ETV Bharat / city

Biju swasthya Kalyan Yojana : ସ୍ମାର୍ଟ ହେଲ୍‌ଥ କାର୍ଡ ପାଇଲେ ବୌଦ୍ଧବାସୀ, ଉପକୃତ ହେବେ ୩ ଲକ୍ଷରୁ ଊର୍ଦ୍ଧ୍ବ - ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (Cm Naveen Patnaik) ବୌଦ୍ଧରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ କରିଛନ୍ତି ଶୁଭାରମ୍ଭ । ଉପକୃତ ହେବେ ତିନି ଲକ୍ଷରୁ ଅଧିକ ଲୋକେ । ଅଧିକ ପଢନ୍ତୁ

BSKY ସ୍ମାର୍ଟ ହେଲ୍‌ଥ କାର୍ଡ ପାଇଲା ବୌଦ୍ଧ ଜିଲ୍ଲା; ଉପକୃତ ହେବେ ୩ ଲକ୍ଷରୁ ଉର୍ଦ୍ଧ୍ବ

author img

By

Published : Nov 25, 2021, 8:21 PM IST

Updated : Nov 25, 2021, 9:58 PM IST

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି( ଗୁରୁବାର) ଭର୍ଚ୍ଚୁଆଲି ମାଧ୍ୟମରେ ବୌଦ୍ଧ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ବୌଦ୍ଧର ୩ ଲକ୍ଷ ୭୨ ହଜାର ଲୋକ ସ୍ମାର୍ଟ କାର୍ଡ ପାଇବେ । ଏହାସହିତ ରାଜ୍ୟର ୧୯ଟି ଜିଲ୍ଲାର ଜନସାଧାରଣ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ଆମର ଗରିବ ଲୋକମାନଙ୍କ ଚିନ୍ତା ଦୂର ହୋଇଛି । କାର୍ଡ ଖଣ୍ଡିଏ ଧରି ସେମାନେ ପୁରା ପରିବାର ପାଇଁ ସବୁଠାରୁ ଭଲ ହସ୍ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏହା ବାସ୍ତବରେ ସେମାନଙ୍କୁ ସଶକ୍ତ କରିଛି ।

Biju swasthya Kalyan Yojana : ସ୍ମାର୍ଟ ହେଲ୍‌ଥ କାର୍ଡ ପାଇଲେ ବୌଦ୍ଧବାସୀ, ଉପକୃତ ହେବେ ୩ ଲକ୍ଷରୁ ଊର୍ଦ୍ଧ୍ବ

ଏଥିରେ ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ । ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି । ପିଲାଙ୍କ ପାଠପଢା ବନ୍ଦ କରନ୍ତି । ସେ ସବୁ ସମସ୍ୟା ତାଙ୍କୁ ବହୁତ ଦୁଃଖ ଦେଇଥାଏ । ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍ପିଟାଲରେ ଭଲ ଚିକିତ୍ସା ପାଇପାରିବେ ।

ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ । ଚାଷୀ ହେଉ ବା ମୂଲିଆ ବା ରିକ୍ସା ଚାଳକ ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ । ଆମ ପାଇଁ ପ୍ରତ୍ୟେକ ଜୀବନ ମୂଲ୍ୟବାନ । ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କୋରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି ।

କାର୍ଯ୍ୟକ୍ରମରେ ସୋନପୁରରେ ଯୋଜନା ଓ ସଂଯୋଜନା ମନ୍ତ୍ରୀ ପଦ୍ମନାଭ ବେହେରା, ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହ, ସାଂସଦ ଅଚ୍ୟୁତାନନ୍ଦ ସାମନ୍ତ, ବିଧାୟକ ପ୍ରଦୀପ କୁମାର ଅମାତ ଓ ବିଧାୟକ ମହିଧର ରଣା ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ କାର୍ଡ କାର୍ଯ୍ୟକ୍ରମ ଦ୍ବାରା ରାଜ୍ୟର ଗରିବ ଜନସାଧାରଣ ଟଙ୍କା ଚିନ୍ତାରୁ ମୁକ୍ତ ହୋଇ ଶାନ୍ତିରେ ନିଜ ପରିବାରର ବିକାଶ ପାଇଁ କାମ କରିବାର ସୁଯୋଗ ପାଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଆଜି ଓଡିଶାକୁ ସାରା ଦେଶରେ ଏକ ଆଦର୍ଶ ରାଜ୍ୟ ଭାବରେ ପରିଣତ କରିଛି ବୋଲି ସେମାନେ ମତବ୍ୟକ୍ତ କରିଛନ୍ତି ।

ଭୁୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

Last Updated : Nov 25, 2021, 9:58 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.