ETV Bharat / city

SCBର ନବକଳେବର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ଖର୍ଚ୍ଚ ହେବ ୩୫୦୦ କୋଟି - 3,500 crore for scb

ଶ୍ରୀରାମଚନ୍ଦ୍ରଭଞ୍ଜ ମେଡ଼ିକାଲ କଲେଜର ହେବ ନବକଳେବର । ସେଥିପାଇଁ ୩୫୦୦ କୋଟି ଟଙ୍କା ଅଟକଳ ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପଢନ୍ତୁ ଅଧିକ....

ଏସସିବିର ନବକଳେବର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା , ଖର୍ଚ୍ଚ ହେବ ୩୫୦୦ କୋଟି

author img

By

Published : Dec 31, 2020, 6:31 PM IST

ଭୁବନେଶ୍ବର: ସ୍ବାସ୍ଥ୍ୟ ସେବା ପାଇଁ ଓଡ଼ିଶାବାସୀଙ୍କର ବିଶ୍ବାସର କେନ୍ଦ୍ର ଶ୍ରୀରାମଚନ୍ଦ୍ରଭଞ୍ଜ ମେଡ଼ିକାଲ କଲେଜର ହେବ ନବକଳେବର । ସେଥିପାଇଁ ୩୫୦୦ କୋଟି ଟଙ୍କା ଅଟକଳ ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏସସିବିକୁ ଏସ ପ୍ଲସ ଢାଞ୍ଚାରେ ବିକଶିତ କରିଏକ ବିଶ୍ବସ୍ତରୀୟ ଚିକିତ୍ସା ଅନୁଷ୍ଠାନ ଭାବରେ ବିକଶିତ କରିବା ଲକ୍ଷ୍ୟ ନେଇ ଏହି ପ୍ରକଳ୍ପ ୫-ଟି କାର୍ଯ୍ୟକ୍ରମ ଅଧୀନରେ କାର୍ଯ୍ୟକାରୀ କରାଯିବ । 2024 ଜାନୁୟାରୀ 1ସୁଦ୍ଧା ଏହି ଆଧୁନିକିକରଣ କାର୍ଯ୍ୟ ଶେଷ କରିବା ପାଇଁ ଲକ୍ଷ ରଖାଯାଇଛି ।

୩୫୦୦ କୋଟି ବ୍ୟୟରେ ହେବାକୁ ଥିବା ପ୍ରସ୍ଥାବିତ ଢାଞ୍ଚା

୧୭୫ ଏକର ଜମିରେ ବିକଶିତ ହେବାକୁ ଥିବା ଏକ ମର୍ଯ୍ୟଦାଜନକ ପ୍ରକଳ୍ପରେ ପ୍ରଥମ ପର୍ଯ୍ୟାୟରେ ଶଯ୍ୟା ସଂଖ୍ୟା ୩୫୦୦ କରାଯିବ ଏବଂ ଦ୍ବିତୀୟ ପର୍ଯ୍ୟାୟରେ ଏହାକୁ ୫୦୦୦କୁ ବୃଦ୍ଧି କରାଯିବ । ୩ ବର୍ଷରେ ସଂପୂର୍ଣ୍ଣ ହେବାକୁ ଥିବା ଏହି ପ୍ରକଳ୍ପରେ ଡାକ୍ତର, ରୋଗୀଙ୍କ ସ୍ବାସ୍ଥ୍ୟ କର୍ମଚାରୀ ସମସ୍ତଙ୍କ ପାଇଁ ଅତ୍ୟାଧୁନିକ ସୁବିଧା ଉପଲବ୍ଧ ଦେବ । ଅତ୍ୟାଧୁନିକ ଚିକିତ୍ସା ଉପକରଣ ସହିତ ପରିବହନ ବ୍ୟବସ୍ଥା, ଆଧୁନିକ ରେଷ୍ଟୁରାଣ୍ଟ, ବାଣିଜ୍ୟ କେନ୍ଦ୍ର ଓ ସୁରକ୍ଷା ବ୍ୟବସ୍ଥା ଆଦି ସମସ୍ତ ସୁବିଧା ଉପଲବ୍ଧ ହେବ । ଏଥିରେ ୧୨୮୦ଟି ସରକାରୀ ବାସଗୃହ ନିର୍ମିତ ହେବା ସହିତ ଛାତ୍ରାବାସରେ ଅଧିକ ୨୨୦୦ ଜଣ ଛାତ୍ରଛାତ୍ରୀ ରହିବାର ବ୍ୟବସ୍ଥା କରାଯିବ । ଏହି ହସ୍ପିଟାଲର ଉନ୍ନତି ସହିତ କ୍ରୀଡା ଓ ମନୋରଞ୍ଜନ ପାଇଁ ମଧ୍ୟ ଉତ୍ତମ ପରିବେଶ ସୃଷ୍ଟି କରାଯିବ ।

ଏହି ମେଡିକାଲ କଲେଜ ହସ୍‌ପିଟାଲର ସୁପରିଚାଳନା ପାଇଁ ଏକ ସ୍ବାଧୀନ ପରିଚାଳନା ମଣ୍ଡଳୀ ରହିବ ଯାହାକି, ବ୍ୟବସ୍ଥାରେ ପରିବର୍ତ୍ତନ ଆଣିବା ସହିତ ଚିକିତ୍ସା, ଶିକ୍ଷା ଓ ଗବେଷଣାର ମାନ ବୃଦ୍ଧି ପାଇଁ କାମ କରିବ । ଏହି ପ୍ରକଳ୍ପ ନିର୍ଦ୍ଧାରିତ ସମୟରେ ଶେଷ ହେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ୫-ଟି ସଚିବ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ପୂର୍ତ୍ତ ସଚିବ ପ୍ରକଳ୍ପ ସଂପର୍କରେ ବିସ୍ତୃତ ଉପସ୍ଥାପନା ରଖିଥିଲେ ।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ , ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.