ETV Bharat / city

ତିର୍ତ୍ତୋଲରେ ୨୦୦ କୋଟିର ଦୁଇଟି ସେତୁ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ - ୨୦୦ କୋଟିର ଦୁଇଟି ସେତୁ

ସୋମବାର ତିର୍ତ୍ତୋଲ ଅଞ୍ଚଳରେ ମହାନଦୀ ଉପରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ୧୧୮.୫୬ କୋଟି ଟଙ୍କା ବ୍ୟୟରେ ହାଇ ଲେବେଲ ସେତୁ ଏବଂ ପୂର୍ତ୍ତ ବିଭାଗ ପକ୍ଷରୁ ମହାନଦୀ ଉପରେ ୮୨ କୋଟି ୫୫ ଲକ୍ଷ ଟଙ୍କା ବ୍ୟୟରେ ଜଇପୁର-କଟିକଟା ହାଇଲେବେଲ ସେତୁର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢନ୍ତୁ...

ତିର୍ତ୍ତୋଲ ଅଞ୍ଚଳରେ ୨୦୦ କୋଟିର ଦୁଇଟି ସେତୁର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

author img

By

Published : Sep 28, 2020, 7:12 PM IST

ଭୁବନେଶ୍ବର: ସୋମବାର ତିର୍ତ୍ତୋଲ ଅଞ୍ଚଳରେ ମହାନଦୀ ଉପରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ୧୧୮.୫୬ କୋଟି ଟଙ୍କା ବ୍ୟୟରେ ହାଇ ଲେବେଲ ସେତୁ ଏବଂ ପୂର୍ତ୍ତ ବିଭାଗ ପକ୍ଷରୁ ମହାନଦୀ ଉପରେ ୮୨ କୋଟି ୫୫ ଲକ୍ଷ ଟଙ୍କା ବ୍ୟୟରେ ଜଇପୁର-କଟିକଟା ହାଇଲେବେଲ ସେତୁର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଯେ ରାଜ୍ୟ ସରକାର ଭିତ୍ତିଭୂମିର ବିକାଶ ଉପରେ ସବୁବେଳେ ଜୋର ଦେଇ ଆସୁଛନ୍ତି ଏବଂ ଗତ ୨୦ ବର୍ଷ ଭିତରେ ଓଡିଶା ଭିତ୍ତିଭୂମି କ୍ଷେତ୍ରରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିବାରେ ସଫଳ ହୋଇଛି। ମା’ ଶାରଳାଙ୍କ ପାର୍ବଣ ଅବସରରେ ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇବା ସହ ଓଡିଆ ଭାଷା ଓ ସାହିତ୍ୟ, ସଂସ୍କୃତି ଓ ନୌବାଣିଝ୍ୟ କ୍ଷେତ୍ରରେ ତିର୍ତ୍ତୋଲ ବିଶେଷତଃ ଜଗତସିଂହପୁର ଅଞ୍ଚଳର ଅବଦାନ ସ୍ମରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ତିର୍ତ୍ତୋଲ ଅଞ୍ଚଳରେ ୨୦୦ କୋଟିର ଦୁଇଟି ସେତୁର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ବିଜୁବାବୁଙ୍କ ସାହାସିକ ନିଷ୍ପତ୍ତି ଫଳରେ ପାରାଦୀପ, ଜଗତସିଂହପୁର ତଥା ଓଡିଶା ପାଇଁ ବିଶ୍ବ ମାନଚିତ୍ରରେ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କୋରୋନା ଲଢେଇ ସହ ବିକାଶ କାମ ଜାରି ରହିବ । ଜୀବନ ସହ ଜୀବିକାକୁ ଗୁରୁତ୍ବ ଦେଇ ଆଗରୁ ବଢିବାକୁ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଦୁଇଟି ସେତୁ ଦ୍ବାରା ତିର୍ତ୍ତୋଲ ସହିତ କଟକ ଓ କେନ୍ଦ୍ରାପଡା ଜିଲ୍ଲାର ୨୮ଟି ଗ୍ରାମ ପଞ୍ଚାୟତର ପ୍ରାୟ ଦେଢ ଲକ୍ଷ ଲୋକ ଉପକାର ପାଇବେ। ଢେଙ୍କାନାଳରୁ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଇସ୍ପାତ, ଖଣି ଓ ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ କହିଛନ୍ତି, ମୁଖ୍ୟମନ୍ତ୍ରୀ ଦୃଢ ସଂକଳ୍ପ ନେଇ ଓଡିଶାର ବିକାଶ ପାଇଁ କାମ କରିଆସୁଛନ୍ତି । ଏହି ଦୁଇଟି ସେତୁ ଠିକ୍‌ ସମୟରେ ସଂପୂର୍ଣ୍ଣ ହେବ ଏବଂ ବିକାଶ ପ୍ରକ୍ରିୟାରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ।

ସେହିପରି ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ଓଡିଶାରେ ଗମନା ଗମନ କ୍ଷେତ୍ରରେ ବହୁତ ଉନ୍ନତି ହୋଇଛି । ସୋମବାର ଏହି ଦୁଇଟି ସେତୁ ଦ୍ବାରା ତିର୍ତ୍ତୋଲ, ପାଟକୁରା ଓ ମାହାଙ୍ଗା ଅଞ୍ଚଳର ଦେଢ ଲକ୍ଷରୁ ଅଧିକ ଲୋକ ଉପକୃତ ହେବେ । ଜଳସଂପଦ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ କହିଥିଲେ ଯେ ଏହି ଦୁଇଟି ସେତୁ ଜିଲ୍ଲାର ବିକାଶ ଇତିହାସରେ ଏକ ସ୍ବର୍ଣ୍ଣିମ ଅଧ୍ୟାୟ ସୃଷ୍ଟି କରିବ । ମୁଖ୍ୟମନ୍ତ୍ରୀ କୋଭିଡ ଲଢେଇର ବ୍ୟସ୍ତତା ମଧ୍ୟରେ ମଧ୍ୟ ଜଗତସିଂହପୁର ଜିଲ୍ଲାର ବିକାଶ ପାଇଁ ନିୟମିତ ଉଦ୍ୟମ କରିଚାଲିଛନ୍ତି ବୋଲି କହି ସେ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଥିଲେ। ଏହି ଅବସରରେ ଜଗତସିଂହପୁର ସାଂସଦ ରାଜଶ୍ରୀ ମଲ୍ଲିକ, ଜଗତସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲି, ପାରାଦୀପ ବିଧାୟକ ସମ୍ବିତ ଦାସ ପ୍ରମୁଖ ସେମାନଙ୍କ ବକ୍ତବ୍ୟ ରଖିଥିଲେ।

ଭୁବନେଶ୍ବରରୁ ତପନ ଦାସ, ଜଗତସିଂହପୁରରୁ ସୁଶାନ୍ତ ପାତ୍ର ଏବଂ ଢେଙ୍କାନାଳରୁ ଉର୍ମିଲା ପାତ୍ର, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.