ETV Bharat / city

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: କେନ୍ଦୁଝରରେ ହେବ ନର୍ସିଂ କଲେଜ - ମୁଖ୍ୟମନ୍ତ୍ରୀ ଘୋଷଣା

କେନ୍ଦୁଝର ଜିଲ୍ଲାରେ ଖୋଲାଯିବ ନର୍ସିଂ କଲେଜ । ଏ ନେଇ ଶୁକ୍ରବାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢନ୍ତୁ...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା; କେଉଁଝରରେ ହେବ ନର୍ସିଂ କଲେଜ

author img

By

Published : Jul 9, 2021, 9:28 PM IST

ଭୁବନେଶ୍ବର: କେନ୍ଦୁଝରର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା । ଜିଲ୍ଲାରେ ଖୋଲାଯିବ ନର୍ସିଂ କଲେଜ । ଏ ନେଇ ଶୁକ୍ରବାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

କେନ୍ଦୁଝରର ବିକାଶ ପାଇଁ ବିଜୁବାବୁ ସବୁବେଳେ ତତ୍ପର ଥିଲେ । କେନ୍ଦୁଝରରେ ଖୁବ ଶୀଘ୍ର ସରକାରୀ ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବାକୁ ଯାଉଛି । କେନ୍ଦୁଝରରେ ଏକ ନୂଆ ନର୍ସିଂ କଲେଜ ଖୋଲାଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ସେହିପରି ମୁଖ୍ୟମନ୍ତ୍ରୀଙ୍କ ଘୋଷଣା କ୍ରମେ କେନ୍ଦୁଝରରେ ଆରମ୍ଭ ହୋଇଥିବା ମେଗା ପାଇପ ଜଳ ଯୋଗାଣ ଶୀଘ୍ର ସରିବ । ଏହା ଦ୍ଵାରା ସାରା ଜିଲ୍ଲାର ପ୍ରତି ଘରେ ଘରେ ପାଇପ ଯୋଗେ ଭଲ ପିଇବା ପାଣି ପହଞ୍ଚିପାରିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।

ଜିଲ୍ଲାର ରାସ୍ତାଘାଟ ଉନ୍ନତି କାର୍ଯ୍ୟକ୍ରମକୁ ତ୍ବରାନ୍ବିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ତେଣୁ ସବୁ ସରକାରୀ ପ୍ରକଳ୍ପ ଯେପରି ଠିକ ସମୟରେ ଶେଷ ହୋଇପାରିବ, ସେଥିପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାବାସୀଙ୍କ ସହଯୋଗ କାମନା କରିଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.