ETV Bharat / city

445 ରୂପାନ୍ତରିତ ସ୍କୁଲ ଲୋକାର୍ପିତ: ଉତ୍କର୍ଷତା ପାଇଁ ଚେଷ୍ଟା କରିବାକୁ ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ - ଉତ୍କର୍ଷତା ପାଇଁ ଚେଷ୍ଟା କରିବାକୁ ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ସ୍କୁଲ ରୂପାନ୍ତରଣର ଆଜି ଦ୍ବିତୀୟ ପର୍ଯ୍ୟାୟର ପଞ୍ଚମ ଦିନ । 5ଟି ଜିଲ୍ଲାର 445ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପାଠ ହେଉ ବା ଖେଳ ଉତ୍କର୍ଷତା ପାଇଁ ଚେଷ୍ଟା କରିବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଅଧିକ ପଢନ୍ତୁ

ଉତ୍କର୍ଷତା ପାଇଁ ଚେଷ୍ଟା କରିବାକୁ ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

author img

By

Published : Jun 8, 2022, 10:20 PM IST

ଭୁବନେଶ୍ବର: ସ୍କୁଲ ରୂପାନ୍ତରଣର ଆଜି ଦ୍ବିତୀୟ ପର୍ଯ୍ୟାୟର ପଞ୍ଚମ ଦିନ । 5ଟି ଜିଲ୍ଲାର 445ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପାଠ ହେଉ ବା ଖେଳ ଉତ୍କର୍ଷତା ପାଇଁ ଚେଷ୍ଟା କରିବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀ ଆଜି 5ଟି ଜିଲ୍ଲାର 445ଟି ସ୍କୁଲକୁ ଲୋକାର୍ପିତ କରିଛନ୍ତି । ବାଲେଶ୍ବର ଜିଲ୍ଲାର 135ଟି ହାଇସ୍କୁଲ, ପୁରୀର 95ଟି, ନୟାଗଡର 60ଟି, ଜଗତସିଂହପୁରର 75ଟି ଓ ଭଦ୍ରକର 80ଟି ସ୍କୁଲ ଲୋକାର୍ପିତ ହୋଇଛି । ଦ୍ବିତୀୟ ପର୍ଯ୍ୟାୟରେ ସମୁଦାୟ 2908ଟି ହାଇସ୍କୁଲର ରୂପାନ୍ତର ହୋଇଛି । ଏହି ରୂପାନ୍ତର ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ସ୍କୁଲ ମ୍ୟାନେଜମେଣ୍ଟ କମିଟି, ପଞ୍ଚାୟତ ପ୍ରତିନିଧି, ପୁରାତନ ଛାତ୍ର ସଂସଦ, ଶିକ୍ଷକ ଶିକ୍ଷୟତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍କୁଲ ଆଜି ଯେଉଁ ନୂଆ ରୂପ ନେଇଛି, ତାହା ପିଲାମାନଙ୍କ ଭିତରେ ଆନନ୍ଦ ଓ ଉତ୍ସାହ ଭରି ଦେଇଛି । ରୂପାନ୍ତର ସେମାନଙ୍କ ମାନସିକ ସ୍ତରରେ ମଧ୍ୟ ପରିବର୍ତ୍ତନ ଆଣିଛି । ସେମାନେ ଆଗ ଅପେକ୍ଷା ଅଧିକ ଆତ୍ମବିଶ୍ବାସର ସହ ନୂଆ ଆଶା ଓ ସଂକଳ୍ପ ନେଇ ଆଗକୁ ବଢୁଛନ୍ତି । ଏହା ଓଡିଶାର ଭବିଷ୍ୟତ ପାଇଁ ଏକ ଶୁଭ ସଂକେତ । ଏ ରୂପାନ୍ତର ଆମର ପିଲାମାନଙ୍କୁ ଶ୍ରେଷ୍ଠ କରି ଗଢିତୋଳିବା ପାଇଁ ସୁଯୋଗ ସୃଷ୍ଟି କରିଛି । ତେଣୁ ପାଠ ହେଉ ବା ଖେଳ ନିଜ ନିଜ କ୍ଷେତ୍ରରେ ଉତ୍କର୍ଷତା ହାସଲ ପାଇଁ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ପରାମର୍ଶ ଦେଇଛନ୍ତି ।

ବାଲେଶ୍ବରରୁ ପ୍ରଜ୍ଞାସ୍ମିତା, ପୁରୀରୁ ସ୍ବୟଂସ୍ନିଗ୍ଧା, ନୟାଗଡରୁ ପ୍ରତ୍ୟାଶା, ଜଗତସିଂହପୁରରୁ ବିନ୍ଦୁଜା ଓ ଭଦ୍ରକରୁ ସୋନାଲି ଆଦି ଛାତ୍ରଛାତ୍ରୀ ସ୍କୁଲ ରୂପାନ୍ତର ବିଷୟରେ ସେମାନଙ୍କ ଅନୁଭବ ବର୍ଣ୍ଣନା କରିଛନ୍ତି । ମନ୍ତ୍ରୀ ଅଶ୍ବିନୀ ପାତ୍ର, ମନ୍ତ୍ରୀ ସମୀର ରଞ୍ଜନ ଦାଶ, ବିଧାୟକ ଡଃ ଅରୁଣ କୁମାର ସାହୁ, ସରକାରୀ ମୁଖ୍ୟ ସଚେତକ ପ୍ରଶାନ୍ତ କୁମାର ମୁଦୁଲି ଓ ବିଧାୟକ ଡଃ ବ୍ୟୋମକେଶ ରାୟ ପ୍ରମୁଖ ସ୍କୁଲ ରୂପାନ୍ତର ଶିକ୍ଷା କ୍ଷେତ୍ରରେ ଏକ ବୈପ୍ଲବିକ ପରିବର୍ତନ ଆଣିଛି ବୋଲି ମତ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା 5ଟି ସଚିବ ଭି କେ ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଛନ୍ତି । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ସ୍ବାଗତ ଭାଷଣ ଦେଇଥିବାବେଳେ ଓସେପାର ପ୍ରକଳ୍ପ ନିର୍ଦ୍ଦେଶକ ଧନ୍ୟବାଦ ଦେଇଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

For All Latest Updates

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.