍ତକ୍ଷେପ କରିବାକୁ ଶ୍ରୀ ପ୍ରଧାନ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ୍ ସିଂ ପୁରୀଙ୍କୁ ପତ୍ର ମାଧ୍ୟମରେ ଜଣାଇଛନ୍ତି । ଏହାବ୍ୟତିତ ମୁମ୍ବାଇ ଓ ଝାରସୁଗୁଡା ମଧ୍ୟରେ ଉଡାଣ ଓ ଅବତରଣ ପାଇଁ ସମୟ ଦେବା ନିମନ୍ତେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଅନୁରୋଧ କରିଛନ୍ତି ।Body:KConclusion:
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.