ଭୁବନେଶ୍ବର: ବଙ୍ଗୋପ ସାଗରରେ ସୃଷ୍ଟ ଘୁର୍ଣ୍ଣିବଳୟ ଦୁର୍ବଳ ହୋଇଛି । ଯାହାପ୍ରଭାବରେ ଆସନ୍ତା ଦୁଇ ଦିନରେ ରାଜ୍ୟରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।
ଆସନ୍ତା ୨୪ ଘଣ୍ଟା , ୫ ତାରିଖ ଶନିବାର କେନ୍ଦୁଝର, ମୟୁରଭଞ୍ଜ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡା ଜିଲ୍ଲାରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।
ଗତ ୨୪ ଘଣ୍ଟା ଭିତରେ ବଜ୍ରପାତ ସହ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି। କଳାହାଣ୍ଡି ଜିଲ୍ଲା ଭବାନୀପାଟଣାରେ ସର୍ବାଧିକ ୩୭.୮ମିମି ବର୍ଷା ରେକର୍ଡ କରାଯାଇଛି । ସେହିପରି କୋରାପୁଟ ଜିଲ୍ଲା ଲମତାପୁଟ ରେ ୩୭.୨ ମିମି,ନୟାଗଡ଼ ଜିଲ୍ଲା ଓଡ଼ଗାଁ ରେ ୩୩.୨ ମିମି ନବରଙ୍ଗପୁର ୨୧.୦ମିମି ବର୍ଷା ରେକର୍ଡ କରାଯାଇଛି।
ଜୁନ ପହିଲାରୁ ସେପ୍ଟେମ୍ବର ୪ ତାରିଖ ପର୍ଯ୍ୟନ୍ତ ୧୦୧୩.୧ ମିମି ବର୍ଷା ରେକର୍ଡ କରାଯାଇଛି । ଯାହା ସ୍ବଭାବିକ ଠାରୁ ୫ ପ୍ରତିଶତ ଅଧିକ ବର୍ଷା ରେକର୍ଡ କରାଯାଇଛି। ୨୩ ଜିଲ୍ଲାରେ ସ୍ବଭାବିକ ଠାରୁ ୨୦ ପ୍ରତିଶତ ଅଧିକ ବର୍ଷା ରେକର୍ଡ ହୋଇଛି।
ମାଲକାନଗିରିରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି। ୫ ଜିଲ୍ଲାରେ ସ୍ବଭାବିକ ବର୍ଷା ରେକର୍ଡ କରାଯାଇଛି। ୨ ଜିଲ୍ଲାରେ କମ ବର୍ଷା ରେକର୍ଡ କରାଯାଇଛି। ପୁରୀ,ଗଜପତି ଜିଲ୍ଲାରେ କମ ବର୍ଷା ରେକର୍ଡ କରାଯାଇଛି।
ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ