ETV Bharat / city

BSKYରେ ସାମିଲ ହେଲା ଢେଙ୍କାନାଳ ଓ ଅନୁଗୋଳ; ଉପକୃତ ହେବେ 20 ଲକ୍ଷ - ଢେଙ୍କାନାଳରେ BSKY ସ୍ମାର୍ଟ କାର୍ଡ ଶୁଭାରମ୍ଭ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଢେଙ୍କାନାଳ ଓ ଅନୁଗୋଳ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା(BSKY) ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଉଭୟ ଜିଲ୍ଲାର ୧୦ ଲକ୍ଷ ଲେଖାଏଁ ଲୋକ ଏହି ସୁବିଧା ପାଇବେ । ଅଧିକ ପଢନ୍ତୁ

CM Naveen Patnaik
BSKYରେ ସାମିଲ ହେଲା ଢେଙ୍କାନାଳ ଓ ଅନୁଗୋଳ
author img

By

Published : Nov 20, 2021, 3:27 PM IST

Updated : Nov 20, 2021, 5:38 PM IST

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଢେଙ୍କାନାଳ ଓ ଅନୁଗୋଳ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଉଭୟ ଜିଲ୍ଲାର ୧୦ ଲକ୍ଷ ଲେଖାଏଁ ଲୋକ ଏହି ସୁବିଧା ପାଇବେ । ଏହାସହିତ ରାଜ୍ୟର ୧୫ଟି ଜିଲ୍ଲାର ଜନସାଧାରଣ ଏହି କାର୍ଯ୍ୟକ୍ରମରେ ସାମିଲ ହେଲେ ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ସୁସ୍ଥ ଓଡିଶା ଓ ସୁଖୀ ଓଡିଶା ଦିଗରେ ଏକ ବଳିଷ୍ଠ ପଦକ୍ଷେପ । ସମସ୍ତଙ୍କର ସମ୍ମାନର ସହିତ ବଞ୍ଚିବାର ଅଧିକାର ଅଛି । ଏହି ହେଲ୍‌ଥ କାର୍ଡ ଏହି ଅଧିକାରକୁ ସୁନିଶ୍ଚିତ କରିଛି । ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ । ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ ।

BSKYରେ ସାମିଲ ହେଲା ଢେଙ୍କାନାଳ ଓ ଅନୁଗୋଳ
ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି । ପିଲାଙ୍କ ପାଠପଢା ବନ୍ଦ କରନ୍ତି । ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଛନ୍ତି । ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ । ଚାଷୀ ହେଉ ବା ମୂଲିଆ ବା ରିକ୍ସା ବାଲା ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଛନ୍ତି । ଆମ ପାଇଁ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଛନ୍ତି । ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି ।
BSKYରେ ସାମିଲ ହେଲା ଢେଙ୍କାନାଳ ଓ ଅନୁଗୋଳ
ଏହି କାର୍ଯ୍ୟକ୍ରମରେ ଢେଙ୍କାନାଳରେ ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ, ଢେଙ୍କାନାଳ ସାଂସଦ ମହେଶ ସାହୁ, ହିନ୍ଦୋଳ ବିଧାୟକ ସୀମାରାଣୀ ନାୟକ, ଢେଙ୍କାନାଳ ବିଧାୟକ ସୁଧୀର ସାମଲ ପ୍ରମୁଖ ଯୋଗଦେଇଛନ୍ତି । ଅନୁଗୁଳରେ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଅଶୋକ ପଣ୍ଡା, ଉପ ବାଚସ୍ପତି ରଜନୀକାନ୍ତ ସିଂହଙ୍କ ସମେତ ଜିଲ୍ଲାର ବିଧାୟକଗଣ ଯୋଗ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ କଲ୍ୟାଣ କାର୍ଯ୍ୟକ୍ରମ ଓଡିଶାର ଗରିବ ଲୋକଙ୍କ ମନରେ ଭରସା ସୃଷ୍ଟି କରିଛି ବୋଲି ସେମାନେ ପ୍ରକାଶ କରିଛନ୍ତି । ଏହା ଅନ୍ୟ ରାଜ୍ୟ ମାନଙ୍କ ପାଇଁ ଆଦର୍ଶ ସୃଷ୍ଟି କରିଛି ବୋଲି ସେମାନେ କହିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ଓଡିଶା ବିକାଶର ନୂଆ ନୂଆ ପାହାଚ ଅତିକ୍ରମ କରିଚାଲିଛି ବୋଲି ସେମାନେ କହିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ହିତାଧିକାରୀ ମାନଙ୍କୁ କାର୍ଡ ବଣ୍ଟନ ସହ ସ୍ବାସ୍ଥ୍ୟ ସଚେତନତା ରଥର ଶୁଭାରମ୍ଭ କରିଛନ୍ତି ।

ଭୁବନେଶ୍ବରରୁ ଭବାନୀଶଙ୍କର ଦାସ, ଅନୁଗୋଳରୁ ସଂଗ୍ରାମ ରଞ୍ଜନ ନାଥ, ଢେଙ୍କାନାଳରୁ ଉର୍ମିଳା ପାତ୍ର, ଇଟିଭି ଭାରତ

Last Updated : Nov 20, 2021, 5:38 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.