ETV Bharat / city

ମୋ ସରକାରର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଲୋକଙ୍କ ପାଖରେ ସୁବିଧା ପହଁଞ୍ଚାଇବାକୁ ଆହ୍ବାନ

author img

By

Published : Oct 6, 2021, 6:25 AM IST

ରାଜ୍ୟରେ ମୋ ସରକାର ପଦକ୍ଷେପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକଙ୍କ ପାଖରେ ସମସ୍ତ ସୁବିଧା ପହଁଞ୍ଚାଇବା ଲାଗି ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଛନ୍ତି । ଅଧିକ ପଢନ୍ତୁ...

ମୋ ସରକାରର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ; ଲୋକଙ୍କ ପାଖରେ ସୁବିଧା ପହଁଞ୍ଚାଇବାକୁ ଆହ୍ବାନ

ଭୁବନେଶ୍ବର: ରାଜ୍ୟରେ ମୋ ସରକାର ପଦକ୍ଷେପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଭାଗୀୟ ଅଧିକାରୀମାନଙ୍କୁ ଏ କ୍ଷେତ୍ରରେ ଆହୁରି କ୍ରିୟାଶୀଳ ହୋଇ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଲୋକଙ୍କ ପାଖରେ ସମସ୍ତ ସୁବିଧା ପହଁଚାଇବ ଲାଗି ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଛନ୍ତି । ଯେଉଁ ବିଭାଗର feedback ସନ୍ତୋଷଜନକ ନୁହେଁ, କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ସମସ୍ତେ ବିଭିନ୍ନ କ୍ଷେତ୍ରରେ ସରକାରୀ ସେବା ପାଉଛନ୍ତି ବା ବିଭିନ୍ନ କଲ୍ୟାଣକାରୀ ଯୋଜନାର ହିତାଧିକାରୀ ଅଟନ୍ତି । ଏ ସମସ୍ତଙ୍କର ଫିଡବ୍ୟାକ ରେକର୍ଡ କରାଯାଇ ଏହା ଭିତ୍ତିରେ କାର୍ଯ୍ୟାନୁଷ୍ଠାନ ମଧ୍ୟ ଗ୍ରହଣ କରାଯାଇଛି । ବର୍ତ୍ତମାନ ଏହାକୁ ପରବର୍ତ୍ତୀ ସ୍ତରକୁ ନେବାର ସମୟ ଆସିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ତେଣୁ ସବୁ ସ୍ତରରେ, ସବୁ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ଲୋକଙ୍କ ଠାରୁ ଅଧିକରୁ ଅଧକ ଫିଡବ୍ୟାକ୍‌ ନେବାପାଇଁ ସେ ପରାମର୍ଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସରକାରଙ୍କ ଲକ୍ଷ୍ୟ ହେଉଛି ଲୋକଙ୍କୁ ସେବା ଯୋଗାଇଦେବା । ତେଣୁ ଲୋକଙ୍କ ଠାରୁ ନିୟମିତ ଭାବରେ ଫିଡବ୍ୟାକ୍‌ ଗ୍ରହଣ କର । ତାହାକୁ ଭିତ୍ତିକରି ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ନିଅ । ଅବଶ୍ୟକ ପଡିଲେ ନୀତି ବା ପ୍ରକ୍ରିୟାରେ ସଂଶୋଧନ କର । ଏହା ଦ୍ବାରା ଲୋକଙ୍କ ପାଖରେ ସରକାରଙ୍କର ପ୍ରାସଙ୍ଗିକତା ରହିବ । ରାଜ୍ୟ ସରକାରଙ୍କ ପ୍ରଶାସନ ୫-T ନୀତି ଦ୍ବାରା ପରିଚାଳିତ । ଏହାଦ୍ବାରା ସବୁ କ୍ଷେତ୍ରରେ ରୂପାନ୍ତର ଆଣିବା ଆମର ଲକ୍ଷ୍ୟ । ବିଭିନ୍ନ କ୍ଷେତ୍ରରେ ଓଡିଶା ଏବେ ଯେଉଁ ଉଲ୍ଲେଖନୀୟ ପଦକ୍ଷେପ ନେଇ ସାରା ବିଶ୍ବର ନଜରକୁ ଆସିପାରିଛି । ମହିଳା ସଶକ୍ତିକରଣ ଠାରୁ ଆରମ୍ଭ କରି କୃଷକ ମାନଙ୍କୁ ସହାୟତା, ସହରାଞ୍ଚଳ ପରିଚାଳନା ବ୍ୟବସ୍ଥା, କ୍ରୀଡା, ଦକ୍ଷତା ବିକାଶ, ସ୍ବାସ୍ଥ୍ୟ ସେବା ଓ ସ୍କୁଲ ରୂପାନ୍ତର ଆଦି କାର୍ଯ୍ୟକ୍ରମ ଗୁଡିକରେ ରାଜ୍ୟ ଅନେକ ପ୍ରଶଂସା ପାଇଛି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମୋ ସରକାର ହେଉଛି ଏଭଳି ଏକ ସୁଦୂରପ୍ରସାରୀ ଚିନ୍ତାଧାରା, ଯାହାକି ଆମର ପ୍ରଶାସନିକ ବ୍ୟବସ୍ଥାର ପରୀକ୍ଷା ନିଏ । ଲୋକଙ୍କ ସେବା ଦିଗରେ ଆମର ଉଦ୍ୟମକୁ ପ୍ରମାଣିତ କରେ । ସରକାରଙ୍କୁ ଲୋକଙ୍କ ନିକଟତର କରାଏ । ମୋ ସରକାର କାର୍ଯ୍ୟକ୍ରମରେ ଟେକ୍‌ନୋଲୋଜୀ ସହାୟତାରେ ଆମେ ଲୋକଙ୍କ ଠାରୁ ସିଧାସଳଖ ଫିଡବ୍ୟାକ ନେଇପାରୁଛୁ । ଏହା ବ୍ୟବସ୍ଥାର ପରିବର୍ତ୍ତନର ସୂଚକ । ମୋ ସରକାର ଏକ ଭାଗିଦାରୀଭିତ୍ତିକ ଗଣତନ୍ତ୍ରର ସ୍ତମ୍ଭକୁ ସୁଦୃଢ କରେ । ଏହାଦ୍ବାରା ଓଡିଶାରେ ଆମେ ଏକ ସର୍ବଜନହିତକାରୀ ସମାଜ ଗଠନକୁ ଆମେ ସୁନିଶ୍ଚିତ କରିବୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହା ଆମକୁ ଲୋକଙ୍କୁ ନ୍ୟାୟ ଦେବାରେ ସାହାଯ୍ୟ କରିବ । ଏହା ସହିତ ଜନସାଧାରଣଙ୍କ ବିଶ୍ବାସକୁ ଭିତ୍ତିକରି ସବୁସ୍ତରରେ ବିଭିନ୍ନ ପ୍ରଶାସନିକ ସଂସ୍ଥା ଗୁଡିକୁ ଅଧିକ ଦକ୍ଷ, ଉତ୍ତରଦାୟୀ ଓ ସର୍ବଜନ ହିତକାରୀ କରିବାରେ ସହାୟକ ହେବ ।

ବୈଠକରେ ମୁଖ୍ୟମନ୍ତ୍ରୀ କେତେକ ହିତାଧିକାରୀଙ୍କ ସହିତ ଟେଲିଫୋନ୍‌ରେ ସିଧାସଳଖ କଥାହୋଇଛନ୍ତି । ସେମାନଙ୍କ ଠାରୁ ଫିଡବ୍ୟାକ ନେଇଛନ୍ତି । ଜାତିଗତ ପ୍ରମାଣପତ୍ର ନେବା ପାଇଁ ତହସିଲକୁ ଯାଇଥିବା ବ୍ୟକ୍ତି, ମ୍ୟୁନିସିପାଲ୍‌ଟିକୁ ସେବା ପାଇଁ ଯାଇଥିବା ବ୍ୟକ୍ତି, ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ବେସରକାରୀ ହସ୍ପିଟାଲକୁ ଚିକିତ୍ସା ପାଉଥିବା ବ୍ୟକ୍ତି, ଥାନାକୁ ବିଭିନ୍ନ ଅଭିଯୋଗ ନେଇ ଯାଇଥିବା ବ୍ୟକ୍ତି ମାନଙ୍କ ସହିତ ମୁଖ୍ୟମନ୍ତ୍ରୀ କଥା ହୋଇଛନ୍ତି । ସେମାନେ କିପରି ସେବା ପାଇଲେ, ସେମାନଙ୍କ ସହିତ ଉତ୍ତମ ବ୍ୟବହାର କରାଯାଇଥିଲା କି ନାହିଁ, କିମ୍ବା ସେମାନଙ୍କ ଠାରୁ କୌଣସି ପ୍ରକାର ଅର୍ଥ ମଗାଯାଇଥିଲା କି ନାହିଁ, ସେ ସଂପର୍କରେ ମୁଖ୍ୟମନ୍ତ୍ରୀ ପଚାରି ବୁଝିଛନ୍ତି । ତହସିଲ ଓ ସବ୍ ରେଜିଷ୍ଟାର ଅଫିସରେ ଦିଆ ଯାଉଥିବା ସେବାରେ ଉନ୍ନତି ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଛନ୍ତି । ଯେଉଁ ବିଭାଗ ଗୁଡିକର feedback ଗ୍ରହଣ ସନ୍ତୋଷ ଜନକ ନୁହେଁ, ସେଗୁଡିକର କାର୍ଯ୍ୟ ସମୀକ୍ଷା କରି ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା 5-T ସଚିବ ଭି.କେ. ପାଣ୍ଡିଆନ ମୋ ସରକାର କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋକପାତ କରିଛନ୍ତି । ସେ କହିଛନ୍ତି ଯେ, ବ୍ୟବସ୍ଥା କିପରି କାମ କରୁଛି, ତାକୁ ଜାଣିବା ହେଉଛି ମୋ ସରକାରର ଲକ୍ଷ୍ୟ । ଲୋକଙ୍କୁ ସମ୍ମାନର ସହିତ ସେବା ଯୋଗାଇଦେବା ହେଉଛି ସରକାରଙ୍କ ଦାୟିତ୍ବ । ସେମାନେ ଯେପରି କୌଣସି କାର୍ଯ୍ୟାଳୟରେ ଖରାପ ବ୍ୟବହାର ନ ପାଆନ୍ତି ଏବଂ ବୃତ୍ତିଗତ ସେବା ପାଆନ୍ତି, ତାକୁ ସୁନିଶ୍ଚିତ କରିବା ହେଉଛି ମୋ ସରକାରର ଲକ୍ଷ୍ୟ ।

ଇଲୋକ୍ଟ୍ରୋନିକ୍‌ସ ଓ ଆଇଟି ସଚିବ ମନୋଜ କୁମାର ମିଶ୍ର ମୋ ସରକାର ଉପରେ ଏକ ଉପସ୍ଥାପନା ରଖିଛନ୍ତି । ବର୍ତ୍ତମାନ ୨୭ଟି ବିଭାଗର ୨୨୫ଟି ସେବା ମୋ ସରକାରରେ ଅନ୍ତର୍ଭୁକ୍ତ ହୋଇଛି । ଆଉ ମାସକ ମଧ୍ୟରେ ୨୫୦ଟି ସେବା ଅନ୍ତର୍ଭୁକ୍ତ ହେବ । ଏହି କାର୍ଯ୍ୟକ୍ରମରେ ବର୍ତ୍ତମାନ ସୁଦ୍ଧା ସାରା ରାଜ୍ୟରେ ୨ କୋଟି ଲୋକଙ୍କ ଡାଟାବେସ୍‌ ରଖାଯାଇଛି । ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।

ଭୁବନେଶ୍ବରରୁ ଭବାନୀଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.