ETV Bharat / city

ମନୋଜ ଦାସଙ୍କ ସ୍ମୃତିରେ ଅନ୍ତର୍ଜାତୀୟ ପୁରସ୍କାର ନିୟମାବଳୀରେ ପରିବର୍ତ୍ତନ - ଆନ୍ତର୍ଜାତୀୟ ପୁରସ୍କାର ନିୟମାବଳୀରେ ପରିବର୍ତ୍ତନ

ଯଶସ୍ବୀ ସାରସ୍ବତ ସାଧକ ସ୍ବର୍ଗତ ମନୋଜ ଦାସଙ୍କ ସ୍ମୃତିରେ ଅନ୍ତର୍ଜାତୀୟ ପୁରସ୍କାର ନିୟମାବଳୀରେ ପରିବର୍ତ୍ତନ କରିଛନ୍ତି ରାଜ୍ୟ ସରକାର । ନୂତନ ନିଷ୍ପତ୍ତି ଅନୁଯାୟୀ ଇଂରାଜୀ ଭାଷାରେ ସୃଜନାତ୍ମକ ସାହିତ୍ୟ ସୃଷ୍ଟି କରୁଥିବା ଭାରତୀୟ ଭାଷାର ସାହିତ୍ୟିକଙ୍କୁ ପୁରସ୍କାର ଦିଆଯିବ । ଅଧିକ ପଢ଼ନ୍ତୁ

ମନୋଜ ଦାସଙ୍କ ସ୍ମୃତିରେ ଆନ୍ତର୍ଜାତୀୟ ପୁରସ୍କାର ନିୟମାବଳୀରେ ପରିବର୍ତ୍ତନ

author img

By

Published : Apr 26, 2022, 10:01 PM IST

ଭୁବନେଶ୍ବର: ସ୍ବର୍ଗତ ମନୋଜ ଦାସଙ୍କର ସ୍ମୃତିରେ 'ମନୋଜ ଦାସ ଆନ୍ତର୍ଜାତୀୟ ସାହିତ୍ୟ ପୁରସ୍କାର' ପ୍ରଦାନ କରାଯିବା ନେଇ ୨୦୨୧ ମଇ ମାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଥିଲେ । ଏହାର ନିୟମାବଳୀ ମଧ୍ୟ ପ୍ରକାଶିତ ହୋଇଥିଲା । ତେବେ ବିଭିନ୍ନ ସ୍ତରରେ ସାହିତ୍ୟିକ ଓ ବିଶିଷ୍ଟ ବ୍ୟକ୍ତିଙ୍କର ମତାମତ ସଂଗ୍ରହ କରାଯାଇ ଏହି ପୁରସ୍କାର ନିୟମାବଳୀରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି ।

ଇଂରାଜୀ ଭାଷାରେ ସୃଜନାତ୍ମକ ସାହିତ୍ୟ ସୃଷ୍ଟି କରୁଥିବା ଓଡିଆ ସାହିତ୍ୟିକ ମାନଙ୍କୁ ଆନ୍ତର୍ଜାତୀୟ ପୁରସ୍କାର ରାଶି ବାବଦକୁ ୧୦ ଲକ୍ଷ ଟଙ୍କା ପ୍ରଦାନ କରିବାକୁ ନିଷ୍ପତ୍ତି ହୋଇଥିଲା । ନୂତନ ନିଷ୍ପତ୍ତି ଅନୁଯାୟୀ ଇଂରାଜୀ ଭାଷାରେ ସୃଜନାତ୍ମକ ସାହିତ୍ୟ ସୃଷ୍ଟି କରୁଥିବା ଭାରତୀୟ ସାହିତ୍ୟିକ ମାନଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ ।

ସେହିପରି ଯୁବପୀଢି ମଧ୍ୟରେ ଉଭୟ ଇଂରାଜୀ ଓ ଓଡିଆ ସାହିତ୍ୟ ପ୍ରତି ଆଗ୍ରହ ସୃଷ୍ଟି ପାଇଁ ପ୍ରତିବର୍ଷ ହାଇସ୍କୁଲ ସ୍ତରରେ ଇଂରାଜୀ ଓ ସାହିତ୍ୟରେ ମୌଳିକ ରଚନା ପାଇଁ ଟମନୋଜ-କିଶୋର ସାହିତ୍ୟ ପ୍ରତିଭା ସମ୍ମାନଟ ପ୍ରଦାନ କରାଯିବା ପାଇଁ ନିଷ୍ପତ୍ତି ହୋଇଥିଲା । ଏଥିପାଇଁ ଉଭୟ ଓଡ଼ିଆ ଓ ଇରାଜୀ ଭାଷାରେ ଗୋଟିଏ ଗୋଟିଏ ପୁରସ୍କାର ପ୍ରଦାନ କରାଯିବ ।

ପୁରସ୍କାର ବାବଦରେ ଏକ ଲକ୍ଷ ଟଙ୍କା ପ୍ରଦାନ କରାଯିବ ବୋଲି ନିଷ୍ପତ୍ତି ହୋଇଥିଲା । ନୂତନ ନିଷ୍ପତ୍ତି ଅନୁଯାୟୀ ଉଭୟ ଇଂରାଜୀ ଓ ଓଡିଆରେ ଗଳ୍ପ ବିଭାଗରେ ରାଜ୍ୟସ୍ତରରେ ପ୍ରଥମ ବିବେଚିତ ଛାତ୍ରଛାତ୍ରୀ ମାନଙ୍କୁ ୩୦ ହଜାର ଟଙ୍କା, ଦ୍ବିତୀୟ ବିବେଚିତ ଛାତ୍ରଛାତ୍ରୀ ମାନଙ୍କୁ ୨୦ ହଜାର ଟଙ୍କା ଏବଂ ତୃତୀୟ ବିବେଚିତ ଛାତ୍ରଛାତ୍ରୀମାନଙ୍କୁ ୧୦ ହଜାର ଟଙ୍କାର ଆର୍ଥିକ ପୁରସ୍କାର ଦିଆଯିବ ।

ଏହା ସହ ମନୋଜ ଦାସଙ୍କ ପୁସ୍ତକ, ତୈଳଚିତ୍ର, ଅଙ୍ଗବସ୍ତ୍ର ଓ ତାମ୍ରଫଳକ ପ୍ରଦାନ କରାଯିବ । ପ୍ରଥମ ସ୍ଥାନ ପାଇଁ ପ୍ରତ୍ୟେକ ବିଭାଗରେ ଜଣଙ୍କୁ, ଦ୍ବିତୀୟ ସ୍ଥାନ ପାଇଁ ପ୍ରତ୍ୟେକ ବିଭାଗରେ ଦୁଇ ଜଣଙ୍କୁ ଓ ତୃତୀୟ ସ୍ଥାନ ପାଇଁ ପ୍ରତ୍ୟେକ ବିଭାଗରେ ତିନି ଜଣଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ । ଏଥିପାଇଁ ପ୍ରତିବର୍ଷ ୨ ଲକ୍ଷ ଟଙ୍କାର ପୁରସ୍କାର ପ୍ରଦାନ କରାଯିବ ।

ସେହିପରି ପରିବାର ସଦସ୍ୟ ମାନଙ୍କ ପ୍ରସ୍ତାବ କ୍ରମେ ରାଜ୍ୟ ସରକାର ମନୋଜ ଦାସଙ୍କ ଜନ୍ମ ସ୍ଥାନ ବାଲେଶ୍ବର ଜିଲ୍ଲା ଶଂଖାରୀ ଗ୍ରାମରେ ଥିବା ତାଙ୍କର ପୈତୃକ ବାସଭବନକୁ ହାତକୁ ନେବେ । ତାହାକୁ ପ୍ରଥିତଯଶା ଭାତୃଦ୍ବୟ ପ୍ରଫେସର ମନ୍ମଥ ନାଥ ଦାସ ଓ ମନୋଜ ଦାସ ଏହି ଦୁଇ ଭାଇଙ୍କ ନାମରେ ଟମନ୍ମଥ-ମନୋଜ ସ୍ମାରକୀ ଭାବରେ ଘୋଷଣା କରାଯିବ ବୋଲି ନିଷ୍ପତ୍ତି ହୋଇଥିଲା ।

ସେଠାରେ ଉଭୟ ମନ୍ମଥ ନାଥ ଦାସ ଓ ମନୋଜ ଦାସଙ୍କ ଦ୍ବାରା ଇତିହାସ ଓ ସାହିତ୍ୟ ଉପରେ ଲିଖିତ ସମସ୍ତ ପୁସ୍ତକକୁ ରଖାଯାଇ ଏକ ଲାଇବ୍ରେରୀ ମଧ୍ୟ ସ୍ଥାପନ କରାଯିବ । ବାସଭବନ ପରିସରରେ ଥିବା ମନ୍ଦିରର ସଂରକ୍ଷଣ ମଧ୍ୟ କରାଯିବ ବୋଲି ନିଷ୍ପତ୍ତି ହୋଇଥିଲା । ଏଥିପାଇଁ ତାଙ୍କ ପରିବାର ତରଫରୁ ଆବଶ୍ୟକ ପୈତୃକ ଜମି ଓ ଘର ହସ୍ତାନ୍ତର ପ୍ରକ୍ରିୟା ଜାରି ରହିଛି । ଏହି ପ୍ରକ୍ରିୟାକୁ ତ୍ବରାନ୍ବିତ କରି ଖୁବଶୀଘ୍ର ସମ୍ପୂର୍ଣ୍ଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

For All Latest Updates

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.