ETV Bharat / city

ତୃତୀୟ ଲହର ପାଇଁ ରାଜ୍ୟବାସୀଙ୍କୁ ସତର୍କ କରାଇଲେ ମୁଖ୍ୟମନ୍ତ୍ରୀ - ରାଜ୍ୟବାସୀଙ୍କୁ ସତର୍କ କରାଇଲେ ମୁଖ୍ୟମନ୍ତ୍ରୀ

ତୃତୀୟ ଲହର ପାଇଁ ପ୍ରସ୍ତୁତ ରହିବାକୁ ପୁଣିଥରେ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ କୋଭିଡ ନିୟମ ପାଳିବାକୁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଅଧିକ ପଢନ୍ତୁ...

ତୃତୀୟ ଲହର ପାଇଁ ରାଜ୍ୟବାସୀଙ୍କୁ ସତର୍କ କରାଇଲେ ମୁଖ୍ୟମନ୍ତ୍ରୀ

author img

By

Published : Jun 19, 2021, 8:44 PM IST

ଭୁବନେଶ୍ବର: ତୃତୀୟ ଲହର ପାଇଁ ପ୍ରସ୍ତୁତ ରହିବାକୁ ପୁଣିଥରେ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ କୋଭିଡ ନିୟମ ପାଳିବାକୁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ରାଜ୍ୟରେ କୋଭିଡ଼ର ଦ୍ଵିତୀୟ ଲହର ପ୍ରଭାବ ଧୀରେ ଧୀରେ କମିବାରେ ଲାଗିଛି । କିନ୍ତୁ ତୃତୀୟ ଲହର ଆସିବାର ସମ୍ଭାବନା ରହିଛି । ଏନେଇ ସ୍ବାସ୍ଥ୍ୟ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି ।

ତୃତୀୟ ଲହର ପାଇଁ ଏବେଠୁ ସତର୍କ ହେବା ଲାଗି ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଭବାନୀପାଟଣା କୋଭିଡ଼ ହସ୍ପିଟାଲ ଲୋକାର୍ପଣ କାର୍ଯ୍ୟକ୍ରମରେ ସତର୍କ କରାଇଛନ୍ତି ମୁଖ୍ୟମନ୍ତ୍ରୀ । ଏବେଠାରୁ ପ୍ରସ୍ତୁତ ରହିବାକୁ ପୁଣି ଥରେ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ଡବଲ ମାସ୍କ ପିନ୍ଧିବା ସହିତ ଟିକା ନିଶ୍ଚୟ ନେବା ପାଇଁ ଜନସାଧାରଣଙ୍କୁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମହାମାରୀ ହେଉ ବା ପ୍ରାକୃତିକ ବିପର୍ଯ୍ୟୟ ଆମେ ଯଦି ଠିକ୍‌ ଭାବରେ ଆଗରୁ ପ୍ରସ୍ତୁତ ହୋଇ ରହିବା । ତେବେ ଆମେ ନିଶ୍ଚୟ ବିଜୟ ଲାଭ କରିବା ।

କୋଭିଡର ଦ୍ବିତୀୟ ଲହରର ମୁକାବିଲା ପାଇଁ କଳାହାଣ୍ଡିବାସୀଙ୍କୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଛନ୍ତି । ଜିଲ୍ଲାବାସୀଙ୍କୁ ତଥା ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ଆଶା ଓ ଅଙ୍ଗନବାଡି କର୍ମୀମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.