ଭୁବନେଶ୍ବର: କୋରୋନା ମୁକାବିଲା ପାଇଁ ରାଜ୍ୟ ସରକାର ସମସ୍ତ ସାମ୍ଭାବ୍ୟ ପଦକ୍ଷେପ ଗ୍ରହଣ କରିଛନ୍ତି । ମାର୍ଚ୍ଚ 31 ପର୍ଯ୍ୟନ୍ତ ସ୍କୁଲ କଲେଜ ବନ୍ଦ ସହ ସିନେମା, ସୁଇମିଂ ପୁଲ ମଧ୍ୟ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସରକାର । ଏହାସହ କୋରୋନାକୁ ରାଜ୍ୟ ସରକାର ରାଜ୍ୟ ବିପର୍ଯ୍ୟୟ ଘୋଷଣା କରିଛନ୍ତି ।
ଅନ୍ୟପଟେ କୋରୋନା ସତର୍କତା ସ୍ବରୂପ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ମାର୍ଚ୍ଚ 31 ପର୍ଯ୍ୟନ୍ତ ବନ୍ଦ ରହିବ । ଜିଲ୍ଲା ସ୍ତରରେ ମଧ୍ୟ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ମଧ୍ୟ ବନ୍ଦ ରହିବ । ଜନ ସାଧାରଣ ସେମାନଙ୍କର ଅଭିଯୋଗ ଅନଲାଇନ ଯୋଗେ ପଠାଇବେ ।