ETV Bharat / city

କଳାହାଣ୍ଡିରେ ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିଲେ ନବୀନ, ଉପକୃତ ହେବେ ୧୪ ଲକ୍ଷ

author img

By

Published : Nov 8, 2021, 3:09 PM IST

Updated : Nov 8, 2021, 4:39 PM IST

କଳାହାଣ୍ଡି ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲାର ପ୍ରାୟ ୧୪ ଲକ୍ଷ ଲୋକ ଏହି ସୁବିଧା ପାଇବେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କଳାହାଣ୍ଡିରେ ପ୍ରାୟ ୮୬୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଅଧିକ ପଢନ୍ତୁ...

CM Naveen Patnaik BSKY Smart health card distribution programme in kalahandi
BSKY ରେ ସାମିଲ ହେଲା କଳାହାଣ୍ଡି, ଉପକୃତ ହେବେ ୧୪ ଲକ୍ଷ

ଭୁୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଳାହାଣ୍ଡି ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଜିଲ୍ଲାର ପ୍ରାୟ ୧୪ ଲକ୍ଷ ଲୋକ ଏହି ସୁବିଧା ପାଇବେ । କଳାହାଣ୍ଡି ସହିତ ରାଜ୍ୟର ୯ଟି ଜିଲ୍ଲା ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କଳାହାଣ୍ଡିରେ ପ୍ରାୟ ୮୬୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ।

କଳାହାଣ୍ଡିରେ ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିଲେ ନବୀନ, ଉପକୃତ ହେବେ ୧୪ ଲକ୍ଷ

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ । ଏହା ଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି । ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ । ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ । ଚାଷୀ ହେଉ ବା ମୂଲିଆ ବା ରିକ୍‌ସାବାଲା - ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଛନ୍ତି । ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି ।

କାର୍ଯ୍ୟକ୍ରମରେ ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ, ମହିଳା ଓ ଶିଶୁବିକାଶ ମନ୍ତ୍ରୀ ଟୁକୁନୀ ସାହୁ, ଶକ୍ତି ଓ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟ ଶଂକର ମିଶ୍ର ପ୍ରମୁଖ ଯୋଗ ଦେଇ ବିଭିନ୍ନ କ୍ଷେତ୍ରରେ କଳାହାଣ୍ଡିର ରୂପାନ୍ତର ଉପରେ ଆଲୋକପାତ କରିଛନ୍ତି । କୃଷି ଓ ଶିକ୍ଷା କ୍ଷେତ୍ରରେ କଳାହାଣ୍ଡି ଆଜି ରାଜ୍ୟର ଏକ ଆଗୁଆ ଜିଲ୍ଲା ହୋଇପାରିଛି । କଳାହାଣ୍ଡିର ଏହି ରୂପାନ୍ତର ପାଇଁ ସେମାନେ ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶିତା ଓ ପ୍ରତିବଦ୍ଧତାର ଉଚ୍ଚପ୍ରଶଂସା କରିଛନ୍ତି । BSKY Smart Card ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟ ଯୋଗାଇ ଦେବା ପାଇଁ ଏକ ଐତିହାସିକ ପଦକ୍ଷେପ ବୋଲି ସେମାନେ ବର୍ଣ୍ଣନା କରିଛନ୍ତି ।

କପା ଉତ୍ପାଦନରେ କଳାହାଣ୍ଡି ରାଜ୍ୟରେ ପ୍ରଥମ :

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କଳାହାଣ୍ଡି ଆଜି ସବୁ କ୍ଷେତ୍ରରେ ବେଶ୍ ସଫଳତାର ସହିତ ଆଗେଇ ଚାଲିଛି । ଗତ ଜୁନ୍ ମାସରେ କଳାହାଣ୍ଡି ଆସି ସେ ଇନ୍ଦ୍ରାବତୀ ଲିଫ୍ଟ କେନାଲ ପ୍ରକଳ୍ପ ଉଦ୍ଘାଟନ କରିଥିଲେ । ଜିଲ୍ଲାର ୬୮ ପ୍ରତିଶତ ଜମିରେ ଜଳସେଚନର ସୁବିଧା ମିଳୁଛି । କଳାହାଣ୍ଡିର ଚାଷୀ ଆଜି ସମସ୍ତଙ୍କର ଦୃଷ୍ଟି ଆକର୍ଷଣ କରିପାରିଛି। ଜିଲ୍ଲାର ଧାନ ଉତ୍ପାଦନ ୭୪ ଲକ୍ଷ ଟନରେ ପହଞ୍ଚିଛି । ମାଛ ଉତ୍ପାଦନରେ ଜାତୀୟ ପୁରସ୍କାର ମଧ୍ୟ ପାଇପାରିଛି । କପା ଉତ୍ପାଦନରେ କଳାହାଣ୍ଡି ସାରା ରାଜ୍ୟରେ ପ୍ରଥମ । ଏବର୍ଷ କପା ପାଇଁ ବଜାରରେ ଭଲ ଦାମ ମିଳୁଥିବାରୁ ଚାଷୀର ରୋଜଗାର ବଢିଛି । ଏଥିପାଇଁ ସେ ଖୁସି ପ୍ରକାଶ କରିଛନ୍ତି ।

କୃଷି, ଶିକ୍ଷା ଓ ଭିତ୍ତିଭୂମି କ୍ଷେତ୍ରରେ କଳାହାଣ୍ଡି ଆଗୁଆ :

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜିଲ୍ଲାରେ ଭିତ୍ତିଭୂମି କାମ ଖୁବ୍ ଦ୍ରୁତ ଗତିରେ ଜାରି ରହିଛି । ଜିଲ୍ଲାର ପ୍ରତି ଗାଁକୁ ପାଇପ ପାଣି ଯୋଗାଇ ଦେବାପାଇଁ ୨୫୦୦ କୋଟି ଟଙ୍କାର ପ୍ରକଳ୍ପ ଜାରି ରହିଛି । ବିଜୁ ଏକ୍‌ସପ୍ରେସ ୱେ ହେଉ, ଭବାନୀପାଟଣା ବାଇପାସ୍‌, ଭବାନୀପାଟଣା-ରାୟଗଡା ରାସ୍ତା କାମ, ବିଭିନ୍ନ ଗ୍ରୀଡ ସବ୍‌ଷ୍ଟେସନ କାମ, କେସିଙ୍ଗାରେ ବସ୍ତି ଲୋକଙ୍କ ଥଇଥାନ କାମ । ଏମିତି ସବୁ କ୍ଷେତ୍ରରେ କଳାହାଣ୍ଡି ବେଶ୍ ସଫଳତାର ସହ ଆଗେଇ ଚାଲିଛି । କଳାହାଣ୍ଡିରେ ମିଶନ ଶକ୍ତିର ମା ମାନେ ମଧ୍ୟ ଧାନ ସଂଗ୍ରହ କ୍ଷେତ୍ରରେ ବହୁତ ଭଲ କାମ କରୁଛନ୍ତି । ସ୍ବାସ୍ଥ୍ୟ ଓ କୃଷି କ୍ଷେତ୍ରରେ ଭଲ କାମ ପାଇଁ କଳାହାଣ୍ଡି ନୀତି ଆୟୋଗର ମାନ୍ୟତା ମଧ୍ୟ ପାଇଛି ।

ଖୁବଶୀଘ୍ର ଶେଷ ହେବ କଳାହାଣ୍ଡି ସରକାରୀ ମେଡିକାଲ କଲେଜର ନିର୍ମାଣ କାମ :

ମୁଖ୍ୟମନ୍ତ୍ରୀ ପୁଣି କହିଛନ୍ତି ଯେ, କଳାହାଣ୍ଡି ଆଜି ଏକ ବିଶିଷ୍ଟ ଶିକ୍ଷାକେନ୍ଦ୍ର ହୋଇପାରିଛି । କଳାହାଣ୍ଡି ୟୁନିଭରସିଟି, କଳାହାଣ୍ଡି ସରକାରୀ ଇଞ୍ଜିନିୟରିଂ କଲେଜ, ସରକାରୀ କୃଷି ମହାବିଦ୍ୟାଳୟ ଆଜି କଳାହାଣ୍ଡିର ପିଲାମାନଙ୍କ ପାଇଁ ସୁଯୋଗ ସୃଷ୍ଟି କରିଛି । କଳାହାଣ୍ଡିରେ 100 ଆସନ ବିଶିଷ୍ଟ ସରକାରୀ ମେଡିକାଲ କଲେଜର ନିର୍ମାଣ କାମ ଖୁବ୍‌ ଶୀଘ୍ର ଶେଷ ହେବାକୁ ଯାଉଛି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

Last Updated : Nov 8, 2021, 4:39 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.