ETV Bharat / city

SC & ST ଛାତ୍ରଛାତ୍ରୀଙ୍କୁ ବୃତ୍ତି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

୬୦,୦୦୦ SC & ST ଛାତ୍ର ଛାତ୍ରୀଙ୍କୁ ତିନି ମାସ ପାଇଁ ଏକକାଳୀନ ପ୍ରାକ ମାଟ୍ରିକ ଛାତ୍ରବୃତ୍ତି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢ଼ନ୍ତୁ...

Chief Minister naveen patnaik,  scholarships to SC&ST students, SCST students,  ଛାତ୍ରବୃତ୍ତି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ, ଛାତ୍ରଛାତ୍ରୀଙ୍କୁ ବୃତ୍ତି ପ୍ରଦାନ
SC& ST ଛାତ୍ରଛାତ୍ରୀଙ୍କୁ ବୃତ୍ତି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ
author img

By

Published : Jul 8, 2021, 6:57 AM IST

ଭୁବନେଶ୍ବର: ୬୦,୦୦୦ SC& ST ଛାତ୍ର ଛାତ୍ରୀଙ୍କୁ ତିନି ମାସ ପାଇଁ ଏକକାଳୀନ ପ୍ରାକ ମାଟ୍ରିକ ଛାତ୍ରବୃତ୍ତି ଦିଆଯାଇଛି । ଝିଅଙ୍କ ପାଇଁ ୨୪୦୦ ଟଙ୍କା ଓ ପୁଅଙ୍କ ପାଇଁ ୨୨୫୦ ଟଙ୍କା ଦିଆଯାଇଛି । ୫ ଲକ୍ଷରୁ ଅଧିକ ଛାତ୍ର ଛାତ୍ରୀ ଏହି ସୁବିଧା ପାଇବେ । କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କରୋନା ଯୋଗୁଁ ପିଲାମାନେ ଗତ ଏକ ବର୍ଷରୁ ଅଧିକ ସମୟ ହେଲା ହଷ୍ଟେଲ ଛାଡି ଘରେ ଅଛନ୍ତି । ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, “ ମୁଁ ଆଶା କରୁଛି ତୁମେ ମାନେ ଘରେ ମଧ୍ୟ ନିଜ ପାଠ ପ୍ରତି ଧ୍ୟାନ ଦେବ । ମୁଁ ଚାହେଁ ତୁମେ ମାନେ ଭଲ ପାଠ ପଢ । ବଡ ମଣିଷ ହୁଅ । ତୁମ ପରିବାର, ତୁମ ଗାଁ, ତୁମ ସମାଜକୁ ବିକାଶ ସହ ଯୋଡି ପରିବର୍ତ୍ତନର ସାରଥି ହୁଅ ।’’

ବୁଧବାର ମଧ୍ୟ 60 ହଜାର SC& ST ଛାତ୍ର ଛାତ୍ରୀଙ୍କୁ ଏପ୍ରିଲ, ମେ ଓ ଜୁନ ଏ ତିନି ମାସ ପାଇଁ ଏକକାଳୀନ ପ୍ରାକ ମାଟ୍ରିକ ଛାତ୍ରବୃତ୍ତି ଦିଆଯାଇଛି । ଏହା ପିଲାଙ୍କ ବାପା ମା’ଙ୍କ ବ୍ୟାଙ୍କ ଖାତାରେ ଜମା ହେଲା । ଝିଅ ମାନଙ୍କ ପାଇଁ ୨୪୦୦ ଟଙ୍କା ଓ ପୁଅ ମାନଙ୍କ ପାଇଁ ୨୨୫୦ ଟଙ୍କା ଦିଆଯାଇଛି । ସମୁଦାୟ ୫ ଲକ୍ଷରୁ ଅଧିକ ଛାତ୍ର ଛାତ୍ରୀ ଏହି ସୁବିଧା ପାଇବେ । ସୂଚନାଯୋଗ୍ୟ ଯେ ଗତବର୍ଷ ମଧ୍ୟ କୋଭିଡ ଯୋଗୁଁ ଆଗୁଆ ଛାତ୍ରବୃତ୍ତି ପ୍ରଦାନ କରାଯାଇଛି ।ସେହିପରି ଛାତ୍ରବୃତ୍ତି ପାଇଥିବା ସମ୍ବଲପୁରର ଜ୍ୟୋତି ସିଂ, ବିଦୁସ୍ମିତା ମୁଣ୍ଡା ଓ ମୟୂରଭଞ୍ଜର ସୋନାଲି ସୋରେନ ଓ ପାର୍ବତୀ ସୋରେନ ପ୍ରମୁଖ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ଏହି ସହାୟତା ଦ୍ଵାରା ଜନଜାତି ସମୁଦାୟଙ୍କ ଆର୍ଥିକ, ସାମାଜିକ ବିକାଶ ହେବା ସହିତ ସେମାନଙ୍କ ମନୋବଳ ମଧ୍ୟ ବୃଦ୍ଧି ପାଇବ ବୋଲି ଦକ୍ଷତା ବିକାଶ ମନ୍ତ୍ରୀ ପ୍ରେମାନନ୍ଦ ନାୟକ କହିଛନ୍ତି । ଚିତ୍ରକୋଣ୍ଡା ଓ କରଞ୍ଜିଆର ବିଧାୟକ ମଧ୍ୟ ଉପସ୍ଥିତ ରହି ସେମାନଙ୍କର ମତବ୍ୟକ୍ତ କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ (5T) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବ ମାନେ ଉପସ୍ଥିତ ଥିଲେ । ଅନୁସୂଚିତ ଜନଜାତି ଓ ଜାତି ବିଭାଗ ପ୍ରମୁଖ ସଚିବ ରଞ୍ଜନା ଚୋପ୍ରା ସ୍ଵାଗତ ଭାଷଣ ଦେଇଥିବାବେଳେ ଜନଜାତି ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.