ETV Bharat / city

ଆଜି କୋଭିଡ ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

author img

By

Published : Jan 10, 2022, 10:38 AM IST

Updated : Jan 10, 2022, 11:08 AM IST

ବଢୁଥିବା କୋରୋନା ସଂକ୍ରମଣକୁ ନେଇ ଆଜି ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (CM covid review meeting) । ଅଧିକ ପଢନ୍ତୁ

ଆଜି କୋଭିଡ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ବୃଦ୍ଧି ପାଉଛି କୋରୋନା ସଂକ୍ରମଣ । ବଢୁଥିବା କୋରୋନା ସଂକ୍ରମଣକୁ ନେଇ ଆଜି ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (CM covid review meeting) । ଅପରାହ୍ନ ୫ଟା ସମୟରେ ଏକ ଉଚ୍ଚସ୍ତରୀୟ ବୈଠକରେ ଭିଡିଓ କନଫରେନ୍ସିଂ ଯୋଗେ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ।

ରାଜ୍ୟରେ ସଂକ୍ରମଣ ଦିନକୁ ପ୍ରାୟ 5 ହଜାରରେ ପହଁଚିଲାଣି । ବିଶେଷ କରି ସହରାଞ୍ଚଳରେ ଏହା କ୍ଷିପ୍ର ଗତିରେ ମାଡି ଚାଲିଛି । ସଂକ୍ରମଣକୁ ବ୍ରେକ ଲଗାଇବାରେ କଣ ପଦକ୍ଷେପ ନିଆଯାଉଛି, ତାହାର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ଆଗାମୀ ଦିନରେ କଣ କଣ ପଦକ୍ଷେପ ନେବାରେ ଆବଶ୍ୟକ ଅଛି ଏ ନେଇ ନିର୍ଦ୍ଦେଶ ଓ ପରାମର୍ଶ ଦେବେ ମୁଖ୍ୟମନ୍ତ୍ରୀ । ଆସନ୍ତା ୧୦ ଦିନରେ ସମସ୍ତ କୋଭିଡ ହସ୍ପିଟାଲ ପ୍ରସ୍ତୁତ ରଖିବାକୁ ଗତ ସପ୍ତାହରେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ, ଏହି କାର୍ଯ୍ୟ କେତେ ବାଟ ଆଗକୁ ଗଲା ସେ ନେଇ ତଥ୍ୟ ହାସଲ କରିବେ ।

ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଆର୍‌.କେ. ଶର୍ମା, ପୋଲିସ ଡିଜି ସୁନିଲ କୁମାର ବଂଶଲ, ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା, ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବ ମାନେ ଯୋଗ ଦେବେ । ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା 5-ଟି ସଚିବ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଞ୍ଚାଳନ କରିବେ । ବୈଠକରେ ଜିଲ୍ଲାପାଳ ତଥା ବିଏମସି ଓ ସିଏମସିର କମିଶନର ମାନେ ସେମାନଙ୍କ ଅଞ୍ଚଳରେ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ଓ ପ୍ରସ୍ତୁତି ସଂପର୍କରେ ସୂଚନା ଦେବେ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

Last Updated : Jan 10, 2022, 11:08 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.