ETV Bharat / city

ସିଙ୍ଗିଲ୍ ୱିଣ୍ଡୋ ବୈଠକ, ୧୯୨୩ କୋଟିର ୧୦ଟି ନୂଆ ପ୍ରକଳ୍ପ ଅନୁମୋଦିତ

author img

By

Published : Oct 8, 2022, 9:54 AM IST

ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ସିଙ୍ଗିଲ୍ ୱିଣ୍ଡୋ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ଅଧିକ ପଢନ୍ତୁ

ସିଙ୍ଗିଲ୍ ୱିଣ୍ଡୋ ବୈଠକ,  ୧୯୨୩ କୋଟିର ୧୦ଟି ନୂଆ ପ୍ରକଳ୍ପ ଅନୁମୋଦିତ
ସିଙ୍ଗିଲ୍ ୱିଣ୍ଡୋ ବୈଠକ, ୧୯୨୩ କୋଟିର ୧୦ଟି ନୂଆ ପ୍ରକଳ୍ପ ଅନୁମୋଦିତ

ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ସିଙ୍ଗିଲ୍ ୱିଣ୍ଡୋ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ୧୦ଟି ନୂଆ ପୁଞ୍ଜିନିବେଶ ପ୍ରକଳ୍ପକୁ ନୀତିଗତ ଅନୁମୋଦନ ଦିଆଯାଇଛି । ଏହି ସବୁ ପ୍ରକଳ୍ପ ମାଧ୍ୟମରେ ୧୯୨୩.୬୦ କୋଟି ଟଙ୍କାର ନୂଆ ପୁଞ୍ଜିନିବେଶ ହେବ । ଏହା ସହ ୫୧୭୦ ଜଣଙ୍କ ନିମନ୍ତେ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ବୈଠକରେ କୁହାଯାଇଛି ।

ଲୋକସେବା ଭବନରୁ ଭିସି ଜରିଆରେ ଅନୁଷ୍ଠିତ ଏହି ବୈଠକ ଅନୁଷ୍ଠିତ ହୋଇଛି । ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ହେମନ୍ତ କୁମାର ଶର୍ମା ପ୍ରକଳ୍ପ ଗୁଡିକର ବୈଷୟିକ ଓ ଆର୍ଥିକ ଦକ୍ଷତା ବିଷୟ ଉପସ୍ଥାପନ କରିଥିଲେ । ସେ କହିଛନ୍ତି ଯେ, ‘‘ପ୍ରକଳ୍ପ ଗୁଡିକ ମୁଖ୍ୟତଃ ଆଲୁମିନିଅମ୍ ଓ ଷ୍ଟିଲ୍‌, ଡ଼ାଉନଷ୍ଟ୍ରିମ୍, ଅଣପାରମ୍ପରିକ ଶକ୍ତି, ସୂଚନା ଓ ପ୍ରଯୁକ୍ତି ବିଦ୍ୟା, କୃଷି ଉତ୍ପାଦ ଓ ଖାଦ୍ୟ ପ୍ରକ୍ରିୟାକରଣ, ତୈଳ ଓ ଗ୍ୟାସ୍‌, ବୈଦୁତିକ ପଦାର୍ଥ ଉତ୍ପାଦନ, ଭିତ୍ତିଭୂମି, ପର୍ଯ୍ୟଟନ, ବୈଷୟିକ ବୟନ, ରସାୟନ ଏବଂ ମାନୁଫାକ୍ଚରିଂ ସେକ୍ଟର ଅନ୍ତର୍ଭୁକ୍ତ । ଏସବୁ ପ୍ରକଳ୍ପ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରତ୍ୟକ୍ଷ ଓ ପରୋକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ସହ ରାଜ୍ୟର ଆର୍ଥିକ ପ୍ରଗତିରେ ସହାୟକ ହେବ । ଶିଳ୍ପାୟନ ମାଧ୍ୟମରେ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି ସହ ଦ୍ରୁତ ଆର୍ଥିକ ପ୍ରଗତି ହାସଲ ନିମନ୍ତେ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି । ସରକାରଙ୍କ ପ୍ରଗତିଶୀଳ ଶିଳ୍ପ ନୀତି, ସ୍ବଚ୍ଛ ପ୍ରଶାସନିକ ବ୍ୟବସ୍ଥା, ପୁଞ୍ଜିନିବେଶକାରୀ ମାନଙ୍କ ସହ ଆଲୋଚନା ଓ ବ୍ୟବସାୟ ଅନୁକୂଳ ବାତାବରଣ ଯୋଗୁ ଓଡ଼ିଶା ନୂଆ ପୁଞ୍ଜିନିବେଶ ପ୍ରସ୍ତାବ ଆକର୍ଷିତ କରିବାରେ ରାଜ୍ୟ ଆଗୁଆ ହୋଇଛି । ’’

ଏଥିପାଇଁ ସମସ୍ତ ପ୍ରକାର ପ୍ରଶାସନିକ ସହଯୋଗ ଯୋଗାଇ ଦେବା ପାଇଁ ସେ ସଂପୃକ୍ତ ବିଭାଗମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ । ବିଭିନ୍ନ ପ୍ରକାର ଶିଳ୍ପ ପାଇଁ ଆବଶ୍ୟକୀୟ ଜମି ଓ ଜଳର ସଠିକ୍ ଅନୁଶୀଳନ କରି ତଦନୁଯାୟୀ ବ୍ୟବସ୍ଥା କରିବାକୁ କୁହାଯାଇଛି । ପ୍ରତିଷ୍ଠା ହେବାକୁ ଥିବା ଶିଳ୍ପାନୁଷ୍ଠାନ ଗୁଡିକ ଯେପରି ବର୍ଜ୍ୟବସ୍ତୁ ଏବଂ ଉତ୍ପାଦନ ଜାତି ପ୍ରଦ୍ୟୁଷକ ପଦାର୍ଥର ପରିଚାଳନା ନିମନ୍ତେ ଉପଯୁକ୍ତ ପଦକ୍ଷେପ ନେବେ ତାହା ନିଶ୍ଚିତ କରାଇବା ପାଇଁ ମଧ୍ୟମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିଲେ । ନିୟମିତ ସମୀକ୍ଷା ଓ ତଦାରଖ ମାଧ୍ୟମରେ ଏହା କଡାକଡି ଭାବେ ଲାଗୁ କରାଯିବ ।

ବୈଠକରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଜଳ ସମ୍ପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ହେମନ୍ତ କୁମାର ଶର୍ମା, ଇସ୍ପାତ ଓ ଖଣି ବିଭାଗ ପ୍ରମୁଖ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂ, ଶ୍ରମ ଓ ଇ.ଏସ୍.ଆଇ ପ୍ରମୁଖ ଶାସନ ସଚିବ ଚିତ୍ରା ଅରୁମୁଗମ୍, ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ନିକୁଞ୍ଜବିହାରୀ ଧଳ, ବୈଦୁତିକ ଏବଂ ସୂଚନା ଓ ପ୍ରଯୁକ୍ତି ବିଦ୍ୟା ଶାସନ ସଚିବ ମନୋଜ କୁମାର ମିଶ୍ର, ଇପିକଲ୍ ପରିଚାଳନା ନିର୍ଦ୍ଦେଶକ ଭୁପିନ୍ଦର ସିଂ ପୁନିଆଙ୍କ ସମେତ ସଂପୃକ୍ତ ବିଭାଗର ପ୍ରମୁଖ ଶାସନ ସଚିବ, ଶାସନ ସଚିବ ଓ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.