ETV Bharat / city

ଦକ୍ଷିଣ ଓଡିଶାର କେତେକ ସ୍ଥାନରେ ବର୍ଷା ସମ୍ଭାବନା

author img

By

Published : Nov 11, 2020, 4:52 PM IST

Updated : Nov 11, 2020, 5:01 PM IST

ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଟ୍ରଫଲାଇନ କାରଣରୁ ରାଜ୍ୟରେ କିଛି ସ୍ଥାନରେ ବର୍ଷା ଜାରି ରହିଥିବାବେଳେ ଆସନ୍ତା 24 ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡିଶାର କିଛି ସ୍ଥାନରେ ବର୍ଷା ହେବାନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଅଧିକ ପଢନ୍ତୁ...

ଦକ୍ଷିଣ ଓଡିଶାର କେତକ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ବର: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର, ଶ୍ରୀଲଙ୍କା ଉପକୂଳ ଓ ଆନ୍ଧ୍ରପ୍ରଦେଶ ଉପକୂଳ ପର୍ଯ୍ୟନ୍ତ ଏକ ଟ୍ରଫଲାଇନ ସୃଷ୍ଟି ହୋଇଛି । ପୂର୍ବ ଦିଗରୁ ବଙ୍ଗୋପସାଗର, ଗରମ ଓ ଜଳୀୟ ବାଷ୍ପ ପୂର୍ଣ୍ଣ ବାୟୁ ଓଡିଶା ଭୂମଧ୍ୟକୁ ପ୍ରବେଶ କରୁଛି ଏହାର ପ୍ରଭାବରେ ଦକ୍ଷିଣ ଉପକୂଳ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲାଗୁଡିକରେ ସ୍ବଳ୍ପ ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

ଦକ୍ଷିଣ ଓଡିଶାର କେତେକ ସ୍ଥାନରେ ବର୍ଷା ସମ୍ଭାବନା
ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ନୂଆପଡା ଓ ରାୟଗଡା ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶକ ଏଚ ଆର ବିଶ୍ବାସ ସୂଚନା ଦେଇଛନ୍ତି । ଅନ୍ୟପଟେ ରାତିରେ ତାପମାତ୍ରା ପାଖାପାଖି ୩ ରୁ ୪ ଡିଗ୍ରୀ ବୃଦ୍ଧି ପାଇଛି । ରାଜ୍ୟରେ ୧୨ ଏବଂ ୧୩ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି, ୧୪ ତାରିଖରୁ ପୁଣି ତାପମାତ୍ରା ତଳକୁ ଖସିବ ବୋଲି ଏଚ ଆର ବିଶ୍ବାସ ସୂଚନା ଦେଇଛନ୍ତି ।ସେହିପରି ଗତ ୨୪ ଘଣ୍ଟା ଭିତରେ ଦକ୍ଷିଣ ଉପକୂଳରେ ବର୍ଷା ରେକର୍ଡ ହୋଇଛି । ଗଂଜାମ, ଗଜପତି, ପୁରୀ ଏବଂ ଜଗତସିଂହପୁର ଜିଲ୍ଲାରେ ବର୍ଷା ରେକର୍ଡ ହୋଇଛି । ପୁରୀ ଜିଲ୍ଲା କୃଷ୍ଣପ୍ରସାଦରେ ସର୍ବାଧିକ ୮.୦ ମିଲିିମିଟିର ବର୍ଷା ରେକର୍ଡ ହୋଇଥିବାବେଳେ ପୁରୀ ରେ ୫.୦, ଅସ୍ତରଙ୍ଗରେ ୫.୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ମାଲକାନଗିରିରେ ସର୍ବାଧିକ ୩୩ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବାବେଳେ ସୋନପୁରରେ ସର୍ବନିମ୍ନ ୧୪.ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ଭୁବନେଶ୍ୱରରେ ୨୨ ଡିଗ୍ରୀ, କଟକରେ ୨୦.୨ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

Last Updated : Nov 11, 2020, 5:01 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.