ETV Bharat / city

Board Exams: ନକଲି ପ୍ରଶ୍ନପତ୍ର ଓ ଗୁଜବକାରୀଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ - ବୋର୍ଡ ପରୀକ୍ଷୀ ପାଇଁ ପ୍ରସ୍ତୁତି

ଚଳିତ ମାସରୁ ଆରମ୍ଭ ହେବାକୁ ଯାଉଥିବା ମାଟ୍ରିକ ଏବଂ ଯୁକ୍ତ ୨ ପରୀକ୍ଷା । ଏଥି ନିମନ୍ତେ ବ୍ୟାପକ ପ୍ରଶାସନିକ ପ୍ରସ୍ତୁତି ଆରମ୍ଭ ହୋଇଛି । ଆଜି ଏନେଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ । ନକଲି ପ୍ରଶ୍ନପତ୍ର ଓ ଗୁଜବକାରୀଙ୍କ ଉପରେ କଡା କାର୍ଯ୍ୟାନୁଷ୍ଠାନ ନେବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ଅଧିକ ପଢନ୍ତୁ

ନକଲି ପ୍ରଶ୍ନପତ୍ର ଓ ଗୁଜବକାରୀଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ

author img

By

Published : Apr 22, 2022, 9:45 PM IST

ଭୁବନେଶ୍ବର: ଚଳିତ ମାସରୁ ଆରମ୍ଭ ହେବାକୁ ଯାଉଥିବା ମାଟ୍ରିକ ଏବଂ ଯୁକ୍ତ ୨ ପରୀକ୍ଷା । ଏଥି ନିମନ୍ତେ ବ୍ୟାପକ ପ୍ରଶାସନିକ ପ୍ରସ୍ତୁତି ଆରମ୍ଭ ହୋଇଛି । ଆଜି ଏନେଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ । ନକଲି ପ୍ରଶ୍ନପତ୍ର ଓ ଗୁଜବକାରୀଙ୍କ ଉପରେ କଡା କାର୍ଯ୍ୟାନୁଷ୍ଠାନ ନେବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି ।

ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ପରୀକ୍ଷା ପରିଚାଳନା ଓ ମୂଲ୍ୟାୟନ ପ୍ରକ୍ରିୟା ସମ୍ବନ୍ଧିତ ବିଷୟ ଆଲୋଚନା ନିମନ୍ତେ ଉପସ୍ଥାପନ କରିଛନ୍ତି । ସମସ୍ତ ଜିଲ୍ଲାପାଳ ଏବଂ ଏସପିମାନେ ଭିଡିଓ କନଫରେନସିଂ ମାଧ୍ୟମରେ ବୈଠକରେ ଯୋଗ ଦେଇଥିଲେ । ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଏପ୍ରିଲ ୨୯ ତାରିଖରୁ ଆରମ୍ଭ ହୋଇ ମେ ମାସ ୭ ତାରିଖ ପର୍ଯ୍ୟନ୍ତ ଚାଲିବ । ସେହିପରି + ୨ ପରୀକ୍ଷା ଏପ୍ରିଲ ୨୮ ତାରିଖରୁ ମେ ୩୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ପ୍ରଶ୍ନପତ୍ର ନୋଡାଲ ସେଣ୍ଟରେ ସୁରକ୍ଷିତ ରଖିବାଠାରୁ ଆରମ୍ଭ କରି ପ୍ରଶ୍ନପତ୍ର ଓ ପରୀକ୍ଷା ଖାତା ପରୀକ୍ଷା କେନ୍ଦ୍ରରେ ପହଞ୍ଚାଇବା କେନ୍ଦ୍ରରେ ପରୀକ୍ଷା ସଞ୍ଚାଳନ, ଉତ୍ତର ଖାତା ଗୁଡିକୁ ମୂଲ୍ୟାୟନ କେନ୍ଦ୍ରକୁ ପରିବହନ ଏବଂ ମୂଲ୍ୟାୟନ ଆଦି ସମସ୍ତ ପର୍ଯ୍ୟାୟକୁ ଶୃଙ୍ଖଳିତ କରିବା ନିମନ୍ତେ ପୂର୍ଣ୍ଣ ସହଯୋଗ ଓ ସାହାଯ୍ୟ ଯୋଗାଇବାକୁ ମୁଖ୍ୟ ଶାସନ ସଚିବ ସମସ୍ତ ଜିଲ୍ଲାପାଳ ଏବଂ ଏସପିମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ନିଜ ଜିଲ୍ଲାର ସମସ୍ତ ମାଧ୍ୟମିକ ଏବଂ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ କ୍ଲଷ୍ଟରରେ ସଂଗଠିତ କରି ଜଣେ ଜଣେ ଦାୟିତ୍ଵ ସଂପନ୍ନ ଅଧିକାରୀଙ୍କୁ ପ୍ରତି ସେକ୍ଟରରେ ସମୁଦାୟ ପରୀକ୍ଷା ପରିଚାଳନାରେ ଭାଗ ନେବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ପରୀକ୍ଷାଗତ ଆଇନ ଶୃଙ୍ଖଳା ନିମନ୍ତେ ପ୍ରତି ସେକ୍ଟରୱାରୀ ଆବଶ୍ୟକୀୟ ପୋଲିସ ଏବଂ ଗାଡି ଆଦି ମୁତୟନ କରିବାକୁ ମଧ୍ୟ ମୁଖ୍ୟ ଶାସନ ସଚିବ ଏସପିମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ସୋସିଆଲ ମିଡିଆ ମାଧ୍ୟମରେ ରାତାରାତି ଧନୀହେବା ପାଇଁ ନକଲି ପ୍ରଶ୍ନପତ୍ର ସଂଚାର କରୁଥିବା ବ୍ୟକ୍ତି ଏବଂ ପ୍ରଶ୍ନପତ୍ର ବା ଉତ୍ତର ଖାତା ଆଦି ବିଷୟରେ ଗୁଜବ ସୃଷ୍ଟି କରୁଥିବା ବ୍ୟକ୍ତିଙ୍କ ଉପରେ ତୀକ୍ଷଣ ନଜର ରଖିବା ପାଇଁ ମୁଖ୍ୟ ଶାସନ ସଚିବ ଏସପିମାନଙ୍କୁ ପରାମର୍ଶ ଦେଇଛନ୍ତି ।

ଏପରି ନ୍ୟସ୍ତ ସ୍ବାର୍ଥ ବ୍ୟକ୍ତିଙ୍କୁ ଠାବ କରି ସେମାନଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବା ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି । ପ୍ରତି ନୋଡାଲ ସେଣ୍ଟରରେ ସିସିଟିଭି ନିରୀକ୍ଷଣ ସହ କଡା ନିରାପତ୍ତା ବ୍ୟବସ୍ଥା କରିବା ପାଇଁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି ।

ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ କହିଛନ୍ତି ଯେ, ଚଳିତ ବର୍ଷ ୫ ଲକ୍ଷ ୮୫ ହଜାର ୭୩୦ ଜଣ ପରୀକ୍ଷାର୍ଥୀ ମାଟ୍ରିକ ପରୀକ୍ଷା ଦେବେ । ଏମାନଙ୍କ ମଧ୍ୟରୁ ୫ ଲକ୍ଷ ୭୧ ହଜାର ୯୦୯ ଜଣ ହାଇସ୍କୁଲ, ୪ ହଜାର ୪୪୩ ଜଣ ମଧ୍ୟମା ଏବଂ ୯ ହଜାର ୩୭୮ ଜଣ ରାଜ୍ୟ ମୁକ୍ତ ବିଦ୍ୟାଳୟ ଛାତ୍ରଛାତ୍ରୀ । ମାଟ୍ରିକ ପରୀକ୍ଷା ପାଇଁ ସମୁଦାୟ ୩ ହଜରା ୫୪୦ ଟି କେନ୍ଦ୍ର ଏବଂ ୩୧୫ ଟି ନୋଡାଲ କେନ୍ଦ୍ର କରାଯାଇଛି । ସେ ଆହୁରି ମଧ୍ୟ ଜଣାଇଛନ୍ତି ଯେ, ଚଳିତ ବର୍ଷ ୩ ଲକ୍ଷ ୨୧ ହଜାର ୫୦୮ ଜଣ ପରୀକ୍ଷାର୍ଥୀ ଉଚ୍ଚ ମାଧ୍ୟମିକ ( + ୨ ) ପରୀକ୍ଷା ଦେବେ ।

ଏମାନଙ୍କ ମଧ୍ୟରୁ ୨ ଲକ୍ଷ ୧୩ ହଜରା ୪୩୨ ଜଣ କଳା, ୭୮ ହଜାର ୦୭୭ ଜଣ ବିଜ୍ଞାନ, ୨୪ ହଜାର ୧୩୬ ଜଣ ବାଣିଜ୍ୟ ଏବଂ ୫ ହଜାର ୮୬୩ ଜଣ ଧନ୍ଦାମୂଳକ ଶିକ୍ଷାର ଛାତ୍ରଛାତ୍ରୀ ଅଟନ୍ତି । ଓଡିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ହେବାକୁଥିବା ଏହି ପରୀକ୍ଷା ନିମନ୍ତେ ୧ ହଜରା ୧୩୩ ଟି ପରୀକ୍ଷା କେନ୍ଦ୍ର ଏବଂ ୨୦୨ ଟି ପରୀକ୍ଷା ପରିଚାଳନା ହବ ( ନୋଡାଲ ସେଣ୍ଟର ) କରାଯାଇଛି ।

ଛାତ୍ରଛାତ୍ରୀମାନେ ନିଜ ନିଜ ବିଦ୍ୟାଳୟ ବା ନିକଟତମ ବିଦ୍ୟାଳୟରେ ପରୀକ୍ଷା ଦେବାର ବ୍ୟବସ୍ଥା କରାଯାଇଛି । ନୋଡାଲ ସେଣ୍ଟରମାନଙ୍କୁ ପ୍ରଶ୍ନ ଓ ଉତ୍ତରଖାତା ପଠାଇବା ପ୍ରକ୍ରିୟା ଆରମ୍ଭ ହୋଇଛି । ପରୀକ୍ଷା କେନ୍ଦ୍ରରେ ଯେପରି ଛାତ୍ରଛାତ୍ରୀମାନେ ସୁବିଧାରେ ପରୀକ୍ଷା ଦେଇପାରିବେ ସେଥିପାଇଁ ଆବଶ୍ୟକୀୟ ଆୟୋଜନ କରାଯାଉଛି । ଅତିରିକ୍ତ ପୋଲିସ ଡିଜି ଆରକେ ଶର୍ମା, ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧ୍ୟକ୍ଷ ସତ୍ୟରଂଜନ ସାହୁ, ଓଡିଶା ମାଧ୍ୟମିକ ପରିଷଦ ସଭାପତି ରମାଶିଷ ହଜରାଙ୍କ ସମେତ ସଂପୃକ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ବୈଠକରେ ଉପସ୍ଥିତ ଥିଲେ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.