ETV Bharat / city

ଶିଶୁ ଦିବସରେ ଲୋକାର୍ପିତ ହେବ 5T କାର୍ଯ୍ୟକ୍ରମରେ ରୂପାନ୍ତରିତ 1,070 ସ୍କୁଲ

author img

By

Published : Aug 28, 2021, 9:45 PM IST

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ହିଞ୍ଜିଳିରେ ଆଉ 10ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି । ଚତୁର୍ଥ ପର୍ଯ୍ୟାୟରେ 5T କାର୍ଯ୍ୟକ୍ରମରେ ମୋଟ 40ଟି ଲୋକାର୍ପଣ ହୋଇଛି । ତେବେ ଶିଶୁ ଦିବସରେ ମୋଟ 1,070 ରୂପାନ୍ତରିତ ସ୍କୁଲ ଲୋକାର୍ପଣ କରାଯିବ ବୋଲି ସୂଚନା ଦେଲେ ଭି କେ ପାଣ୍ଡିଆନ୍। ଅଧିକ ପଢନ୍ତୁ...

ଶିଶୁ ଦିବସରେ ଲୋକାର୍ପିତ ହେବ 5T କାର୍ଯ୍ୟକ୍ରମରେ ରୂପାନ୍ତରିତ 1,070 ସ୍କୁଲ
ଶିଶୁ ଦିବସରେ ଲୋକାର୍ପିତ ହେବ 5T କାର୍ଯ୍ୟକ୍ରମରେ ରୂପାନ୍ତରିତ 1,070 ସ୍କୁଲ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ହିଞ୍ଜିଳିରେ ଆଉ 10ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି । ଚତୁର୍ଥ ପର୍ଯ୍ୟାୟରେ 5T କାର୍ଯ୍ୟକ୍ରମରେ ମୋଟ 40ଟି ଲୋକାର୍ପଣ ହୋଇଛି । ୨୧ ତାରିଖରୁ ରାଜ୍ୟ ସରକାରଙ୍କର ଉଚ୍ଚାକାଂକ୍ଷୀ ସ୍କୁଲ ରୂପାନ୍ତରଣ କାର୍ଯ୍ୟ ଆରମ୍ଭ ହୋଇଥିବାବେଳେ ହିଞ୍ଜିଳିର ୫୦ଟି ସ୍କୁଲର ରୂପାନ୍ତରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି । ୫ଟି ପର୍ଯ୍ୟାୟରେ ୫୦ଟି ସ୍କୁଲର ଲୋକାର୍ପଣ କରାଯିବ ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ହିଞ୍ଜିଳିର ଏ ସ୍କୁଲ ରୂପାନ୍ତର ପିଲାମାନଙ୍କ ମଧ୍ୟରେ ଖୁସି ଓ ଉତ୍ସାହ ଭରି ଦେଇଛି । ଏହା ସେମାନଙ୍କ ଉଜ୍ଜଳ ଭବିଷ୍ୟତକୁ ସାକାର କରିବ । ସେମାନଙ୍କୁ ଜୀବନର ସବୁ କ୍ଷେତ୍ରରେ ଶ୍ରେଷ୍ଠ କରି ଗଢିତୋଳିବା ପାଇଁ ସୁଯୋଗ ସୃଷ୍ଟି କରିବ । ବର୍ତ୍ତମାନ ପ୍ରତିଯୋଗିତାର ଯୁଗ । ଆବଶ୍ୟକତାକୁ ଦୃଷ୍ଟିରେ ରଖି ଆମେ ପିଲାଙ୍କୁ ସବୁଠାରୁ ଭଲ ସୁବିଧା ଦେବା ପାଇଁ ଚେଷ୍ଟା କରିଛୁ । ହିଞ୍ଜିଳିରୁ ଆରମ୍ଭ ହୋଇଥିବା ଏ ପରିବର୍ତ୍ତନ, ଏ ରୂପାନ୍ତର ଓଡିଶାର ଭବିଷ୍ୟତକୁ ଉଜ୍ଜଳ କରିବ । ଓଡିଶାର ପିଲାମାନଙ୍କୁ ଦେଶର ଶ୍ରେଷ୍ଠ ନାଗରିକ କରି ଗଢି ତୋଳିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି ।

ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଛାତ୍ର ଜୀବନ ହେଉଛି ଭବିଷ୍ୟତ ଗଢିବାର ସମୟ । ପିଲାମାନଙ୍କର ଭବିଷ୍ୟତ ଭଲ ହେଲେ, ରାଜ୍ୟ ଓ ଦେଶର ଭବିଷ୍ୟତ ମଧ୍ୟ ଉଜ୍ଜଳ ହେବ । ତେଣୁ ସବୁ ପିଲା ନିଜ ଭବିଷ୍ୟତ ପାଇଁ ଯେଉଁ ସ୍ବପ୍ନ ଦେଖିଛନ୍ତି, ତାକୁ ସାକାର କରିବା ପାଇଁ କଠୋର ପରିଶ୍ରମ କରନ୍ତୁ । ନିଜ ଓ ନିଜ ପରିବାର ପାଇଁ ସଫଳତା ଆଣନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ପିଲାଙ୍କ ସଫଳତା ହିଁ ହେବ ଆମ ପାଇଁ ସବୁଠାରୁ ବଡ଼ ପୁରସ୍କାର ।କାର୍ଯ୍ୟକ୍ରମରେ ମନ୍ତ୍ରୀ ଜଗନ୍ନାଥ ସାରକା, ମନ୍ତ୍ରୀ ପ୍ରେମାନନ୍ଦ ନାୟକ ଓ ବିଧାୟକଙ୍କୁ ସମ୍ବୋଧନ କରିଛନ୍ତି ମୁଖ୍ୟମନ୍ତ୍ରୀ । ହିଞ୍ଜିଳିର ସ୍କୁଲମାନଙ୍କର ଏ ରୂପାନ୍ତରଣ ସମସ୍ତଙ୍କ ପାଇଁ ଏକ ଶିକ୍ଷଣୀୟ ଉଦାହରଣ । ଜନପ୍ରତିନିଧି ଭାବରେ ସେମାନେ ସମାଜର ସବୁ କ୍ଷେତ୍ରରେ ଏପରି ପରିବର୍ତ୍ତନ ଆଣିବା ପାଇଁ ଉଦ୍ୟମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ରୂପାନ୍ତରଣ ହୋଇଥିବା ସ୍କୁଲ ଗୁଡିକର ଯତ୍ନ ନିଜ ସଂପତ୍ତି ପରି ନେବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅନୁରୋଧ କରିଛନ୍ତି ।ଆଗାମୀ ନଭେମ୍ବର 14 ଶିଶୁ ଦିବସରେ ରୂପାନ୍ତରିତ ଚାଲିଥିବା 1,070 ସ୍କୁଲ ଲୋକାର୍ପିତ ହେବ ବୋଲି ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା 5T ସଚିବ ଭି କେ ପାଣ୍ଡିଆନ୍ ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିଛନ୍ତି ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀ । ଛାତ୍ରଛାତ୍ରୀ ସେମାନେ ଆଗକୁ ବଢି ମୁଖ୍ୟମନ୍ତ୍ରୀଙ୍କ ସ୍ବପ୍ନ ସାକାର କରିବେ ଵୋଲି ପ୍ରତିଶ୍ରୁତି ଦେଇଛନ୍ତି । କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।ଆଜି ଲୋକାର୍ପିତ ହୋଇଥିବା ବିଦ୍ୟାଳୟଗୁଡିକ ହେଲା-(୧) ପଞ୍ଚାୟତ ହାଇସ୍କୁଲ, ଦୁରବନ୍ଧ ପଞ୍ଚାୟତ(୨) ସରକାରୀ ହାଇସ୍କୁଲ, ସେରଗଡ ପଞ୍ଚାୟତ(୩) ବୃନ୍ଦାବନ ସରକାରୀ ହାଇସ୍କୁଲ, ହିଞ୍ଜିଳିକାଟୁ ମ୍ୟୁନିସ୍‌ପାଲଟି(୪) ରାମଚନ୍ଦ୍ରପୁର ହାଇସ୍କୁଲ, ନରେନ୍ଦ୍ରପୁର ପଞ୍ଚାୟତ(୫) ୟୁ.ଏନ୍‌. ହାଇସ୍କୁଲ, ସିକ୍ରୀ ପଞ୍ଚାୟତ(୬) ବି. ବ୍ରହ୍ମପୁର ହାଇସ୍କୁଲ, କୃଷ୍ଣଛାଇ ପଞ୍ଚାୟତ(୭) ସରକାରୀ ୟୁ.ଜି. ହାଇସ୍କୁଲ, ବିକେପୁର, ପୁଟିଆପଦର ପଞ୍ଚାୟତ(୮) ନରେନ୍ଦ୍ରପୁର ହାଇସ୍କୁଲ, ନରେନ୍ଦ୍ରପୁର ପଞ୍ଚାୟତ(୯) ସରକାରୀ ୟୁ.ଜି. ହାଇସ୍କୁଲ, ନନ୍ଦିକା ପଞ୍ଚାୟତ(୧୦) ପିତ୍ତଳ ବାଳକ ହାଇସ୍କୁଲ, ପିତ୍ତଳ ପଞ୍ଚାୟତ

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.