ଭୁବନେଶ୍ବର: ଆଜି ଚାଷୀଙ୍କ ଆକାଉଣ୍ଟକୁ ଯିବ କାଳିଆ ଟଙ୍କା । ଅକ୍ଷୟ ତୃତୀୟା ଏବଂ କୃଷକ ଦିବସ ଅବସରରେ ଚାଷୀଙ୍କ ଆକାଉଣ୍ଟକୁ ଯିବ କାଳିଆ ଟଙ୍କା ।
ଶୁକ୍ରବାର ଅପରାହ୍ନ 5ଟାରେ କାଳିଆ ଯୋଜନା ଅଧିନରେ ଯୋଗ୍ୟ ଚାଷୀଙ୍କୁ ସହାୟତା ଟଙ୍କା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏପ୍ରିଲ 1 ତଥା ଓଡ଼ିଶା ଦିବସରେ ରାଜ୍ୟର 34 ଲକ୍ଷରୁ ଅଧିକ ଚାଷୀଙ୍କ ଖାତାକୁ କାଳିଆ ଯୋଜନାରେ 693.94 କୋଟି ରବି ଋତୁ ଟଙ୍କା ପ୍ରଦାନ କରାଯାଇଥିଲା । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ଆଜି ହେବାକୁ ଥିବା କାର୍ଯ୍ୟକ୍ରମରେ କୃଷି ମନ୍ତ୍ରୀ ଅରୁଣ ସାହୁ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, କୃଷି ଉତ୍ପାଦନ କମିଶନର ରାଜକୁମାର ଶର୍ମା, ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ । ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି କେ ପଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିବେ ।