ETV Bharat / city

ପୁଣି ଶସ୍ତା ହେଲା ପେଟ୍ରୋଲ-ଡିଜେଲ, ତେଲରୁ ୩ ଟଙ୍କା ଭାଟ୍ କମାଇଲେ ମୁଖ୍ୟମନ୍ତ୍ରୀ

author img

By

Published : Nov 4, 2021, 11:53 AM IST

Updated : Nov 4, 2021, 12:26 PM IST

ମୁଖ୍ୟମନ୍ତ୍ରୀଙ୍କ ଦୀପାବଳି ଭେଟି । ପେଟ୍ରୋଲ ଓ ଡିଜେଲରୁ ୩ ଟଙ୍କା ଭାଟ୍ ହ୍ରାସ କଲେ ରାଜ୍ୟ ସରକାର । ଅଧିକ ପଢନ୍ତୁ...

ପୁଣି ଶସ୍ତା ହେଲା ପେଟ୍ରୋଲ-ଡିଜେଲ, ତେଲରୁ ୩ ଟଙ୍କା ଭାଟ୍ କମାଇଲେ ମୁଖ୍ୟମନ୍ତ୍ରୀ
ପୁଣି ଶସ୍ତା ହେଲା ପେଟ୍ରୋଲ-ଡିଜେଲ, ତେଲରୁ ୩ ଟଙ୍କା ଭାଟ୍ କମାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଦୀପାବଳି ଭେଟି । ରାଜ୍ୟ ସରକାର ପେଟ୍ରୋଲ ଓ ଡିଜେଲ ଉପରୁ ୩ ଟଙ୍କା ଭାଟ୍ ହ୍ରାସ କରିଛନ୍ତି । ନୂଆ ଦର ଆଜି ମଧ୍ୟରାତ୍ରରୁ ଲାଗୁ ହେବ । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଦେଶରେ ପେଟ୍ରୋଲ ଦର ବୃଦ୍ଧି ଯୋଗୁଁ ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟ ବଢ଼ି ଚାଲିଥିଲା ।

କେନ୍ଦ୍ର ସରକାର ଗତକାଲି ରାତିରେ ପେଟ୍ରୋଲ ଓ ଡିଜେଲ ଉପରୁ ଏକ୍ସାଇଜ୍ ଡ୍ୟୁଟି ହ୍ରାସ କରିବାକୁ ଘୋଷଣା କରିଥିଲେ । ପେଟ୍ରୋଲ ଓ ଡିଜେଲର ମହଙ୍ଗା ଦରରେ ହନ୍ତସନ୍ତ ହେଉଥିବା ରାଜ୍ୟବାସୀଙ୍କ ପାଇଁ ଆଜି ପୁଣି ଆସିଛି ଭଲ ଖବର । ରାଜ୍ୟ ସରକାରଙ୍କ ଭାଟ୍ ହ୍ରାସ ନେଇ ଘୋଷଣା ଦ୍ବାରା ରାଜ୍ୟବାସୀ ଅତିରିକ୍ତ ୩ ଟଙ୍କାର ରିହାତି ପାଇବେ ।

ତେବେ ୩ ଟଙ୍କାର ଏହି ଛାଡ ପାଇଁ ରାଜ୍ୟ ରାଜକୋଷ ଉପରେ ଅତିରିକ୍ତ ୧୪ଶହ କୋଟିର ଭାର ପଡିବ । କେବଳ ୩ ଟଙ୍କା ଭାଟ୍ ହ୍ରାସ ଦ୍ବାରା ଏହି କ୍ଷତି ରାଜ୍ୟ ସରକାରଙ୍କୁ ବହନ କରିବାକୁ ପଡିବ । ଅନ୍ୟପକ୍ଷରେ କେନ୍ଦ୍ର ସରକାରଙ୍କ ଏକ୍ସସାଇଜ୍ ଡ୍ୟୁଟି ହ୍ରାସ ଯୋଗୁଁ ରାଜ୍ୟ ସରକାରଙ୍କୁ ଅତିରିକ୍ତ ୭ଶହ କୋଟି ଟଙ୍କା ହରାଇବାକୁ ପଡିବ । ତେଣୁ ରାଜ୍ୟ ସରକାରଙ୍କୁ ମୋଟ ପ୍ରାୟ ୨ ହଜାର କୋଟି ଟଙ୍କାର ରାଜସ୍ବ ହରାଇବାକୁ ପଡିବ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

Last Updated : Nov 4, 2021, 12:26 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.