ETV Bharat / city

ସୁନ୍ଦରଗଡ଼ରେ ମୁଖ୍ୟ ଶାସନ ସଚିବ: ଇବ୍ ନଦୀ ବ୍ୟାରେଜ ନିର୍ମାଣ କାର୍ଯ୍ୟ ତ୍ଵରାନ୍ୱିତ କରିବାକୁ ନିର୍ଦ୍ଦେଶ - ସୁନ୍ଦରଗଡରେ ବ୍ୟାରେଜ ନିର୍ମାଣ କାର୍ଯ୍ୟ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସୁନ୍ଦରଗଡ଼ ଜିଲ୍ଲା ଗସ୍ତ କରିଛନ୍ତି । ଜିଲ୍ଲାରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର କ୍ଷେତ୍ରସ୍ତରୀୟ ଅଗ୍ରଗତି ଅନୁଧ୍ୟାନ କରିଛନ୍ତି ମୁଖ୍ୟ ଶାସନ ସଚିବ । ଇବ୍ ନଦୀ ଉପରେ ବ୍ୟାରେଜ ନିର୍ମାଣ କାର୍ଯ୍ୟ ତ୍ଵରାନ୍ୱିତ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଅଧିକ ପଢନ୍ତୁ

ସୁନ୍ଦରଗଡ଼ରେ ମୁଖ୍ୟ ଶାସନ ସଚିବ: ଇବ୍ ନଦୀ ଉପରେ ବ୍ୟାରେଜ ନିର୍ମାଣ କାର୍ଯ୍ୟ ତ୍ଵରାନ୍ୱିତ କରିବାକୁ ନିର୍ଦ୍ଦେଶ

author img

By

Published : May 14, 2022, 12:01 PM IST

ଭୁବନେଶ୍ବର: ସୁନ୍ଦରଗଡ ଗସ୍ତରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର । ପ୍ରଥମେ ସୁନ୍ଦରଗଡ଼ରେ ପହଞ୍ଚିବା ପରେ ସଦର ବ୍ଲକ୍ ଅନ୍ତର୍ଗତ କୋପସିଙ୍ଗାରେ ନିର୍ମାଣାଧୀନ ବ୍ୟାରେଜ ପରିଦର୍ଶନ କରିଛନ୍ତି ମୁଖ୍ୟ ଶାସନ ସଚିବ । ଏହା ସହ ଜିଲ୍ଲାର ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ ଟ୍ରାଫିକ ପରିଚାଳନା ପାଇଁ ଅତ୍ୟାଧୁନିକ କମାଣ୍ଡ ସେଣ୍ଟର, କଣ୍ଟ୍ରୋଲ ରୁମ ମଧ୍ୟ ବୁଲି ଦେଖିଛନ୍ତି । ରାଜ୍ୟ ସରକାରଙ୍କ ‘କନଷ୍ଟ୍ରକସନ ଅଫ୍ ଇନ-ଷ୍ଟ୍ରିମ ଷ୍ଟୋରେଜ ଷ୍ଟ୍ରକଚର’ ଯୋଜନା ଅଧୀନରେ ସୁନ୍ଦରଗଡ଼ ଜିଲ୍ଲାର କୋପସିଙ୍ଗା ଏବଂ କୁଡ଼ାବଗାରେ ଇବ୍ ନଦୀ ଉପରେ ଦୁଇଟି ବ୍ୟାରେଜ ନିର୍ମାଣ କରାଯାଉଥିବା ବେଳେ ଏହା କାର୍ଯ୍ୟକ୍ଷମ ହେଲେ ସହର ସହିତ ଆଖପାଖ ଅଞ୍ଚଳବାସୀଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ହୋଇପାରିବ ବୋଲି ମତ ରଖିଥିଲେ ସୁରେଶ ଚନ୍ଦ୍ର ମହାପାତ୍ର । ଏଥି ସହ ଚାଷଜମିକୁ ଜଳସେଚନର ସୁବିଧା ହେବା ସହିତ ଭୂତଳ ଜଳସ୍ଥର ମଧ୍ୟ ପୁନଃ ଭରଣ ହୋଇପାରିବ ବୋଲି କହିଥିଲେ ମୁଖ୍ୟ ଶାସନ ସଚିବ ।

ସୁନ୍ଦରଗଡ଼ରେ ମୁଖ୍ୟ ଶାସନ ସଚିବ: ଇବ୍ ନଦୀ ଉପରେ ବ୍ୟାରେଜ ନିର୍ମାଣ କାର୍ଯ୍ୟ ତ୍ଵରାନ୍ୱିତ କରିବାକୁ ନିର୍ଦ୍ଦେଶ

୨୪, ୭୭୯ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ କୋପସିଙ୍ଗା ବ୍ୟାରେଜ ପ୍ରକଳ୍ପ ନିର୍ମାଣ କରାଯାଉଥିବା ବେଳେ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ଏହା ଶେଷ ହେବ । ଏହାର ଲମ୍ବ ୫୦୦ ମିଟରରୁ ଅଧିକ ରହିଥିବା ବେଳେ ଏଥିରେ ୫ଟି ସ୍ଲୁଇସ୍ ଗେଟ୍ ରହିବ । ନିକଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ । ସୁନ୍ଦରଗଡ଼ ମେଡିକାଲ କଲେଜ ଏବଂ ହସ୍ପିଟାଲକୁ ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବା ନିମନ୍ତେ ଆବଶ୍ୟକ ବ୍ୟବସ୍ଥା କରାଯାଉଛି । ଇତିମଧ୍ୟରେ ନ୍ୟାସନାଲ ମେଡିକାଲ କାଉନସିଲ ଏହି କଲେଜ ପରିଦର୍ଶନ କରିଛନ୍ତି । ଏହାର ଭିତ୍ତିଭୂମି ବ୍ୟବସ୍ଥା ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି । କାଉନସିଲର ଅନୁମତି ଆସିଲେ ଚଳିତବର୍ଷରୁ କଲେଜରେ ନାମଲେଖା ଆରମ୍ଭ କରିବା ନିମନ୍ତେ ସରକାର ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବେ ବୋଲି ସେ କହିଛନ୍ତି ।

ଜିଲ୍ଲାରେ ସଡ଼କ ସୁରକ୍ଷା ନିମନ୍ତେ କାର୍ଯ୍ୟକାରୀ କରାଯାଇଥିବା ସମନ୍ୱିତ ଟ୍ରାଫିକ୍ ପରିଚାଳନା ବ୍ୟବସ୍ଥାର ମୁଖ୍ୟ ଶାସନ ସଚିବ ଅନୁଧ୍ୟାନ କରିଛନ୍ତି । ଏହି ବ୍ୟବସ୍ଥା ରାସ୍ତାରେ ଅପରାଧ ଓ ଦୁର୍ଘଟଣା ଆଦି ନିୟନ୍ତ୍ରଣ କରିବାରେ ବିଶେଷ ସହାୟକ ହେବ ବୋଲି ସେ କହିଛନ୍ତି । ଗାଡ଼ିର ବେଗ ନିୟନ୍ତ୍ରଣ ପାଇଁ ୧୦ ନମ୍ବର ରାଜ୍ୟ ରାଜପଥର ଭସ୍ମା ଛକରୁ ବେଦବ୍ୟାସ ଏବଂ ୧୪୩ ନମ୍ବର ଜାତୀୟ ରାଜପଥର ବେଦବ୍ୟାସ ଛକରୁ ବୀରମିତ୍ରପୁର ପର୍ଯ୍ୟନ୍ତ ରାସ୍ତାର ବିଭିନ୍ନ ସ୍ଥାନରେ କ୍ୟାମେରା ଖଞ୍ଜା ଯାଇଛି । ସୁନ୍ଦରଗଡ଼ରେ ଥିବା କଣ୍ଟ୍ରୋଲ ରୁମ୍ ଓ କମାଣ୍ଡ ସେଣ୍ଟର ବସି ଏସବୁ ବ୍ୟବସ୍ଥାର ଅନୁଧ୍ୟାନ କରିଛନ୍ତି ମୁଖ୍ୟ ଶାସନ ସଚିବ । ଏହି ପଦକ୍ଷେପ ପାଇଁ ସେ ଜିଲ୍ଲା ପ୍ରଶାସନକୁ ପ୍ରଶଂସା କରିଛନ୍ତି ।

ମୁଖ୍ୟ ଶାସନ ସଚିବଙ୍କ ସହିତ ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣ, ଏସପି ସାଗରିକା ନାଥ, ଅତିରିକ୍ତ ଜିଲ୍ଲାପାଳ ରବି ନାରାୟଣ ସାହୁ, ଉପଜିଲ୍ଲାପାଳ ଅଭିମନ୍ୟୁ ବେହେରା, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ସରୋଜ କୁମାର ମିଶ୍ର, ସୁନ୍ଦରଗଡ଼ ମେଡିକାଲ କଲେଜର ଆଣ୍ଡ ହସ୍ପିଟାଲର ସୁପରିଣ୍ଟେଣ୍ଡେଣ୍ଟ ପ୍ରଫେସର ଡାକ୍ତର ପଙ୍କଜ ପରିଡ଼ା, ଡିନ୍ ପ୍ରଫେସର ଡାକ୍ତର ଦୈତାରୀ ରାଉତରାୟ, ଜଳସମ୍ପଦ ବିଭାଗର ମହାନଦୀ ବେସିନର ମୁଖ୍ୟ ଯନ୍ତ୍ରୀ ଆନନ୍ଦ ଚନ୍ଦ୍ର ସାହୁ, ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ସରୋଜ କୁମାର ପାଣିଗ୍ରାହୀ, ସୁନ୍ଦରଗଡ଼ ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ଶିବ ପ୍ରସାଦ ମହାରଣାଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.