ETV Bharat / city

ପୁରୀ ଜିଲ୍ଲା ପାଇଁ କାଳିଆ ସହାୟତା ଘୋଷଣା କଲେ ନବୀନ

ପୁରୀ ଜିଲ୍ଲାର ଚାଷୀଙ୍କ ପାଇଁ କାଳିଆ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଉପକୃତ ହେବେ ଜିଲ୍ଲାର 1,65,131 ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ । ଅଧିକ ପଢନ୍ତୁ...

author img

By

Published : Nov 3, 2021, 2:13 PM IST

ପୁରୀ ଜିଲ୍ଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ କାଳିଆ ସହାୟତା

ଭୁବନେଶ୍ବର: 2021-22 ରବି ଋତୁ ପାଇଁ ପୁରୀ ଜିଲ୍ଲାର ଚାଷୀଙ୍କୁ ମିଳିବ କାଳିଆ ସହାୟତା । ପ୍ରତ୍ୟେକ ଚାଷୀ 2000 ଟଙ୍କା ଲେଖାଏଁ ସହାୟତା ପାଇବେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି(ବୁଧବାର) ଏନେଇ ଘୋଷଣା କରିଛନ୍ତି । ଏଥିପାଇଁ 33.03 କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ଜିଲ୍ଲାର 1,65,131 ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଉପକୃତ ହେବେ । ଏହି ଟଙ୍କା ସିଧାସଳଖ ଚାଷୀଙ୍କ ବ୍ୟାଙ୍କ ଖାତାରେ ଜମା କରାଯିବ ।

ସେପ୍ଟେମ୍ବର ୧୧ ତାରିଖରେ ମୁଖ୍ୟମନ୍ତ୍ରୀ ସାରା ରାଜ୍ୟର ୩୭,୧୨,୯୪୧ ଜଣ ଚାଷୀଙ୍କୁ ୭୪୨.୫୮ କୋଟି ଟଙ୍କାର କାଳିଆ ସହାୟତା ବଣ୍ଟନ କରିଥିଲେ । ପିପିଲି ଉପନିର୍ବାଚନ ପାଇଁ ପୁରୀ ଜିଲ୍ଲାର ଚାଷୀମାନଙ୍କୁ ଏହି ସହାୟତା ପ୍ରଦାନ କରାଯାଇପାରି ନଥିଲା । ରାଜ୍ୟର କ୍ଷୁଦ୍ର, ନାମମାତ୍ର ଓ ଭୂମିହୀନ ଚାଷୀ ପରିବାରକୁ କୃଷି କାର୍ଯ୍ୟରେ ସହାୟତା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାଳିଆ ଯୋଜନା କାର୍ଯ୍ୟକାରୀ କରିଛନ୍ତି । ସାରା ଦେଶରେ ଚାଷମାନଙ୍କ କଲ୍ୟାଣ ପାଇଁ ଏହା ଏକ ଯୁଗାନ୍ତକାରୀ ପଦକ୍ଷେପ ।ଏଥିରେ ଚାଷୀମାନେ ବିଭିନ୍ନ କୃଷି ସାମଗ୍ରୀ ଯଥା – ବିହନ, ସାର ତଥା କୀଟନାଶକ ଓ କୃଷି ଯନ୍ତ୍ରପାତି କିଣିବା ପାଇଁ ଆନୁସଙ୍ଗିକ ଆର୍ଥିକ ସୁବିଧା ପାଇପାରୁଛନ୍ତି ।

ସେହିପରି ଭୂମିହୀନ କୃଷି ପରିବାରମାନେ ମଧ୍ୟ ରୋଜଗାର ବୃଦ୍ଧି ପାଇଁ ବିଭିନ୍ନ ଆନୁସଙ୍ଗିକ କୃଷି କାର୍ଯ୍ୟ କରିପାରୁଛନ୍ତି । ଚାଷମାନଙ୍କ ଋଣ ଭାର କମ୍ କରିବାରେ ମଧ୍ୟ ଏହା ବିଶେଷ ସହାୟକ ସାବ୍ୟସ୍ତ ହୋଇ ପାରିଛି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.