ଭୁବନେଶ୍ବର: କୋରୋନା ସଂକ୍ରମଣ ପାଇଁ ହୋଇଥିବା ଲକଡାଉନ ଓ ସଟଡାଉନର ପ୍ରଭାବ ଖାସକରି ଗରିବ ଗୁରୁବାଙ୍କ ଜୀବିକା ଉପରେ ବିଶେଷ ପ୍ରଭାବ ପକାଇଛି । ତେଣୁ ଗରିବଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ ଘୋଷଣା । ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀଙ୍କୁ ଜୁଲାଇରୁ ନଭେମ୍ବର ପର୍ଯ୍ୟନ୍ତ ୫ ମାସ ମାଗଣାରେ ଡାଲି ଓ ଚାଉଳ ଯୋଗାଇ ଦିଆଯିବ ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ନିର୍ଦ୍ଦେଶ ଦେଇଛନ୍ତି । ଏହାଦ୍ବାରା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀମାନଙ୍କୁ ପ୍ରତି ମାସରେ ମୁଣ୍ଡପିଛା ୫ କେଜି ଲେଖାଏଁ ଚାଉଳ ୫ ମାସ ପାଇଁ ମାଗଣା ଯୋଗାଇ ଦିଆଯିବ ।
ଏହାସହିତ ପ୍ରତି ମାସରେ ପରିବାର ପିଛା ଏକ କେଜି ଲେଖାଁଏ ଡାଲି ମଧ୍ୟ ନଭେମ୍ବର ପର୍ଯ୍ୟନ୍ତ ମାଗଣାରେ ଯୋଗାଇ ଦିଆଯିବ । ଏହାଦ୍ବାରା ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାର ସୁବିଧାରୁ ବାଦ ପଡିଥିବା ଲକ୍ଷ ଲକ୍ଷ ହିତାଧିକାରୀମାନେ ଉପକୃତ ହୋଇପାରିବେ ।
ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ