ETV Bharat / city

ରାଜ୍ୟରେ କୋଭିଡକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

author img

By

Published : Oct 7, 2020, 9:14 PM IST

ରାଜ୍ୟରେ କୋଭିଡକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମୀକ୍ଷା। ସହିଦ୍‌ କୋଭିଡ ଯୋଦ୍ଧାଙ୍କ ପରିବାରକୁ ରାଜ୍ୟ ସରକାର ଅନୁକମ୍ପା ସହାୟତା ଯୋଗାଇ ଦେବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କୋଭିଡ ପରିଚାଳନା ସଂପର୍କରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ଅଧିକ ପଢନ୍ତୁ...

ରାଜ୍ୟରେ କୋଭିଡକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା
chief-ministers-naveen-patanaik-review-of-covid-situation

ଭୁବନେଶ୍ବର: ରାଜ୍ୟରେ କୋଭିଡକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମୀକ୍ଷା। ସହିଦ୍‌ କୋଭିଡ ଯୋଦ୍ଧାଙ୍କ ପରିବାରକୁ ରାଜ୍ୟ ସରକାର ଅନୁକମ୍ପା ସହାୟତା ଯୋଗାଇ ଦେବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କୋଭିଡ ପରିଚାଳନା ସଂପର୍କରେ ସମୀକ୍ଷା କରିଥିଲେ। ଗତ ୮ ମାସ ଧରି କୋଭିଡ ବିରୁଦ୍ଧରେ ଚାଲିଥିବା ଏହି ଲଢେଇରେ କାମ କରିଚାଲିଥିବା କୋଭିଡ ଯୋଦ୍ଧା ମାନଙ୍କ ନିଷ୍ଠାର ଉଚ୍ଚ ପ୍ରଶଂସା କରିବା ସହିତ ସହିଦ୍‌ କୋଭିଡ ଯୋଦ୍ଧାଙ୍କ ପରିବାରକୁ ରାଜ୍ୟ ସରକାରଙ୍କ ତରଫରୁ ଅନୁକମ୍ପା ସହାୟତା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ସୂଚନାଯୋଗ୍ୟ ଯେ ସହିଦ ଯୋଦ୍ଧାଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଯୋଗାଇ ଦେବା ପାଇଁ କେନ୍ଦ୍ର ସରକାର ଘୋଷଣା କରିଥିଲେ । ତଦ୍‌ନୁଯାୟୀ ରାଜ୍ୟ ସରକାର କୋଭିଡ ନିୟନ୍ତ୍ରଣ କାର୍ଯ୍ୟ କରୁଥିବା ସମୟରେ ସହିଦ୍‌ ହୋଇଥିବା ୬୦ ଜଣ ଯୋଦ୍ଧାଙ୍କର ନାମ ତାଲିକା ଭାରତ ସରକାରଙ୍କ ନିକଟକୁ ପଠାଇଥିଲେ । କିନ୍ତୁ ଭାରତ ସରକାର ମାତ୍ର ଜଣେ ସହିଦ୍‌ଙ୍କୁ ସହାୟତା ଦେବା ପାଇଁ ସମ୍ମତି ପ୍ରକାଶ କରିଛନ୍ତି ।

ରାଜ୍ୟରେ କୋଭିଡକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

ଏ ସଂପର୍କରେ ରାଜ୍ୟ ସରକାର ପୁଣିଥରେ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବେ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବର୍ତ୍ତମାନ କୋଭିଡ ପ୍ରୋଟୋକଲ୍‌କୁ ଅଧିକ ଷ୍ଟାଣ୍ଡାଲାଇଜ କରାଯାଇଛି । ତେଣୁ କୋଭିଡରୁ ସୁସ୍ଥ ହେଉଥିବା ଲୋକଙ୍କ ସ୍ବାସ୍ଥ୍ୟର ଗୁଣାତ୍ମକ ଉନ୍ନତି ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ। ଏହାସହିତ ରାଜ୍ୟରେ ବର୍ତ୍ତମାନ ୭୮ ପ୍ରତିଶତ ଲୋକ ଗୃହ ସଂଗରୋଧରେ ଅଛନ୍ତି । ତେଣୁ ଗୃହ ସଂଗରୋଧରେ ଥିବା ରୋଗୀ ଏବଂ କୋଭିଡ ହସ୍‌ପିଟାଲରେ ରହିଥିବା ରୋଗୀ ମାନଙ୍କ ସହିତ ବରିଷ୍ଠ ଅଧିକାରୀମାନେ ସିଧାସଳଖ ଯୋଗାଯୋଗ କରି ସେମାନଙ୍କ ଭଲମନ୍ଦ ପଚାରି ବୁଝିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏତ୍‌ଦବ୍ୟତୀତ ଆଣ୍ଟି ଭାଇରାଲ ଔଷଧ ସଂପର୍କରେ ବ୍ୟାପକ ସଚେତନତା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଥିଲେ ।

ବର୍ତ୍ତମାନ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୨ ଲକ୍ଷରୁ ଅଧିକ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ । ଜାତୀୟ ଆରୋଗ୍ୟ ହାର ୮୫ ପ୍ରତିଶତ ଥିବାବେଳେ ରାଜ୍ୟରେ ଆରୋଗ୍ୟ ହାର ୮୯ ପ୍ରତିଶତ ପହଞ୍ଚିଛି ବୋଲି ଜଣାଯାଇଛି । ରାଜ୍ୟରେ ଗତ ୮ ମାସ ଭିତରେ ୩୬ ଲକ୍ଷ ଟେଷ୍ଟ କରାଯାଇଥିବା ବେଳେ ତନ୍ମଧ୍ୟରୁ ୬.୭୫ ପ୍ରତିଶତ ପଜିଟିଭ କେସ୍ ବାହାରିଛି । ଆଗକୁ ପୂଜା ଋତୁ ଆସୁଥିବାରୁ ଅଧିକ ସତର୍କ ରହିବା ସହିତ କୋଭିଡ ନିୟମାବଳୀକୁ କଡିକଡି ଭାବରେ ପାଳନ କରିବାକୁ ଜନସାଧାରଣଙ୍କୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ । ଏତଦ୍‌ବ୍ୟତୀତ କୋଭିଡ ନିୟମାବଳୀ ଏବଂ ଔଷଧ ସେବନ ସଂକ୍ରାନ୍ତରେ ନିୟମିତ ସଚେତନତା ଅଭିଯାନ (IEC campaign) ଜାରି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ପରାମର୍ଶ ଦେଇଥିଲେ। ପୋଲିସ କର୍ମଚାରୀମାନେ ଅଧିକ ସଂଖ୍ୟାରେ ପ୍ଲାଜମା ଦାନ କରିବା ପାଇଁ ଆଗେଇ ଆସୁଥିବାରୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଉଚ୍ଚପ୍ରଶଂସା କରିଛନ୍ତି ।

ଭୁବନେଶ୍ବରରୁ ବିକାଶ ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.