ETV Bharat / city

ଡୋର-ଟୁ-ଡୋର ସର୍ଭେକୁ ଗୁରୁତ୍ବ ଦିଅ: ମୁଖ୍ୟମନ୍ତ୍ରୀ

author img

By

Published : Jun 29, 2021, 8:24 PM IST

ରାଜ୍ୟର ଦକ୍ଷିଣ ଓ ପଶ୍ଚିମାଞ୍ଚଳର ୧୭ଟି ଜିଲ୍ଲାରେ ଆଂଶିକ ଅନଲକ ପରେ ମଧ୍ୟ କୋଭିଡ ସଂକ୍ରମଣରେ କୌଣସି ବୃଦ୍ଧି ହୋଇନାହିଁ । କିନ୍ତୁ ଉପକୂଳ ଓ ଉତ୍ତର ଓଡିଶାର ଅଭିବକ୍ତ ପୁରୀ, କଟକ, ବାଲେଶ୍ବର ଓ ମୟୁରଭଞ୍ଜ ଆଦି ଜିଲ୍ଲା ମାନଙ୍କରେ ସଂକ୍ରମଣ ହାର ଅଧିକ ରହିଛି। ଏହି ଜିଲ୍ଲାଗୁଡି଼କ ଉପରେ ସତର୍କ ଦୃଷ୍ଟି ରଖାଯାଇଛି । ଅଧିକ ପଢ଼ନ୍ତୁ...

ଡୋର ଟୁ ଡୋର ସର୍ଭେକୁ ଗୁରୁତ୍ବ ଦିଅ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ କୋଭିଡ ସ୍ଥିତି ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମୀକ୍ଷା କରିଛନ୍ତି । ଅଧିକ ସଂକ୍ରମଣ ହାର ଥିବା ଜିଲ୍ଲା ଉପରେ ଫୋକସ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହା ସହିତ କୋଭିଡ ନିୟମର କଡ଼ାକଡ଼ି ପାଳନ ଉପରେ ଗୁରୁତ୍ବ ଆରୋପ କରିଛନ୍ତି । ରାଜ୍ୟରେ କିଛି ଜିଲ୍ଲାରେ ସଂକ୍ରମଣ ହାର ୫ ପ୍ରତିଶତ ରହିଛି । ଅଳ୍ପ କେତେକ ଜିଲ୍ଲାରେ ସଂକ୍ରମଣ ହାର ଅଧିକ ଥିବାରୁ ସତର୍କତା ଅବଲମ୍ବନ କରିବାକୁ କୁହାଯାଇଛି ।

ଘରକୁ ଘର ବୁଲି ଚାଲିଥିବା କୋଭିଡ ସର୍ଭେ କାର୍ଯ୍ୟକ୍ରମ ଉପରେ ମୁଖ୍ୟମନ୍ତ୍ରୀ ସନ୍ତୋଷ ବ୍ୟକ୍ତ କରିଛନ୍ତି । କୋଭିଡ ତଥା ଅନ୍ୟାନ୍ୟ ରୋଗୀ ଚିହ୍ନଟ ଏବଂ ତୁରନ୍ତ ଚିକିତ୍ସା ବ୍ୟବସ୍ଥା ନେଇ ମୁଖ୍ୟମନ୍ତ୍ରୀ ସାମାନ୍ୟ ଆଶ୍ବସ୍ତ ହୋଇଛନ୍ତି । ଏହାକୁ ଆହୁରି ଗୁରୁତର ସହ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ତୃତୀୟ ଲହରରେ ପ୍ରସ୍ତୁତି ସ୍ବରୂପ ଶିଶୁ ରୋଗ ଚିକିତ୍ସା ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଏହାକୁ ନେଇ ଡାକ୍ତରମାନଙ୍କ ତାଲିମ ପ୍ରାଥମିକତା ଦିଆଯିବ । ସେହିପରି ବିଭିନ୍ନ ଡାକ୍ତରଖାନାରେ ଅକ୍ସିଜେନ ପ୍ଲାଣ୍ଟ ଯେପରି ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ କାର୍ଯ୍ୟକ୍ଷମ ହେବ ତାହାରି ଉପରେ ଗୁରୁତ୍ବ ଦିଆଯାଇଛି । ଯଥାଶୀଘ୍ର ଟୀକାକରଣ ପାଇଁ ଫୋକସ କରାଯାଉଛି । ଟୀକାକେନ୍ଦ୍ରରେ ବିଭିନ୍ନ ସୁବିଧାର ବିକାଶ ପାଇଁ ଜିଲ୍ଲାପାଳ ବ୍ୟକ୍ତିଗତ ଭାବେ ଦୃଷ୍ଟି ଦେବାକୁ କୁହାଯାଇଛି । ମାସ୍କ ପିନ୍ଧିବା, ହାତ ଧୋଇବା ଓ ସାମାଜିକ ଦୂରତା ରକ୍ଷା କରିବା, ଭିଡ ନ ଯିବା ଆଦି କୋଭିଡ ନିୟମକୁ କଡାକଡି ଭାବରେ ପାଳନ କରିବାକୁ ଜନସାଧାରଣଙ୍କୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ରାଜ୍ୟର ଦକ୍ଷିଣ ଓ ପଶ୍ଚିମାଞ୍ଚଳର ୧୭ଟି ଜିଲ୍ଲାରେ ଆଂଶିକ ଅନଲକ ପରେ ମଧ୍ୟ କୋଭିଡ ସଂକ୍ରମଣରେ କୌଣସି ବୃଦ୍ଧି ହୋଇନାହିଁ । କିନ୍ତୁ ଉପକୂଳ ଓ ଉତ୍ତର ଓଡିଶାର ଅଭିବକ୍ତ ପୁରୀ, କଟକ, ବାଲେଶ୍ବର ଓ ମୟୁରଭଂଜ ଆଦି ଜିଲ୍ଲା ମାନଙ୍କରେ ସଂକ୍ରମଣ ହାର ଅଧିକ ରହିଛି। ଏହି ଜିଲ୍ଲାଗୁଡି଼କ ଉପରେ ସତର୍କ ଦୃଷ୍ଟି ରଖାଯାଇଛି ।

ଗଞ୍ଜାମ ଓ ଝାରସୁଗୁଡା ଜିଲ୍ଲାରେ ସଂକ୍ରମଣ ହାର ଏକ ପ୍ରତିଶତରୁ ତଳେ ରହିଛି । ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ୯-୧୫ ପ୍ରତିଶତ ରହିଛି । ସେଥିପାଇଁ ଏହା ଉପରେ ଅଧିକ ଫୋକସ କରାଯାଇଛି । ଲକଡାଉନ କଡ଼ାକଡ଼ି ସହ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ, ଟେଷ୍ଟିଂ ଆଦି ଉପରେ ଗୁରୁତ୍ବ ଦିଆଯାଉଛି । ଜୁଲାଇ 15 ବେଳକୁ ରାଜ୍ୟରେ କୋଭିଡ ସ୍ଥିତିରେ ଉନ୍ନତି ହେବ ବୋଲି କହିଛନ୍ତି ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର । ଏହି ସମୀକ୍ଷା ବୈଠକରେ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ଏବଂ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.