ETV Bharat / city

ଦେବଗଡ଼ରେ BSKYର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଉପକୃତ ହେବେ ୨ ଲକ୍ଷ ୭୦ ହଜାର ଲୋକ - smart health card

ଦେବଗଡ ଜିଲ୍ଲାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨ ଲକ୍ଷ ୭୦ ହଜାର ଲୋକ ହେବେ ଉପକୃତ । ଅଧିକ ପଢନ୍ତୁ...

ଦେବଗଡ଼ରେ BSKY ସ୍ମାର୍ଟ ହେଲ୍‌ଥ କାର୍ଡ ବାଣ୍ଟିଲେ ସିଏମ; ଉପକୃତ ହେବେ ୨ ଲକ୍ଷ ୭୦ ହଜାର ଲୋକ

author img

By

Published : Oct 9, 2021, 1:49 PM IST

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦେବଗଡ ଜିଲ୍ଲା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଜିଲ୍ଲାର ୨ ଲକ୍ଷ ୭୦ ହଜାର ଲୋକ ଏହି ସୁବିଧା ପାଇବେ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଦେବଗଡ ଜିଲ୍ଲାର ପ୍ରାକୃତିକ ସୌନ୍ଦର୍ଯ୍ୟ ଅତି ମନୋରମ । ଏହା ଓଡିଶା ପାଇଁ ପ୍ରକୃତିର ଏକ ବରଦାନ । ପ୍ରଶାସନକୁ ଲୋକଙ୍କ ନିକଟକୁ ନେବା ପାଇଁ ବିଜୁ ବାବୁ ଏହାକୁ ଏକ ସ୍ବତନ୍ତ୍ର ଜିଲ୍ଲା କରିଥିଲେ । ବିଜୁବାବୁଙ୍କ ମହାନ ଉଦ୍ଦେଶ୍ୟକୁ ଆଖିରେ ରଖି ରାଜ୍ୟ ସରକାର ଦେବଗଡରେ ବିକାଶ କାର୍ଯ୍ୟକ୍ରମକୁ ତ୍ବରାନ୍ବିତ କରିବା ପାଇଁ ପଦକ୍ଷେପ ନେଉଛନ୍ତି ।

ଦେବଗଡ଼ରେ BSKY ସ୍ମାର୍ଟ ହେଲ୍‌ଥ କାର୍ଡ ବାଣ୍ଟିଲେ ସିଏମ; ଉପକୃତ ହେବେ ୨ ଲକ୍ଷ ୭୦ ହଜାର ଲୋକ

ରାଜ୍ୟ ସରକାରଙ୍କ ବିଭିନ୍ନ ବିକାଶ ଓ କଲ୍ୟାଣ କାର୍ଯ୍ୟକ୍ରମ ବିଶେଷ କରି ସ୍ବାସ୍ଥ୍ୟ ସେବାର ଉନ୍ନତି ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ସମ୍ପନ୍ନ ଯୋଜନା ଦେଶରେ ଓଡ଼ିଶାର ସମ୍ମାନ ବଢ଼ାଇଛି । କାର୍ଯ୍ୟକ୍ରମରେ ଯୋଗ ଦେଇ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ, ଶକ୍ତି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଏପରି କହିଛନ୍ତି । ବିଧାୟକ ସୁବାସ ପାଣିଗ୍ରାହୀ ଏହି smart health card ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବା ସହ ଜିଲ୍ଲାର ସମସ୍ୟା ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିଛନ୍ତି । ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂହ ଧନ୍ୟବାଦ ଅର୍ପଣ କରିଛନ୍ତି ।

ପ୍ରାୟ 11 ହଜାର ପାଇଲେଣି କୋଡ଼ିଏ କୋଟି ଟଙ୍କାର ସ୍ବାସ୍ଥ୍ୟ ସେବା ସୁବିଧା:

ମାଲକାନଗିରି, ସୁନ୍ଦରଗଡ, ବଲାଙ୍ଗୀର, ଗଜପତି ଏବଂ ପୁରୀରେ BSKY ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନ ଆରମ୍ଭ ହୋଇଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୦ ଲକ୍ଷ ଲୋକ ଏହି ସ୍ମାର୍ଟ ହେଲ୍‌ଥ କାର୍ଡ ପାଇଛନ୍ତି । ସେମାନଙ୍କ ମଧ୍ୟରୁ ୧୦,୬୫୭ ଜଣ ହିତାଧିକାରୀ ବିଭିନ୍ନ ଘରୋଇ ଡାକ୍ତରଖାନାରେ କୋଡ଼ିଏ କୋଟି ଟଙ୍କାର ସ୍ବାସ୍ଥ୍ୟ ସୁବିଧା ପାଇଛନ୍ତି । ହିତାଧିକାରୀମାନେ ବିନା ଖର୍ଚ୍ଚରେ ଉନ୍ନତ ସ୍ବାସ୍ଥ୍ୟ ସେବା ପାଉଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.