ETV Bharat / city

ସ୍ବାସ୍ଥ୍ୟ କ୍ଷେତ୍ରରେ ଇତିହାସ ରଚିବ ଓଡିଶା, ସାଢେ 3 କୋଟି ଲୋକ ପାଇବେ ସ୍ମାର୍ଟ ହେଲଥ କାର୍ଡ

୭୫ତମ ସ୍ବାଧୀନତା ଦିବସରେ ଭୁବନେଶ୍ବର ପ୍ରଦର୍ଶନୀ ପଡିଆରେ ପତାକା ଉତ୍ତୋଳନ କରି ରାଜ୍ୟବାସୀଙ୍କୁ ସମ୍ବୋଧନ କଲେ ମୁଖ୍ୟମନ୍ତ୍ରୀ । ଅଧିକ ପଢନ୍ତୁ...

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ, କଲେ ବଡ ଘୋଷଣା

author img

By

Published : Aug 15, 2021, 10:50 AM IST

Updated : Aug 15, 2021, 11:39 AM IST

ଭୁବନେଶ୍ବର: ଆଜି ୭୫ତମ ସ୍ବାଧୀନତା ଦିବସ । ଏନେଇ ଭୁବନେଶ୍ବର ପ୍ରଦର୍ଶନୀ ପଡିଆରେ ପାଳିତ ହୋଇଯାଇଛି ରାଜ୍ୟସ୍ତରୀୟ ୭୫ତମ ସ୍ବାଧୀନତା ଦିବସ । ଏହି ଅବସରରେ ଆୟୋଜିତ ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରି ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି ।

ସ୍ବାସ୍ଥ୍ୟ କ୍ଷେତ୍ରରେ ଇତିହାସ ରଚିବ ଓଡିଶା, ସାଢେ 3 କୋଟି ଲୋକ ପାଇବେ ହେଲଥ କାର୍ଡ

ବିରପୁତ୍ରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ସ୍ବାଧୀନତା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଜାତିର ପିତା ମହାତ୍ମା ଗାନ୍ଧୀ ଓ ଅନ୍ୟ ବୀରପୁତ୍ର ମାନଙ୍କ ଉଦ୍ଦେଶ୍ୟରେ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଦେଶର ଅଖଣ୍ଡତା ଓ ଶାନ୍ତି ରକ୍ଷା ପାଇଁ ଶହୀଦ ହୋଇଥିବା ଅମର ଜବାନଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଏହା ସହ କରୋନା ଲଢେଇରେ ଶହୀଦ ହୋଇଥିବା ରାଜ୍ୟର କୋଭିଡ ଯୋଦ୍ଧା ମାନଙ୍କ ପ୍ରତି ମଧ୍ୟ ମୁଖ୍ୟମନ୍ତ୍ରୀ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଓଡିଶାର ଗୌରବମୟ ଭବିଷ୍ୟତ ଉପରେ କହିଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ଓଡିଶା ବିଭିନ୍ନ କ୍ଷେତ୍ରରେ ବିକାଶର ନୂଆ ନୂଆ ମାଇଲଷ୍ଟୋନ ହାସଲ କରୁଛି । ସମସ୍ତଙ୍କ ସହଯୋଗରେ ଓଡିଶା ଆଗାମୀ ଦିନରେ ତାର ପରିଚୟକୁ ଆହୁରି ଉଜ୍ଜଳ କରିପାରିବ ବୋଲି ଦୃଢ ଆଶା ପୋଷଣ କରିଛନ୍ତି ମୁଖ୍ୟମନ୍ତ୍ରୀ ।

କୋଭିଡ ସମୟରେ ୧୭ଟି ରାଜ୍ୟକୁ ଅକ୍ସିଜେନ ଯୋଗାଇଛି ଓଡିଶା

କୋଭିଡ ମହାମାରୀକୁ ବିଶ୍ବ ଇତିହାସର ସବୁଠାରୁ ବଡ ସ୍ବାସ୍ଥ୍ୟ ସମସ୍ୟା ଭାବରେ ଉଭା ହୋଇଛି । ଏହାର ମୁକାବିଲାରେ ମାନବ ଜାତି ନିଶ୍ଚୟ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି । କୋଭିଡ ସମୟରେ ଦେଶର ୧୭ଟି ରାଜ୍ୟକୁ ଦୁଇ ମାସ ଧରି ମେଡିକାଲ ଅକ୍ସିଜେନ ନିରନ୍ତର ଭାବରେ ଯୋଗାଇଛି । ଫଳରେ ଓଡିଶା ବହୁ ମୂଲ୍ୟବାନ ଜୀବନ ବଞ୍ଚାଇପାରିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି । ଏହା ଓଡିଶା ପାଇଁ ଗର୍ବର ବିଷୟ ବୋଲି ସେ କହିଛନ୍ତି ।

ନୂଆ ରୂପରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା

ରାଜ୍ୟରେ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ବୈପ୍ଲବିକ ପରିବର୍ତ୍ତନ ଆଣିବା ଲକ୍ଷ୍ୟ ନେଇ ଏକ ଐତିହାସିକ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ‘ସାରା ଓଡିଶା ମୋ ପରିବାର । ମୋ ପାଇଁ ପ୍ରତି ଜୀବନ ମୂଲ୍ୟବାନ । ଯେତେବେଳେ ଲୋକମାନେ ଚିକିତ୍ସା ପାଇଁ ଜମି ବିକିବା, ସୁନା ବିକିବା ଓ ପିଲାଙ୍କ ପାଠ ବନ୍ଦ କରିବା ଖବର ମିଳେ, ସେତେବେଳେ ମୋତେ ବହୁତ କଷ୍ଟ ଲାଗେ । ଲୋକଙ୍କର ଏହି ଦୁଃଖ ଦୂର କରିବା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ନୂଆ ରୂପରେ ଲାଗୁ କରାଯିବ ବୋଲି ମୁଁ ଘୋଷଣା କରୁଛି ।

ରାଜ୍ୟର ସାଢେ ତିନି କୋଟି ଲୋକ ପାଇବେ ସ୍ମାର୍ଟ ହେଲ୍‌ଥ କାର୍ଡ

ରାଜ୍ୟରେ ୯୬ ଲକ୍ଷ ପରିବାର ପାଇବେ ସ୍ମାର୍ଟ ହେଲ୍‌ଥ କାର୍ଡ । ଫଳରେ ସାଢେ ତିନି କୋଟି ଲୋକ ଉପକୃତ ହେବେ । ସାରା ଓଡିଶାରେ ପର୍ଯ୍ୟାୟକ୍ରମେ ଏହି କାର୍ଡ ଦିଆଯିବ । ଏଭଳି ସ୍ମାର୍ଟ ହେଲ୍‌ଥ କାର୍ଡ ଦେବାରେ ଓଡିଶା ଦେଶର ପ୍ରଥମ ରାଜ୍ୟ ।

ପ୍ରତି ପରିବାର ପାଇଁ ପ୍ରତି ବର୍ଷ ପାଞ୍ଚ ଲକ୍ଷ ଓ ମହିଳାଙ୍କ ପାଇଁ ଦଶ ଲକ୍ଷ ଦିଆଯିବ

ଜାତୀୟ ଖାଦ୍ୟ ସୁରକ୍ଷା ହିତାଧିକାରୀ, ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ, ଅନ୍ନପୂର୍ଣ୍ଣା ଓ ଅନ୍ତଦ୍ୟୋୟ ହିତାଧିକାରୀ, ସମସ୍ତଙ୍କୁ ଏହି ସ୍ମାର୍ଟ ହେଲ୍‌ଥ କାର୍ଡ ମିଳିବ । ଏଥିରେ ପରିବାର ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଓ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ପ୍ରତି ବର୍ଷ ମିଳିବ । ଓଡିଶା ସମେତ ସାରା ଦେଶର ୨୦୦ରୁ ଅଧିକ ବଡ ବଡ ହସ୍ପିଟାଲ ଚେନ୍‌ ମାନଙ୍କରେ ମାଗଣାରେ ଚିକିତ୍ସା ସୁବିଧା ମିଳିବ ।

ଦେଶରେ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ନୂଆ ଇତିହାସ

ସାରା ଦେଶର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଏହା ନୂଆ ଇତିହାସ ସୃଷ୍ଟି କରିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ମୋର ବିଶ୍ବାସ, ମୋର ପ୍ରିୟ ଓଡିଶାବାସୀଙ୍କୁ ସ୍ବାସ୍ଥ୍ୟ ନିରାପତ୍ତାକୁ ଆହୁରି ସୁଦୃଢ କରିବାରେ ଏହି ବ୍ୟବସ୍ଥା ବିଶେଷ ସାହାଯ୍ୟ କରିବ । ରାଜ୍ୟରେ ସ୍ବାସ୍ଥ୍ୟ ସେବା ବିକାଶରେ ଏହା ଏକ ନୂଆ ଯୁଗ ଆରମ୍ଭ କରିବ ।

ଯୁବପିଢି ଉପରେ ନିବେଶ ହିଁ ଭବିଷ୍ୟତ ପାଇଁ ନିବେଶ

୭୫ ବର୍ଷ ଗୋଟିଏ ଦେଶ ଓ ଜାତି ପାଇଁ ବହୁତ ବଡ ସମୟ ନ ହେଲେ ମଧ୍ୟ ଏହାର ବିଶେଷ ଗୁରୁତ୍ବ ରହିଛି । ଭାରତର ଗଣତନ୍ତ୍ରକୁ ଆମର ସବୁଠାରୁ ବଡ ସଫଳତା ଭାବରେ ବର୍ଣ୍ଣନା କରି ଦେଶର ବିକାଶ ପ୍ରକ୍ରିୟାରେ ଏହା ସମସ୍ତଙ୍କୁ ଭାଗୀଦାର କରିବାରେ ସଫଳ ହୋଇଛି । । ୪୦ ବର୍ଷର ବ୍ୟବଧାନ ପରେ ଭାରତୀୟ ହକି ଟୋକିଓ ଅଲମ୍ପିକ୍ସ ରେ ପଦକ ପାଇଥିବାରୁ ମୁଖ୍ୟମନ୍ତ୍ରୀ ଖୁସିବ୍ୟକ୍ତ କରିବା ସହ ଆମ ଖେଳାଳୀ ମାନଙ୍କ ପାଇଁ ସାରା ଦେଶ ଗର୍ବିତ ବୋଲି କହିଛନ୍ତି । ଯୁବ ପିଢି ଉପରେ ନିବେଶ ହିଁ ଭବିଷ୍ୟତ ପାଇଁ ନିବେଶ "Investment in Youth is investment in future" ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଭାରତୀୟ ହକି ଦଳକୁ ବିଶ୍ବର ଶ୍ରେଷ୍ଠ ଦଳ ଭାବରେ ଗଢିତୋଳିବା ପାଇଁ ସବୁପ୍ରକାର ସହଯୋଗ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ନୂଆ ରୂପ ନେଉଛି ସ୍କୁଲ

ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ଚାଲିଥିବା ରୂପାନ୍ତର ବିଷୟରେ ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି । ୫-ଟି ଉପକ୍ରମରେ ପ୍ରଥମ ପର୍ଯ୍ୟାୟରେ ୧୦୭୨ ସ୍କୁଲର ରୂପାନ୍ତର କରାଯାଇଛି । ସେହିପରି ମୋ ସ୍କୁଲ ଅଭିଯାନରେ ୫ ଲକ୍ଷରୁ ଅଧିକ ପୁରାତନ ଛାତ୍ରଛାତ୍ରୀ, ୩୨ ହଜାରରୁ ଅଧିକ ସ୍କୁଲର ବିକାଶ ପାଇଁ ଆଗେଇ ଆସିଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

ଭୁବନେଶ୍ବରରୁ ଭବାନୀ ସଙ୍କର ଦାସ, ଇଟିଭି ଭାରତ

Last Updated : Aug 15, 2021, 11:39 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.