ETV Bharat / city

Cyclone Preparedness Meeting: ବାତ୍ୟା ଋତୁ ପାଇଁ ପ୍ରସ୍ତୁତ ରହିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

author img

By

Published : Oct 10, 2022, 8:37 PM IST

ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର (Chief Secretary Suresh Chandra Mahapatra) ଆଜି “ବାତ୍ୟା-ଋତୁ ( cyclone season) ପାଇଁ ପ୍ରଶାସନିକ ପ୍ରସ୍ତୁତିର ସମୀକ୍ଷା (cyclone preparedness meeting) କରିଛନ୍ତି । ବାତ୍ୟା ଋତୁକୁ ଦୃଷ୍ଟିରେ ରଖି ପୂର୍ଣ୍ଣ ପ୍ରସ୍ତୁତ ରହିବାକୁ ସଂପୃକ୍ତ ବିଭାଗମାନଙ୍କୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ଅଧିକ ପଢନ୍ତୁ

Cyclone Preparedness Meeting
Cyclone Preparedness Meeting

ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର (Chief Secretary Suresh Chandra Mahapatra) ଆଜି “ବାତ୍ୟା-ଋତୁ ( cyclone season) ପାଇଁ ପ୍ରଶାସନିକ ପ୍ରସ୍ତୁତିର ସମୀକ୍ଷା (cyclone preparedness meeting) କରିଛନ୍ତି । ବାତ୍ୟା ଋତୁକୁ ଦୃଷ୍ଟିରେ ରଖି ପୂର୍ଣ୍ଣ ପ୍ରସ୍ତୁତ ରହିବାକୁ ସଂପୃକ୍ତ ବିଭାଗମାନଙ୍କୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ନିର୍ଦ୍ଧାରିତ ଏସଓପି (Standard Operating Procedure) ଅନୁସାରେ ଆବଶ୍ୟକୀୟ ପଦାର୍ଥ, ଯନ୍ତ୍ରପାତି, ଉପକରଣ ଏବଂ ମାନବ ସମ୍ବଳ ଆଦିର ମାନଚିତ୍ର ପ୍ରସ୍ତୁତ ସହ ସେସବୁକୁ ପୂର୍ଣ୍ଣ କର୍ମକ୍ଷମ ରଖିବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟସ୍ତରୀୟ ବାତ୍ୟା ପ୍ରସ୍ତୁତି ବୈଠକରେ ଅଧ୍ୟକ୍ଷତା କରି ଏହି ନିର୍ଦ୍ଦେଶ ଦେଇଛନ୍ତି ।

Cyclone Preparedness Meeting: ବାତ୍ୟା ଋତୁ ପାଇଁ ପ୍ରସ୍ତୁତ ରହିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଲୋକସେବା ଭବନ (Lok Seva Bhawan) ରେ ଅନୁଷ୍ଠିତ ଏହି ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ସମ୍ଭ୍ୟାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତିର ବିଭିନ୍ନ ଦିଗ ଆଲୋଚନା ନିମନ୍ତେ ଉପସ୍ଥାପନ କରିଛନ୍ତି । ଭାରତୀୟ ପାଣିପାଗ ବିଭାଗର ଆଞ୍ଚଳିକ ନିର୍ଦ୍ଦେଶକ ଏଚଆର ବିଶ୍ୱାସ (HR Biswas Regional Meteorological Centre Director ) ଜଣାଇଛନ୍ତି ଯେ, ଓଡିଶାର ବର୍ତ୍ତମାନ ଜଳବାୟୁ ସ୍ଥିତି ବାତ୍ୟା ଅନୁକୂଳ ରହିଛି । ହେଲେ ଆସନ୍ତା 15 ଦିନ ଭିତରେ ବାତ୍ୟାର ସୂଚନା ମିଳିନାହିଁ ।

ଓଡିଶାରେ ବାତ୍ୟାର ପୂର୍ବାନୁମାନ ଏବଂ ଆଗୁଆ ସତର୍କ ସୂଚନା ପ୍ରସାରଣ ଭିତ୍ତିଭୂମିକୁ ସୁଦୃଢ କରାଯାଇଛି । ଜିଲ୍ଲା ଓ ଅଞ୍ଚଳଭିତ୍ତିକ ପାଣିପାଗ ସୂଚନା ଦିଆଯାଉଛି । ଏକ ବାତ୍ୟାର ପ୍ରଭାବ ଭିତ୍ତିକ ପୂର୍ବାନୁମାନ ବ୍ୟବସ୍ଥା କରାଯାଇଛି । ଗୋପାଳପୁର ଓ ପାରାଦ୍ୱୀପରେ ଡପଲର ପାଣିପାଗ ରାଡାର ଷ୍ଟେସନ ସହ ବାଲେଶ୍ୱର, ଚାନ୍ଦବାଲି, ପୁରୀ, ଭୁବନେଶ୍ୱର, ଗୋପାଳପୁର ଏବଂ ପାରାଦ୍ୱୀପ ଆଦି ସ୍ଥାନରେ ଉଚ୍ଚକ୍ଷମତା ସମ୍ପନ୍ନ ବାୟୁଗତି ପରିମାପକ ଯନ୍ତ୍ରମାନ (High wind speed recoeder) ସ୍ଥାପନ କରାଯାଇଛି । ଏହି ଯନ୍ତ୍ର ଘଣ୍ଟା ପ୍ରତି ପ୍ରାୟ ୩୦୦ କିମି ପବନ ସ୍ଥିତିରେ ମଧ୍ୟ କାର୍ଯ୍ୟ କରିପାରିବ । ଏସବୁ ଆଧୁନିକ ଭିତ୍ତିଭୂମି ସ୍ଥିତିର ପର୍ଯ୍ୟବେକ୍ଷଣ କରିବା ସହ ପାଗ ପୂର୍ବାନୁମାନ ଅନୁଶୀଳନରେ ସହାୟକ ହେଉଛି ।

ଏହାବି ପଢନ୍ତୁ- PM Visit to Ujjain: ଉଦଘାଟିତ ହେବ ପ୍ରଥମ ପର୍ଯ୍ୟାୟ ଶ୍ରୀମହାକାଳ ଲୋକ

ବାତ୍ୟାରେ ଟେଲିଫୋନ ଏବଂ ବିଦ୍ୟୁତ ଯୋଗାଣ ବ୍ୟବସ୍ଥା ଅଧିକ କ୍ଷତିଗ୍ରସ୍ତ ହେଉଥିବାରୁ ମୋବାଇଲ ଟେଲିକମ-ଟାଓ୍ୱାର, ସାଟେଲାଇଟ ଫୋନ, ଜେନେରେଟର, ବିଦ୍ୟୁତ ଖୁଣ୍ଟ, କଣ୍ଡକ୍ଟର, ସବଷ୍ଟେସନ ପ୍ରସ୍ତୁତ ରଖିବାକୁ କୁହାଯାଇଛି । ଏହା ସହିତ ଯଥେଷ୍ଟ ସଂଖ୍ୟକ ମାନବ ସମ୍ବଳ ଆଦିର ଆକଳନ ଏବଂ ଆବଶ୍ୟକ ବେଳେ ତୁରନ୍ତ ନିୟୋଜିତ ପାଇଁ ପ୍ରସ୍ତୁତ ରହିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ପାନୀୟ ଜଳ ପାଇଁ ଗ୍ରାମ ଓ ସହରାଞ୍ଚଳରେ ଥିବା ହ୍ୟାଣ୍ଡ ପମ୍ପ ଗୁଡିକୁ କର୍ମକ୍ଷମ ରଖିବା ସହ ବାତ୍ୟା ପରେ ସଙ୍ଗେ ସଙ୍ଗେ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା କାର୍ଯ୍ୟକ୍ଷମ କରିବାକୁ ପୂର୍ଣ୍ଣ ପ୍ରସ୍ତୁତି ନିମନ୍ତେ ନିର୍ଦ୍ଦେଶ ଦିଆଯାଇଛି । ବ୍ଲିଚିଂ, ହେଲୋଜେନ ବଟିକା, ଔଷଧ, ଆମ୍ବୁଲାନ୍ସ ଏବଂ ଡାକ୍ତରୀ ଟିମ ଆଦି ବିଷୟରେ ପୂର୍ବ ପ୍ରସ୍ତୁତି କରିବାକୁ ସିଏସ ନିର୍ଦ୍ଦେଶ ଦେଇଛନ୍ତି ।

ଓଡ୍ରାଫ ଏବଂ ଅଗ୍ନିଶମ ସଂସ୍ଥାର ସବୁ ଉପକରଣକୁ ସଠିକ ଭାବେ ଯାଞ୍ଚ କରିବା ପାଇଁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି । ବାତ୍ୟା ପ୍ରବଣ ଉପକୂଳବର୍ତ୍ତୀ ଗ୍ରାମମାନଙ୍କର ଆସନ୍ନ ପ୍ରସବ, ବୟସ୍କ, ଦିବ୍ୟାଙ୍ଗ, ଅସହାୟମାନଙ୍କର ତାଲିକା ପ୍ରସ୍ତୁତ ରଖିବାକୁ ମହିଳା ଏବଂ ଶିଶୁ ବିକାଶ ବିଭାଗକୁ କୁହାଯାଇଛି । ଆବଶ୍ୟକ ବେଳେ ନିରାପଦ ସ୍ଥାନକୁ ସହାୟତା-ଭିତ୍ତିକ ସ୍ଥାନାନ୍ତର କରିବାରେ ଏହି ତାଲିକା ବହୁ ପରିମାଣରେ ଫଳପ୍ରଦ ହେବ । ତୁରନ୍ତ ଗମନା ଗମନ ସୁବିଧାର ପୁନଃ ସ୍ଥାପନ, ରାସ୍ତା ଓ ନଦୀବନ୍ଧ ମରାମତି, ଲୁଣାଘେରି ବନ୍ଧର ସୁରକ୍ଷା, ସହରାଞ୍ଚଳରେ ଉଦବୃତ ବର୍ଷା ଜଳ ନିଷ୍କାସନ, ହସ୍ପିଟାଲ ଗୁଡିକରେ ବିକଳ୍ପ ବିଦ୍ୟୁତ ବ୍ୟବସ୍ଥା, ଗୋ-ଖାଦ୍ୟ ଯୋଗାଣ, ପରିମଳ ବ୍ୟବସ୍ଥା ପାଇଁ କଣ୍ଟିଜେଣ୍ଟ ପ୍ଲାନ ସହ ଆବଶ୍ୟକୀୟ ସାମଗ୍ରୀ ଓ ମାନବ ସମ୍ବଳ, କୃଷକମାନଙ୍କୁ ଉପଯୁକ୍ତ ପରାମର୍ଶ ଓ ସୂଚନା ପ୍ରଦାନ, ଧାନ-କିଣା ମଣ୍ଡିରେ ସଂଗୃହିତ ଧାନର ସୁରକ୍ଷା ଓ ପରିବହନ ଆଦି କାମ ପାଇଁ ପ୍ରସ୍ତୁତ ରହିବାକୁ ମୁଖ୍ୟ ଶାସନ ସଚିବ ସଂପୃକ୍ତ ବିଭାଗମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଏହାବି ପଢନ୍ତୁ- Weather Update: ମଙ୍ଗଳବାର ଠାରୁ ରାଜ୍ୟରେ କମିବ ବର୍ଷା

ତଦନୁଯାୟୀ କ୍ଷେତ୍ରସ୍ତରୀୟ ଅଧିକାରୀ ଏବଂ କର୍ମଚାରୀମାନଙ୍କୁ ସଜାଗ ରଖିବା ପାଇଁ ମଧ୍ୟ ବିଭାଗମାନଙ୍କୁ କୁହାଯାଇଛି । ଓଡିଶାର ଭୌଗଳିକ ସ୍ଥିତି ଓ ଜଳବାୟୁ ସର୍ବଦା ବନ୍ୟା, ବାତ୍ୟା ପ୍ରବଣ ହୋଇ ରହିଛି । ଚଳିତ ମାସରୁ ଫେରନ୍ତା ଦକ୍ଷିଣ ପଶ୍ଚିମ ମୌସୁମୀ-ବାୟୁ ପ୍ରଭାବରେ ଓଡିଶାରେ ଭୀଷଣ ବାତ୍ୟା ଅନୁଭୂତ ହୁଏ । ବିଶେଷକରି ଅକ୍ଟୋବର ଓ ନଭେମ୍ବର ମାସରେ ଏହାର ପ୍ରଭାବ ଅଧିକ ଦେଖିବାକୁ ମିଳେ । ବେଳେ ବେଳେ ଏହି ସମୟ ଅବଧି ଡିସେମ୍ବର 15 ପର୍ଯ୍ୟନ୍ତ ମଧ୍ୟ ରହିଥାଏ । ଏହାକୁ ଦୃଷ୍ଟିରେ ରଖି ପ୍ରଶାସନିକ ପ୍ରସ୍ତୁତିକୁ ଗୁରୁତ୍ୱ ଦିଆଯାଇଛି ।

ବୈଠକରେ ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ଼ଃ ମୋନା ଶର୍ମା, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ପଞ୍ଚାୟତିରାଜ, ନଗର ଉନ୍ନୟନ ସଚିବଙ୍କ ସମେତ ବାତ୍ୟା ପରିଚାଳନା ସହ ସଂପୃକ୍ତ ସମସ୍ତ ବିଭାଗର ପ୍ରମୁଖ ଶାସନ ସଚିବ, ଶାସନ ସଚିବ ଓ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ । ନାଭାଲ, ଆର୍ମି, କୋଷ୍ଟଗାର୍ଡ ଓ ଭାରତୀୟ ପାଣିପାଗ ବିଭାଗ ଆଦିର ବରିଷ୍ଠ ଅଧିକାରୀମାନେ ମଧ୍ୟ ବୈଠକରେ ନିଜ ନିଜ ବିଭାଗର ପ୍ରସ୍ତୁତି ଓ ଆବଶ୍ୟକତା ସଂପର୍କିତ ସୂଚନା ଦେଇଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.