ETV Bharat / city

ମିଶନ ଶକ୍ତିକୁ ନବୀନଙ୍କ ବଳ, ମିଳିଲା ୪୫୩.୫୦ କୋଟି କୋଭିଡ ପ୍ୟାକେଜ

ମା’ଙ୍କ ସହିତ ମୁଖ୍ୟମନ୍ତ୍ରୀ । ମିଶନ ଶକ୍ତିକୁ ନବୀନଙ୍କ ବଳ, ମିଳିଲା ୪୫୩.୫୦ କୋଟି କୋଭିଡ ପ୍ୟାକେଜ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ରାଜ୍ୟ ମିଶନ ଶକ୍ତିର ମହିଳା ମାନଙ୍କ ପାଇଁ ୪୫୩.୫୦ କୋଟି ଟଙ୍କାର କୋଭିଡ ସହାୟତା ଘୋଷଣା କରିଛନ୍ତି । ଅଧିକ ପଢ଼ନ୍ତୁ...

author img

By

Published : Jul 16, 2021, 9:38 PM IST

CM Naveen Patnaik, CM announces special COVID relief package, package worth Rs 453.5 Crore,  package for Mission Shakti, ମିଶନ ଶକ୍ତି କୋଭିଡ ପ୍ୟାକେଜ, ମିଶନ ଶକ୍ତି ପାଇଁ ନବୀନଙ୍କ ପ୍ୟାକେଜ ଘୋଷଣା,  ମିଶନ ଶକ୍ତି ଭବନ ନିର୍ମାଣ
ଆଗକୁ ବଢନ୍ତୁ, ମୁଁ ଆପଣମାନଙ୍କ ସାଥିରେ ଅଛି: ନବୀନ

ଭୁବନେଶ୍ବର: ମିଶନ ଶକ୍ତି କୋଭିଡ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୪୫୩.୫୦ କୋଟି ଟଙ୍କାର ପ୍ୟାକେଜ କଲେ ଘୋଷଣା । ୩୩୮ ବ୍ଲକ ମିଶନ ଶକ୍ତି ଭବନ ନିର୍ମାଣ ପାଇଁ ୧୬୯ କୋଟି ଘୋଷଣା କଲେ ନବୀନ ।

ବ୍ୟବସାୟରେ ସହାୟତା ପାଇଁ ୮୪.୫୦ କୋଟି ଟଙ୍କାର ଆବର୍ତ୍ତନ ପାଣ୍ଠି (Revolving Fund) ମଧ୍ୟ ପ୍ରଦାନ କରାଯାଇଛି । ସ୍ବୟଂ ସହାୟକ ଗୋଷ୍ଠୀ ମାନଙ୍କର ଋଣ ଉପରେ ସୁଧ ଫେରସ୍ତ ପାଇଁ (Interest Subvention) ପାଇଁ ୨୦୦ କୋଟି ଟଙ୍କା ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ରାଜ୍ୟ ସରକାର Block Level Federationର ଆବର୍ତ୍ତନ ପାଣ୍ଠି ଭାବରେ ୮୪.୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି ।

ମିଶନ ଶକ୍ତିର ମା ମାନଙ୍କୁ ରାଜ୍ୟ ସରକାର ବିନା ସୁଧରେ ଋଣ ଦେଉଛନ୍ତି । ଗତ ବର୍ଷ ସୁଧ ରିହାତି ଭାବରେ ରାଜ୍ୟ ସରକାର ୧୨୫ କୋଟି ଟଙ୍କା ପ୍ରଦାନ କରିଛନ୍ତି । ଏବର୍ଷ ଏହାକୁ ୨୦୦ କୋଟି ଟଙ୍କାକୁ ବୃଦ୍ଧି କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ବ୍ରହ୍ମପୁର, ଢେଙ୍କାନାଳ ଓ ବାରିପଦାର ୩ଟି ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ଆଚାର ବ୍ୟବସାୟ ପାଇଁ ଏଚଡିଏଫସି ବ୍ୟାଙ୍କ ପକ୍ଷରୁ ଏକକାଳୀନ ୪୭ ଲକ୍ଷ ଟଙ୍କାର ଋଣ ପ୍ରଦାନ କରାଯାଇଛି ।

ସେମାନଙ୍କ ଦ୍ବାରା ଉତ୍ପାଦିତ ୧୨୦ ମେଟ୍ରିକ ଟନ୍ ଆଚାର ମିଶନ ଶକ୍ତି ଦ୍ବାରା ପରିଚାଳିତ ରାଜ୍ୟର ୧୭୭ଟି ଆହାର କେନ୍ଦ୍ରରେ ବ୍ୟବହାର ହେଉଛି । କାର୍ଯ୍ୟକ୍ରମରେ ଯୋଗ ଦେଇ ମହିଳା ଶିଶୁବିକାଶ ଓ ମିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ ମିଶନ ଶକ୍ତିର ମହିଳା ମାନଙ୍କ ବିକାଶ ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ ପଦକ୍ଷେପ ସଂପର୍କରେ ଆଲୋକପାତ କରି କହିଥିଲେ ଯେ, ‘ଯେ କୌଣସି ବ୍ୟବସାୟ ପାଇଁ ପୁଞ୍ଜି ଯୋଗାଣ ସଞ୍ଜିବନୀ ପରି କାର୍ଯ୍ୟ କରେ। ମହିଳା ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଯେଉଁ ଆବର୍ତ୍ତନ ପାଣ୍ଠି କରିଛନ୍ତି, ତାହା ମିଶନ ଶକ୍ତିକୁ ସ୍ବାବଲମ୍ବୀ କରିବାରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ।’

ମିଶନ ଶକ୍ତି ମା ମାନଙ୍କ ପାଇଁ ଏକ ସୁବର୍ଣ୍ଣ ଯୁଗ ଆଣିଛି ବୋଲି ମଧ୍ୟ ମତ ଦେଇଥିଲେ ମନ୍ତ୍ରୀ ଟୁକୁନି ସାହୁ। ମିଶନ ଶକ୍ତି ଆଜି ମା ମାନଙ୍କ ସାମାଜିକ ଅର୍ଥନୈତିକ ପରିବର୍ତ୍ତନରେ ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଛି । ଏଭଳି ଏକ ନୀରବ ବିପ୍ଲବ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ସଂପର୍ଣ୍ଣ ନେତୃତ୍ବକୁ ସରକାରୀ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ଏବଂ ମିଶନ ଶକ୍ତିର ଉପଦେଷ୍ଟା ଡଃ ଲୋପାମୁଦ୍ରା ବକ୍ସିପାତ୍ର ପ୍ରଶଂସା କରିଛନ୍ତି ।

ଏହି ସ୍ବତନ୍ତ୍ର ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ମିଶନ ଶକ୍ତିର ସଦସ୍ୟ ମାନେ ଧନ୍ୟବାଦ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଯୋଗୁଁ ଆମେ ସମସ୍ତେ ଆଜି ନିଜର ପରିଚୟ ପାଇପାରିଛୁ ବୋଲି ସେମାନେ କହିଛନ୍ତି । ମୁଖ୍ୟମନ୍ତ୍ରୀ ଆମ ମାନଙ୍କ ପାଖରେ, ଆମ ସୁଖଦୁଃଖରେ ସବୁବେଳେ ଠିଆ ହୋଇଛନ୍ତି ।

କାର୍ଯ୍ୟକ୍ରମରେ ମିଶନ ଶକ୍ତି କମିଶନର ତଥା ସଚିବ ସୁଜାତା କାର୍ତ୍ତିକେୟ ପଣ୍ଡିଆନ କହିଛନ୍ତି ଯେ, ଗୋଟିଏ ଯୋଜନାକୁ ଏକ ସ୍ବତନ୍ତ୍ର ବିଭାଗ ଭାବରେ କାର୍ଯ୍ୟକାରୀ କରିବାରେ ଓଡି଼ଶା ହେଉଛି ସାରା ଭାରତବର୍ଷରେ ଏକମାତ୍ର ରାଜ୍ୟ । ଏଥିରୁ ମହିଳା ମାନଙ୍କ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ କେତେ ଗୁରୁତ୍ବ ଦେଉଛନ୍ତି, ତାହା ଅନୁମେୟ । ଗତ ଦୁଇ ବର୍ଷରେ ମିଶନ ଶକ୍ତିର ବିଭିନ୍ନ ସ୍ବୟଂ ସହାୟକ ଗୋଷ୍ଠୀ ମାନଙ୍କ ଠାରୁ ୨୮୦୦ କୋଟି ଟଙ୍କାର ବିଭିନ୍ନ ଦ୍ରବ୍ୟ ଓ ସେବା କ୍ରୟ କରାଯାଇଛି । ଏହା ସହ ୨୦୨୧-୨୨ ବର୍ଷ ପାଇଁ ମିଶନ ଶକ୍ତିର ମା ମାନଙ୍କ ପାଇଁ ୬୦୦୦ କୋଟି ଟଙ୍କାର ବ୍ୟାଙ୍କ ଋଣ ପ୍ରଦାନ ପାଇଁ ଲକ୍ଷ୍ୟ ରଖାଯାଇଛି ।

‘ଆଗକୁ ବଢନ୍ତୁ, ମୁଁ ଆପଣମାନଙ୍କ ସାଥିରେ ଅଛି’

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମିଶନ ଶକ୍ତି ହେଉଛି, ମା’ଙ୍କ ଶକ୍ତି । ମା’ ମାନଙ୍କର ଶକ୍ତି । ଓଡି଼ଶାର ୭୦ ଲକ୍ଷ ମା ମାନଙ୍କର ଏହା ଏକ ବିରାଟ ଅନୁଷ୍ଠାନ । ଏହା ହେଉଛି ଓଡି଼ଶାର ବିକାଶ ବାହିନୀ । ରାଜ୍ୟର ଶକ୍ତି । ସେମାନଙ୍କ ଦକ୍ଷତା ଉପରେ ଟିକେ ବି ପ୍ରଶ୍ନ ନାହିଁ । ‘ଆପଣମାନେ ଆଗକୁ ବଢନ୍ତୁ, ମୁଁ ଆପଣମାନଙ୍କ ସାଥିରେ ଅଛି’ ବୋଲି କହି ମିଶନ ଶକ୍ତି ଉପରେ ଆସ୍ଥାପ୍ରକଟ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ବ୍ଲକ୍‌ସ୍ତରରେ ମିଶନ ଶକ୍ତି ଭବନ ହେବ। କୋଭିଡ ସମୟରେ ମିଶନ ଶକ୍ତିର ମା ମାନେ ବହୁତ ଭଲ କାମ କରିଛନ୍ତି । ସେମାନଙ୍କୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଛନ୍ତି । ବ୍ଲକ୍‌ସ୍ତରରେ ସ୍ବୟଂ ସହାୟକ ଗୋଷ୍ଠୀ ମାନଙ୍କ ପାଇଁ ଯେଉଁ ମିଶନ ଶକ୍ତି ଭବନ ଗଠନ ହେବ । ସେଥିରେ ମା’ ମାନେ ତାଲିମ ପାଇବେ । ଉତ୍ପାଦିତ ଦ୍ରବ୍ୟ ପାଇଁ ବିକ୍ରୟ କେନ୍ଦ୍ର ଖୋଲିପାରିବେ । ସେମାନଙ୍କ ନିଜସ୍ବ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା ପର୍ଯ୍ୟାଲୋଚନା କରିପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

‘ମା’ ସଶକ୍ତ ହେଲେ, ସମାଜ ସଶକ୍ତ ହେବ’

ମା’ ମାନେ କୋଭିଡ ସମୟରେ ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟ କରିଛନ୍ତି । ଏହାର ସୁଫଳ ପରିଚାଳନା ଠାରୁ ଆରମ୍ଭ କରି ମାସ୍କ ତିଆରି କରିଛନ୍ତି । ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଆଦି ଅନେକ ଭଲ କାମ କରି ମିଶନ ଶକ୍ତି ଆନ୍ଦୋଳନର ସୁନାମ ବୃଦ୍ଧି କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ମୁଁ ସବୁବେଳେ କହି ଆସିଛି, ମା ସଶକ୍ତ ହେଲେ, ପରିବାର ସଶକ୍ତ ହେବ । ସମାଜ ସଶକ୍ତ ହେବ । ଗୋଟିଏ ଜାତି ସଶକ୍ତ ହେବ । ଇତିହାସର ଧାରା ମଧ୍ୟ ବଦଳିଯିବ ।’

ମିଶନ ଶକ୍ତି ମହିଳା ହେବେ ବଡ଼ ଉଦ୍ୟୋଗୀ

‘ଜୀବନଜୀବିକା ଠାରୁ ଆରମ୍ଭ କରି ବିଭିନ୍ନ ବିକାଶ କାମରେ ଆପଣମାନେ ସାମିଲ ହୋଇ ଭଲ କାମ କରିଛନ୍ତି’ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । କୋରାପୁଟର ବୋରିଗୁମା ଠାରୁ ଆରମ୍ଭ କରି କଟକର ନିଆଳୀ ପର୍ଯ୍ୟନ୍ତ ଆମର ବ୍ଳକ୍‌ସ୍ତରୀୟ ମହାସଂଘର ମା’ ମାନଙ୍କର କାମ ଦେଖି ଯେ କେହି ଗର୍ବ ଅନୁଭବ କରିବ। ମୋର ବିଶ୍ବାସ, ଦିନେ ଆପଣମାନଙ୍କ ଭିତରୁ ବଡ ବଡ ଉଦ୍ୟୋଗୀ ବାହାରିବେ’ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.