ETV Bharat / city

ରାଜ୍ୟବାସୀଙ୍କୁ ପବିତ୍ର ଜନ୍ମାଷ୍ଟମୀ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ - ଜନ୍ମାଷ୍ଟମୀ ଶୁଭେଚ୍ଛା

ଆଜି ପବିତ୍ର ଜନ୍ମାଷ୍ଟମୀ । ଭଗବାନ କୃଷ୍ଣଙ୍କ ଜନ୍ମଦିନରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ଗଣେଶୀ ଲାଲ୍‌ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅଧିକ ପଢନ୍ତୁ

ଜନ୍ମାଷ୍ଟମୀ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଜନ୍ମାଷ୍ଟମୀ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
author img

By

Published : Aug 18, 2022, 11:52 AM IST

ଭୁବନେଶ୍ବର: ଆଜି ପବିତ୍ର ଜନ୍ମାଷ୍ଟମୀ । ନଟଖଟ ନନ୍ଦଲାଲ କଳା କହ୍ନେଇ ଭଗବାନ ଶ୍ରୀକୃଷ୍ଣଙ୍କର ଆଜି ଜନ୍ମଦିନ । ଏହି ଅବସରରେ ରାଜ୍ୟବାସୀଙ୍କୁ ଟ୍ବିଟ କରି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ଗଣେଶୀ ଲାଲ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଟ୍ବିଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ''ପବିତ୍ର ଜନ୍ମାଷ୍ଟମୀ ଉପଲକ୍ଷେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଜଣାଉଛି । ପ୍ରଭୁ ଶ୍ରୀକୃଷ୍ଣଙ୍କ ଅପାର କରୁଣା ଓ ଆଶୀର୍ବାଦରୁ ପ୍ରତିଟି ଜୀବନ ସୁଖ, ସମୃଦ୍ଧିରେ ପରିପୂର୍ଣ୍ଣ ହେଉ ।''

  • ପବିତ୍ର ଜନ୍ମାଷ୍ଟମୀ ଉପଲକ୍ଷେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଜଣାଉଛି। ପ୍ରଭୁ ଶ୍ରୀକୃଷ୍ଣଙ୍କ ଅପାର କରୁଣା ଓ ଆଶୀର୍ବାଦରୁ ପ୍ରତିଟି ଜୀବନ ସୁଖ, ସମୃଦ୍ଧିରେ ପରିପୂର୍ଣ୍ଣ ହେଉ। #Janmashtami pic.twitter.com/xRpBpZ79AP

    — Naveen Patnaik (@Naveen_Odisha) August 18, 2022 " class="align-text-top noRightClick twitterSection" data=" ">

ଏହା ବି ପଢନ୍ତୁ...ଆଜି ପବିତ୍ର ଜନ୍ମାଷ୍ଟମୀ, କୃଷ୍ଣ ପ୍ରେମରେ ବିଭୋର ଭକ୍ତ

ସେହିପରି ରାଜ୍ୟପାଳ ଗଣେଶୀ ଲାଲ୍‌ ଟ୍ବିଟ କରି ଏହି ପବିତ୍ର ଦିନରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ କହିଛନ୍ତି, ''ଜନ୍ମାଷ୍ଟମୀ ଉପଲକ୍ଷେ ସମସ୍ତଙ୍କୁ ଶୁଭେଚ୍ଛା । ଭଗବାନ ଶ୍ରୀକୃଷ୍ଣ ସମସ୍ତଙ୍କ ଜୀବନରେ ସୁଖ ସମୃଦ୍ଧି ଭରି ଦିଅନ୍ତୁ ।'' କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଏହି ପବିତ୍ର ଦିନରେ ଶୁଭେଚ୍ଛା ଜଣାଇଛନ୍ତି । ଟ୍ବିଟ କରି ପବିତ୍ର ଜନ୍ମାଷ୍ଟମୀ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭକାମନା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ।

ପୁରାଣ ବର୍ଣ୍ଣିତ ତଥ୍ୟ ଅନୁଯାୟୀ, ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ରୋହିଣୀ ନକ୍ଷତ୍ରରେ ଧରାଧାମରେ ଜନ୍ମନେଇଥିଲେ ଶ୍ରୀକୃଷ୍ଣ । କାରାଗାରରେ ବନ୍ଦୀ ଥିବା ମାତା ଦେବକୀଙ୍କ କୋଳରେ ଜନ୍ମ ନେବେ ଭଗବାନ କୃଷ୍ଣ । ଫଳରେ ଶ୍ରୀକୃଷ୍ଣଙ୍କ ଜନ୍ମଦିନକୁ ପବିତ୍ର ଜନ୍ମାଷ୍ଟମୀ ଭାବେ ପାଳନପାଇଁ ଉତ୍ସବମୁଖର ହୋଇଛି ପୁରପଲ୍ଲୀ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.