ETV Bharat / city

ବିଷମ କଟକ ମର୍ମନ୍ତୁଦ ଦୁର୍ଘଟଣା: ମୃତକଙ୍କ ପରିବାର ପାଇଁ ୨ ଲକ୍ଷ ସହାୟତା ରାଶି ଘୋଷଣା

ବିଷମ କଟକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକଙ୍କ ପରିବାରବର୍ଗ ପାଇଁ 2 ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଅଧିକ ପଢ଼ନ୍ତୁ...

ବିଷମ କଟକ ମର୍ମନ୍ତୁଦ ଦୁର୍ଘଟଣା: ମୃତକଙ୍କ ପରିବାର ପାଇଁ ୨ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା

author img

By

Published : Aug 15, 2021, 7:22 PM IST

ଭୁବନେଶ୍ବର: ବିଷମ କଟକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ 4 ଜଣଙ୍କ ମୃତ୍ୟୁ ହୋଇଛି । ଏନେଇ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ମୃତକଙ୍କ ପରିବାର ପାଇଁ 2 ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଅଗଷ୍ଟ 13 ତାରିଖରେ ବିଷମକଟକରେ ଏକ ଟ୍ରକ ଓ ଆମ୍ବୁଲାନ୍ସର ମୁହାଁମୁହିଁ ଧକ୍କା ହୋଇଥିଲା । ଏହି ଦୁର୍ଘଟଣାରେ 4 ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ 2 ଜଣ ଗୁରୁତର ଭାବେ ଆହତ ହୋଇଥିଲେ ।

ଏଥିରେ ବଲାଙ୍ଗୀରର ସୁଶାନ୍ତ ବିଶି, ଭକ୍ତ ହଂସ, ଲକ୍ଷ୍ମଣ କରୁଅଁଙ୍କ ସହ ରାୟଗଡା ଜିଲ୍ଲାର ଅଭୟ କୁସୁଲିଆଙ୍କ ମୃତ୍ୟୁ ହୋଇଥିଲା । ଏହାକୁ ନେଇ ଗଭୀର ଶୋକ ବ୍ୟକ୍ତ କରିବା ସହ ଆହତ ଦୁଇଜଣଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ଆତ୍ମୀୟଙ୍କୁ ହରାଇଥିବା ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇଛନ୍ତି । ଏହାସହ ମୃତକଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଦୁଇ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ନବୀନ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.