ଭୁବନେଶ୍ବର: କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଲଘୁଚାପ । ଆଜି ସକାଳ ସାଢେ 8ଟାରେ ସଂଗ୍ରହ ପାଣିପାଗ ତଥ୍ୟର ବିଶ୍ଲେଷଣ ଅନୁସାରେ ସୋମବାର କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତାର ଆଖପାଖ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହି ଲଘୁଚାପ ସହ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନ ଠାରୁ ବାୟୁମଣ୍ଡଳରେ ୭.୬ କିମି ଯାଇଁ ବ୍ୟାପିଛି । ପରବର୍ତ୍ତୀ ୨୪ ଘଣ୍ଟାରେ ଏହି ଲଘୁଚାପ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି ।
କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ଏହି ଲଘୁଚାପ ଆଗାମୀ ୪୮ ଘଣ୍ଟାରେ ମଧ୍ୟରେ ଉତ୍ତର-ପଶ୍ଚିମ ଏବଂ ପରବର୍ତ୍ତୀ ୩ ଦିନ ଯାଏଁ ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଉପକୂଳ ଓ ଦକ୍ଷିଣ, ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ