ଭୁବନେଶ୍ବର: ପରଲୋକରେ ବିଶିଷ୍ଟ ସାହିତ୍ୟିକ, ଶିକ୍ଷାବିତ ତଥା ଜଗନ୍ନାଥ ସଂସ୍କୃତି ପ୍ରଚାରକ ପଦ୍ମଶ୍ରୀ ରଜତ କର । ଆଜି (ସୋମବାର) ହେବ ପଦ୍ମଶ୍ରୀ ରଜତ କରଙ୍କ ଶେଷକୃତ୍ୟ । ରାଷ୍ଟ୍ରୀୟ ସମ୍ମାନର ସହ ପୁରୀ ସ୍ବର୍ଗଦ୍ବାରରେ ସମ୍ପନ୍ନ ହେବ ଶେଷକୃତ୍ୟ । ତାଙ୍କ ବିୟୋଗ ନେଇ ଶୋକ ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଟ୍ବିଟ୍ରେ ଲେଖିଚନ୍ତି, "ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ବିଶିଷ୍ଟ ସାହିତ୍ୟିକ ତଥା ଜଗନ୍ନାଥ ସଂସ୍କୃତି ଗବେଷକ ରଜତ କୁମାର କରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ ।"
-
ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ବିଶିଷ୍ଟ ସାହିତ୍ୟିକ ତଥା ଜଗନ୍ନାଥ ସଂସ୍କୃତି ଗବେଷକ ରଜତ କୁମାର କରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଆ କଳା, ସଂସ୍କୃତି ଓ ସାହିତ୍ୟର ସୁରକ୍ଷାରେ ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଉଛି।
— Naveen Patnaik (@Naveen_Odisha) May 8, 2022 " class="align-text-top noRightClick twitterSection" data="
">ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ବିଶିଷ୍ଟ ସାହିତ୍ୟିକ ତଥା ଜଗନ୍ନାଥ ସଂସ୍କୃତି ଗବେଷକ ରଜତ କୁମାର କରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଆ କଳା, ସଂସ୍କୃତି ଓ ସାହିତ୍ୟର ସୁରକ୍ଷାରେ ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଉଛି।
— Naveen Patnaik (@Naveen_Odisha) May 8, 2022ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ବିଶିଷ୍ଟ ସାହିତ୍ୟିକ ତଥା ଜଗନ୍ନାଥ ସଂସ୍କୃତି ଗବେଷକ ରଜତ କୁମାର କରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଆ କଳା, ସଂସ୍କୃତି ଓ ସାହିତ୍ୟର ସୁରକ୍ଷାରେ ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଉଛି।
— Naveen Patnaik (@Naveen_Odisha) May 8, 2022
"ଓଡ଼ିଆ କଳା, ସଂସ୍କୃତି ଓ ସାହିତ୍ୟର ସୁରକ୍ଷାରେ ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ ରହିବ । ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଉଛି ।" ରବିବାର ଦିନ 89 ବର୍ଷ ବୟସରେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ହୃଦଘାତରେ ଏହ ବିଶିଷ୍ଟ ଜନନାୟକଙ୍କ ପରଲୋକ ଘଟିଛି ।
ଟିଭି ଏବଂ ରେଡିଓରେ ରଥଯାତ୍ରା ଧାରା ବିବରଣୀ ଦେଇ ଘରେ ଘରେ ସେ ପରିଚିତ ଥିଲେ । ତାଙ୍କ ବିୟୋଗ ସାହିତ୍ୟ ଜଗତ ପାଇଁ ଏକ ଅପୂରଣୀୟ କ୍ଷତି । ଶିକ୍ଷା ଓ ସାହିତ୍ୟରେ ଅତୁଳୀନୟ ଅବଦାନ ପାଇଁ ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଥିଲା । ୨୦୨୧ ମସିହାରେ ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଥିଲା ।
ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ