ETV Bharat / city

ସମଲେଶ୍ବରୀ ଥଇଥାନ-ପୁନର୍ବାସ ପ୍ୟାକେଜକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

author img

By

Published : Apr 9, 2021, 4:27 PM IST

ସମଲେଇ ବିକାଶ ଯୋଜନା ଅନ୍ତର୍ଗତ ଥଇଥାନ ଓ ପୁନର୍ବାସ ପ୍ୟାକେଜକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ । ଅଧିକ ପଢନ୍ତୁ...

ସମଲେଶ୍ବରୀ ଥଇଥାନ-ପୁନର୍ବାସ ପ୍ୟାକେଜକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
ସମଲେଶ୍ବରୀ ଥଇଥାନ-ପୁନର୍ବାସ ପ୍ୟାକେଜକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ବର: ସମଲେଇ ବିକାଶ ଯୋଜନା ଅନ୍ତର୍ଗତ ଥଇଥାନ ଓ ପୁନର୍ବାସ ପ୍ୟାକେଜକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଉଭୟ ସରକାରୀ ଓ ବେସରକାରୀ ଜମିରେ ଘର ବା ଦୋକାନ କରିଥିବା ଲୋକଙ୍କ ପାଇଁ ସଂପୂର୍ଣ୍ଣ ଥଇଥାନ ବ୍ୟବସ୍ଥା କରାଯାଇଛି । ମା ସମଲେଶ୍ବରୀଙ୍କ କ୍ଷେତ୍ରର ଉନ୍ନତି ପାଇଁ ସ୍ଥାନୀୟ ଜନସାଧାରଣ ଯେଉଁ ତ୍ୟାଗ କରିଛନ୍ତି । ତାକୁ ଯୁଗ ଯୁଗ ଧରି ଆମର ଉତ୍ତରପୀଢି ମନେରଖିବେ । ଏହା ସହିତ ପ୍ରକଳ୍ପକୁ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ସମ୍ବଲପୁରର ପ୍ରସିଦ୍ଧ ମା ସମଲେଶ୍ବରୀ ମନ୍ଦିର ତଥା ଆଖପାଖ ଅଞ୍ଚଳର ବିକାଶ ପାଇଁ ସମଲେଇ ଯୋଜନା କାର୍ଯ୍ୟକାରୀ କରାଯାଉଛି । ଏହି ଯୋଜନା ପାଇଁ ଜନସାଧାରଣଙ୍କଠାରୁ ମତାମତ ସଂଗ୍ରହ କରାଯାଇଥିଲା । ଏଥିରେ ଡିଜାଇନ, ପରିବହନ, ନଦୀ ସମ୍ମୁଖଭାଗର ଉନ୍ନତିକରଣ ଓ ଅନ୍ୟାନ୍ୟ ବ୍ୟବସ୍ଥା ସହିତ ଆକର୍ଷଣୀୟ ଥଇଥାନ ବ୍ୟବସ୍ଥା ପାଇଁ ମଧ୍ୟ ପ୍ରସ୍ତାବ ଆସିଥିଲା । ଏହିସବୁ ପ୍ରସ୍ତାବକୁ ଦୃଷ୍ଟିରେ ରଖି ଥଇଥାନ ଓ ପୁନର୍ବାସ ପ୍ୟାକେଜ କରାଯାଇଛି । ସମସ୍ତ କାର୍ଯ୍ୟ ପାଇଁ ଲୋକଙ୍କଠାରୁ ମତାମତ ସଂଗ୍ରହ ଜାରି ରହିଛି । ଆବଶ୍ୟକସ୍ଥଳେ ଲୋକଙ୍କ ମତାମତ ଅନୁଯାୟୀ ଏହାକୁ ଆହୁରି ଆକର୍ଷଣୀୟ କରାଯିବ । ସମ୍ପୂର୍ଣ୍ଣ ସମଲେଇ ଯୋଜନାକୁ ମଇ ୧୫ ତାରିଖ ସୁଦ୍ଧା ପ୍ରସ୍ତୁତ କରିବାପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଥଇଥାନ ଓ ପୁନର୍ବାସ ପ୍ୟାକେଜ

୧. ବେସରକାରୀ ଜାଗାରେ ଘର

• ବେସରକାରୀ ଜାଗାରେ ଘର କରିଥିବା ଲୋକଙ୍କ ଜମିକୁ ସିଧାସଳଖ କିଣାଯାଇ ଅଧିଗ୍ରହଣ କରାଯିବ ଏବଂ Right to Fair Compensation and transparency of land acquisition, rehabilitation and resettlement Act 2013 ଅନୁଯାୟୀ କ୍ଷତିପୂରଣ ପ୍ରଦାନ କରାଯିବ।
• ମନ୍ଦିରର ପୂଜାରୀମାନଙ୍କୁ ଜମି ବଦଳରେ ଜମି ପ୍ରଦାନର ସୁବିଧା ରହିବ । ଯଦି ପ୍ରଦାନ କରାଯାଉଥିବା ଜମିର ମୂଲ୍ୟ ପୂଜାରୀଙ୍କ ମୂଳ ଜମିର ବଜାର ଦରଠାରୁ କମ୍‌ ରୁହେ, ତେବେ ମୂଲ୍ୟର ପାର୍ଥକ୍ୟ ଅନୁଯାୟୀ କ୍ଷତିପୂରଣ ଟଙ୍କା ଆକାରରେ ମଧ୍ୟ ପ୍ରଦାନ କରାଯିବ । ଏହା ସହିତ ପୂଜାରୀମାନଙ୍କୁ ୨୦ ଲକ୍ଷ ଟଙ୍କାର ପୁନର୍ବାସ ଭତ୍ତା କିମ୍ବା ତାଙ୍କ ଘରର ମୂଲ୍ୟ, ଯାହା ଅଧିକ ଥିବ, ତାକୁ ପ୍ରଦାନ କରାଯିବ ।
• ପରିବହନ ଓ ଅନ୍ୟାନ୍ୟ ସୁବିଧା ପାଇଁ ୧ ଲକ୍ଷ ଟଙ୍କା ତୁରନ୍ତ ପ୍ରଦାନ କରାଯିବ।
• ପ୍ରତ୍ୟେକ ପରିବାରକୁ ୧୨ ମାସ ପାଇଁ ୧୦ ହଜାର ଟଙ୍କା ଘରଭଡା ଦିଆଯିବ।
• ଯେଉଁ ପୂଜାରୀମାନଙ୍କର ଘର ନଥିବ, ସେମାନଙ୍କ ପାଇଁ ଜିଲ୍ଲାପାଳଙ୍କ ସହ ଆଲୋଚନା ଜରିଆରେ ଉପଯୁକ୍ତ ପୁନର୍ବାସ ପ୍ୟାକେଜ ଦିଆଯିବ ।

୨. ବେସରକାରୀ ଜାଗାରେ ଦୋକାନ ଘର

• ଜାଗାର ପଟ୍ଟା ଥିବା ସବୁ ଦୋକାନ ମାଲିକମାନଙ୍କଠାରୁ ଜମିକୁ ସିଧାସଳଖ କିଣାଯିବ ।
• କ୍ଷତିପୂରଣ ଆଇନ ୨୦୧୩ ଅନୁଯାୟୀ କ୍ଷତିପୂରଣ ପ୍ରଦାନ କରାଯିବ ।
• ଦୋକାନକୁ ଅନ୍ୟ ଜାଗାରେ ଅବସ୍ଥାପିତ କରିବା ପାଇଁ ୧ ଲକ୍ଷ ଟଙ୍କାର ସହାୟତା ଦୁଇଟି ସମାନ କିସ୍ତିରେ ପ୍ରଦାନ କରାଯିବ । ଉଚ୍ଛେଦ ପ୍ରକ୍ରିୟା ଆରମ୍ଭରୁ ଗୋଟିଏ କିସ୍ତି ଏବଂ ସମ୍ପତ୍ତି ଅଧିଗ୍ରହଣ ପରେ ଆଉ ଏକ କିସ୍ତି ପ୍ରଦାନ କରାଯିବ ।

୩. ସରକାରୀ ଜାଗାରେ ବସ୍ତିରେ ଥିବା ଅନଧିକୃତ ଘର
• ଛୋଟ ଛୋଟ କଚ୍ଚା ଘର କିମ୍ବା ଆଂଶିକ ପକ୍କା ଘର ଥିବା ପରିବାରକୁ ଏକକାଳୀନ ୫୦ ହଜାର ଟଙ୍କା କିମ୍ବା ଘରର ମୂଲ୍ୟ, ଯାହା ଅଧିକ ଥିବା ତାହା ଦିଆଯିବ । ଏହାସହିତ ଲୋକଙ୍କ ପୁନର୍ବାସ ପାଇଁ ୬୫୦ ବର୍ଗଫୁଟ ଅଞ୍ଚଳର ଜାଗା ଦିଆଯିବ । ବଡ ବଡ ପକ୍କା ଘର ଥିବା ବସ୍ତିର ପରିବାରଗୁଡିକୁ ଘରର ମୂଲ୍ୟ ଏବଂ ୬୫୦ ବର୍ଗଫୁଟର ଜାଗା ଦିଆଯିବ ।
• ସମ୍ବଲପୁର ମହାନଗର ନିଗମ ଦ୍ବାରା ପରିବହନ, ୮ ଦିନ ପାଇଁ ଖାଦ୍ୟ ଓ ଅନ୍ୟାନ୍ୟ ମୌଳିକ ସୁବିଧା ଯୋଗାଇ ଦିଆଯିବ ।

୪.ବସ୍ତି ବ୍ୟତୀତ ଅନ୍ୟ ଜାଗାରେ ଥିବା ବେସରକାରୀ ଜାଗାରେ ଅନଧିକୃତ ଘର

• ପ୍ରତ୍ୟେକ ପରିବାର ପାଇଁ ଘରର ବଜାର ଦର ଅନୁଯାୟୀ କ୍ଷତିପୂରଣ ।
• ପ୍ରତ୍ୟେକ ପରିବାର ପାଇଁ ୨,୫୭,୪୭୫ ଟଙ୍କା ପୁନର୍ବାସ ସହାୟତା ।
• ଅନ୍ୟସ୍ଥାନକୁ ଯିବା ପାଇଁ ପରିବାର ପିଚ୍ଛା ଏକକାଳୀନ ୫୦ ହଜାର ଟଙ୍କା ସହାୟତା ।

୫. ସରକାରୀ ଜାଗାରେ ଥିବା ଅନଧିକୃତ ଦୋକାନ ଘର
• ଆଶିଂକ ପକ୍କା ଘର ଥିବା ଦୋକାନ ଘର ଏକକାଳୀନ ୩୦ ହଜାର ଟଙ୍କା ଓ ସମ୍ପୂର୍ଣ୍ଣ ପକ୍କା ଘର ପାଇଁ ଏକକାଳୀନ ୫୦ ହଜାର ଟଙ୍କା ସହାୟତା ଦିଆଯିବ ।

୬. ସରକାରୀ ଜାଗାରେ ଥିବା ଉଠାଦୋକାନୀ

• ଉଠାଦୋକାନୀ ମାନଙ୍କୁ ୩୦ ହଜାର ଟଙ୍କା ଦୁଇଟି ସମାନ କିସ୍ତିରେ ପ୍ରଦାନ କରାଯିବ ।
• ସେମାନଙ୍କ ପାଇଁ ଏକ Street Vending Plan କରାଯିବ । କ୍ଷତିଗ୍ରସ୍ତ ଦୋକାନୀମାନଙ୍କୁ ଦୋକାନ ପାଇଁ ଜାଗା ଦିଆଯିବ ।

୭. ସରକାରୀ କାର୍ଯ୍ୟାଳୟ ଓ ଅନ୍ୟାନ୍ୟ ସଂସ୍ଥାକୁ ସହାୟତା

• ସମ୍ବଲପୁର ଜିଲ୍ଲାପାଳ ସରକାରୀ କାର୍ଯ୍ୟାଳୟଗୁଡିକ ପାଇଁ ଅନ୍ୟତ୍ର ସାମୟିକ ବ୍ୟବସ୍ଥା କରିବେ । ସେମାନଙ୍କୁ ସରକାରୀ ଜାଗାରେ ଅଫିସ ବିଲ୍ଡିଂ କରିବା ପାଇଁ ସ୍ଥାନ ଯୋଗାଇ ଦେବେ ।

୮. ଭିକ୍ଷାବୃତ୍ତି କରୁଥିବା ଲୋକଙ୍କ ଥଇଥାନ

• ପ୍ରକଳ୍ପ ଅଞ୍ଚଳରେ ଭିକ୍ଷାବୃତ୍ତି କରୁଥିବା ଲୋକଙ୍କ ପାଇଁ ଜିଲ୍ଲାପାଳଙ୍କ ଦ୍ବାରା ଏକ ସମ୍ପୂର୍ଣ୍ଣ ଥଇଥାନ ଯୋଜନା କରାଯିବ । ଏହାକୁ ସମ୍ବଲପୁର ମହାନଗର ନିଗମ ଦ୍ବାରା କାର୍ଯ୍ୟକାରୀ କରାଯିବ । ଏଥିରେ vocational training, ଆର୍ଥିକ ସହାୟତା, ସ୍ବାସ୍ଥ୍ୟ ସହାୟତା, ରେସନ କାର୍ଡ ବ୍ୟବସ୍ଥା, ସ୍ଥାନୀୟ ସମ୍ବଳର ଉପଯୋଗ, ଆଶ୍ରୟ ଘର ଏବଂ MBPY ଅନ୍ତର୍ଭୁକ୍ତ କରିବା ପାଇଁ ବ୍ୟବସ୍ଥା ରହିବ ।

୯ . ସରକାରୀ ଜମିରେ ଥିବା ଧାର୍ମିକ ଅନୁଷ୍ଠାନ ଓ କ୍ଲବ

• ଏହିସବୁ ସଂସ୍ଥାଗୁଡିକୁ ଏକକାଳୀନ ୧ ଲକ୍ଷ ଟଙ୍କା କ୍ଷତିପୂରଣ ଦିଆଯିବ ।

ସମଲେଶ୍ବରୀ ଥଇଥାନ ଓ ପୁନର୍ବାସ ପ୍ୟାକେଜ ଘୋଷଣା ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିଲା । ବୈଠକରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ ତ୍ରିପାଠୀ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ସମ୍ବଲପୁର ଜିଲ୍ଲାପାଳ ଓ ରାଜ୍ୟ ଏବଂ ଜିଲ୍ଲାର ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନା କରିଥିଲେ ।

ଭୁବନେଶ୍ବରରୁ ଭବନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.