ETV Bharat / city

ଜନସାଧାରଣ ଓ ସରକାର ମଧ୍ୟରେ ଆସ୍ଥା ସ୍ଥାପନ କରିବାରେ ସଫଳ ହେଉଛି ମୋ ସରକାର: ମୁଖ୍ୟମନ୍ତ୍ରୀ

author img

By

Published : May 26, 2022, 9:54 PM IST

ମୋ ସରକାର କାର୍ଯ୍ୟକ୍ରମକୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସରକାର ଓ ସରକାରୀ ଅନୁଷ୍ଠାନ ପ୍ରତି ଲୋକଙ୍କ ଦୃଷ୍ଟିଭଙ୍ଗୀରେ ବ୍ୟାପକ ପରିବର୍ତ୍ତନ ଆଣିଛି ମୋ ସରକାର କହିଲେ ମୁଖ୍ୟମନ୍ତ୍ରୀ । ଅଧିକ ପଢନ୍ତୁ

ଜନସାଧାରଣ ଓ ସରକାର ମଧ୍ୟରେ ଆସ୍ଥା ସ୍ଥାପନ କରିବାରେ ସଫଳ ହେଉଛି ମୋ ସରକାର: ମୁଖ୍ୟମନ୍ତ୍ରୀ
ଜନସାଧାରଣ ଓ ସରକାର ମଧ୍ୟରେ ଆସ୍ଥା ସ୍ଥାପନ କରିବାରେ ସଫଳ ହେଉଛି ମୋ ସରକାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟର ପ୍ରଶାସନିକ ବ୍ୟବସ୍ଥାକୁ ମୋ ସରକାର ଏକ ନୂଆ ମଡେଲ ଦେଇପାରିଛି । ସରକାର ଓ ସରକାରୀ ଅନୁଷ୍ଠାନ ପ୍ରତି ଲୋକଙ୍କ ଦୃଷ୍ଟିଭଙ୍ଗୀରେ ବ୍ୟାପକ ପରିବର୍ତ୍ତନ ହୋଇଛି । ଜନସାଧାରଣ ଓ ସରକାର ମଧ୍ୟରେ ଆସ୍ଥା ସ୍ଥାପନ କରିବାରେ ମୋ ସରକାର ସଫଳ ହେଉଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ଅଧିକରୁ ଅଧିକ ଲୋକଙ୍କ ପାଖରେ ପହଞ୍ଚିବା ସହ ଯୋଜନାକୁ ତଦାରଖ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ମୋ ସରକାର ଉପକ୍ରମ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଆଜି ସମୀକ୍ଷା କରି ଅପରି କିଛି କହିଛନ୍ତି । ବୈଠକରେ ସମସ୍ତ ବିଭାଗ ଏହି କାର୍ଯ୍ୟକ୍ରମରେ ଅଧିକରୁ ଅଧିକ ଲୋକଙ୍କୁ ସାମିଲ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ରାଜ୍ୟର ପ୍ରଶାସନିକ ବ୍ୟବସ୍ଥାକୁ ମୋ ସରକାର ଏକ ନୂଆ ମଡେଲ ଦେଇପାରିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ସମସ୍ତ ବିଭାଗ କାର୍ଯ୍ୟକ୍ରମ ଉପରେ ନଜର ରଖି ନିୟମିତ ତଦାରଖ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, 'ଗତ ଦୁଇ ଦଶକ ମଧ୍ୟରେ ଓଡିଶାରେ ବ୍ୟାପକ ବିକାଶ ହୋଇଛି । ଓଡିଶା ଅନେକ କ୍ଷେତ୍ରରେ ଆଦର୍ଶ ସୃଷ୍ଟି କରିଛି । ୨୦୧୯ ଅକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ ମୋ ସରକାର କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ । ଏହି କାର୍ଯ୍ୟକ୍ରମ ରାଜ୍ୟର ପ୍ରଶାସନିକ ବ୍ୟବସ୍ଥାକୁ ଏକ ନୂଆ ମଡେଲ ଦେବାରେ ସଫଳ ହୋଇଛି । ସରକାର ଓ ସରକାରୀ ଅନୁଷ୍ଠାନ ପ୍ରତି ଲୋକଙ୍କ ଦୃଷ୍ଟିଭଙ୍ଗୀରେ ମୋ ସରକାର ବ୍ୟାପକ ପରିବର୍ତ୍ତନ ଆଣିପାରିଛି ।' ଜନସାଧାରଣ ଓ ସରକାରୀ ଅନୁଷ୍ଠାନ ମଧ୍ୟରେ ଆସ୍ଥା ସୃଷ୍ଟି କରିବାରେ ମଧ୍ୟ ଏହା ସଫଳ ହୋଇପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ମୋ ସରକାରରେ ଲୋକଙ୍କ ଫିଡବ୍ୟାକ ରେକର୍ଡ କରାଯାଇଛି । ସେମାନଙ୍କ ମତାମତ ଭିତ୍ତିରେ ଯେଉଁ ଅବଧାରଣା ସୃଷ୍ଟି ହୋଇଛି, ତା ଉପରେ ପଦକ୍ଷେପ ମଧ୍ୟ ନିଆଯାଉଛି । ପ୍ରଶାସନରେ ଏହି ରୂପାନ୍ତର ପାଇଁ, ଯେଉଁଥିରେ ସରକାର ସବୁଠାରୁ ଶେଷ ଧାଡିରେ ଥିବା ଲୋକ ପାଖରେ ପହଞ୍ଚି ପାରୁଥିବେ । ଆବଶ୍ୟକତା ଥିବା ସବୁ ଲୋକଙ୍କୁ ସେବା ଯୋଗାଇ ପାରୁଥିବେ । ସେଥିପାଇଁ ସରକାରୀ କର୍ମଚାରୀମାନଙ୍କ ମଧ୍ୟରେ ସମ୍ପୂର୍ଣ୍ଣ ବ୍ୟବହାରିକ ପରିବର୍ତ୍ତନର ଆବଶ୍ୟକତା ଥିଲା । ଏ ଦିଗରେ ନିୟମିତ ଉଦ୍ୟମ ଆଜି ସଫଳ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ଖୁସିବ୍ୟକ୍ତ କରିଛନ୍ତି ।

ତୃଣମୂଳସ୍ତରରୁ ଯେଉଁ ଫିଡବ୍ୟାକ ମିଳୁଛି, ତାହା ଉତ୍ସାହଜନକ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, “ମୁଁ ଯେଉଁ ମତାମତ ପାଉଛି, ସେଥିରୁ ଜଣାଯାଉଛି ଯେ କର୍ମଚାରୀଙ୍କ ବ୍ୟବହାରିକ ପରିବର୍ତ୍ତନ ଆଣିବାରେ ଅନେକ ବିଭାଗ ସଫଳ ହେଉଛନ୍ତି । ଖୁସିର କଥା, ସରକାରୀ ଅଧିକାରୀ ଓ କର୍ମଚାରୀ ନାଗରିକଙ୍କୁ ସେବା ପ୍ରଦାନ କରିବା ସମୟରେ ବର୍ତ୍ତମାନ ଅଧିକ ଦାୟିତ୍ବ ସମ୍ପନ୍ନ ଓ ସହୃଦୟତାର ସହ ବ୍ୟବହାର କରୁଛନ୍ତି।” ଏହି କାର୍ଯ୍ୟକ୍ରମ ଦ୍ବାରା ପ୍ରଶାସନିକ ପ୍ରକ୍ରିୟା ଏବେ ଅଧିକ ସହଭାଗୀତାଭିତ୍ତିକ ହୋଇପାରିଛି । ଏହି ପ୍ରକ୍ରିୟା ମଧ୍ୟରେ ନାଗରିକମାନେ ସରକାରୀ କାର୍ଯ୍ୟକ୍ରମଗୁଡିକର ଅଂଶୀଦାର ମଧ୍ୟ ହୋଇପାରିଛନ୍ତି । ଏଦିଗରେ ନିରନ୍ତର ପ୍ରୟାସ ଦ୍ବାରା ଏକ ସମତା(Equity) ଓ ନ୍ୟାୟଭିତ୍ତିକ ଅନ୍ତର୍ଭୁକ୍ତି ସମାଜ (Inclusive society) ଗଠନ ହୋଇପାରିବ ।

ମୁଖ୍ୟମନ୍ତ୍ରୀ ଅର୍ଥ, ପୂର୍ତ୍ତ ଏବଂ ବାଣିଜ୍ୟ ଓ ପରିବହନ, ଏହି ୩ଟି ବିଭାଗକୁ ମୋ ସରକାରରେ ସାମିଲ ହେବା ପ୍ରକ୍ରିୟାର ଶୁଭାରମ୍ଭ କରିଛନ୍ତି । ବୈଠକରେ ୬ଟି ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା ହୋଇଛି । ଗୃହ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶିଳ୍ପ, ଅଣୁ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଏବଂ ଜଳସମ୍ପଦ ବିଭାଗ । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି ଯେ, ଏହା ଲୋକଙ୍କ ଠାରୁ ଫିଡବ୍ୟାକ ଗ୍ରହଣ କରିବାର ସବୁଠାରୁ ବଡ କାର୍ଯ୍ୟକ୍ରମ । ଏଥିରେ ପ୍ରାୟତଃ ସବୁ ବିଭାଗ ସାମିଲ ହୋଇଛି । ଏହି କାର୍ଯ୍ୟକ୍ରମକୁ ନିୟମିତ ଭାବେ ତଦାରଖ କରିବାର ଆବଶ୍ୟକତା ରହିଛି ବୋଲି ସେ ମତ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା ୫-ଟି ସଚିବ ଭି.କେ. ପାଣ୍ଡିଆନ କହିଛନ୍ତି ଯେ, ଅଧିକାଂଶ ବିଭାଗର ଫିଡବ୍ୟାକ ବ୍ୟବସ୍ଥା ବହୁତ ଉନ୍ନତମାନର ଅଛି । ସାଧାରଣ ଲୋକଙ୍କ ଠାରୁ ମତାମତ ସଂଗ୍ରହ କରିବାରେ ବିଭାଗମାନେ ତତ୍ପରତା ଦେଖାଇବା ସହ ଭୁଲ କରୁଥିବା କର୍ମଚାରୀଙ୍କ ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଉପରେ ଗୁରୁତ୍ବ ଦେବାର ଆବଶ୍ୟକତା ରହିଛି । ସାଧାରଣ ଲୋକଙ୍କ ସହିତ ବିଭିନ୍ନ ବିଭାଗରେ ବିଶେଷକରି ଇଞ୍ଜିନିୟରିଂ ବିଭାଗଗୁଡିକରେ ସେବା ପ୍ରଦାନକାରୀ ସଂସ୍ଥା(Service Provider)ମାନଙ୍କ ଠାରୁ ମଧ୍ୟ ମୋ ସରକାରର କାର୍ଯ୍ୟକ୍ରମରେ ଫିଡବ୍ୟାକ ସଂଗ୍ରହ କରିବାର ବ୍ୟବସ୍ଥା କରାଯିବା ଜରୁରୀ ବୋଲି ସେ କହିଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.