ଭୁବନେଶ୍ବର: ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ । ପୁଣ୍ୟମାସରେ ହବିଷ୍ୟାଳିମାନଙ୍କର କାର୍ତ୍ତିକ ବ୍ରତ ଆରମ୍ଭ ହୋଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ହବିଷ୍ୟାଳି ମାଆ ମାନଙ୍କ ପାଇଁ ପୁରୀରେ ବୃନ୍ଦାବତୀ ନିବାସ ଲୋକାର୍ପିତ କରିଛନ୍ତି । ମୁଖ୍ୟମନ୍ତ୍ରୀ ସବୁ ହବିଷ୍ୟାଳି ମା ମାନଙ୍କୁ ସ୍ବାଗତ କରି ସମସ୍ତଙ୍କୁ ଗୋଟିଏ ଗୋଟିଏ ଶାଲ୍ ଉପହାର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, "ମାଆମାନେ ଶାନ୍ତି ଓ ଆନନ୍ଦରେ କାର୍ତ୍ତିକ ବ୍ରତ ପାଳନ କରିବେ । ମୁଁ ମାଆମାନଙ୍କ ସହ ପରିବାର ତଥା ସାରା ଓଡିଶାବାସୀଙ୍କ ପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ କାମନା କରୁଛି ।"
ଏହା ମଧ୍ୟ ପଢନ୍ତୁ: ଅଗ୍ନିବୀରରେ ସାମଲ ହେବେ ଗଜପତି ଆଶାୟୀ, ଚାଲିଛି ଟ୍ରେନିଂ
ଏହି ଅବସରରେ ୩ ଜଣ ହବିଷ୍ୟାଳି ମାଆ ଗଞ୍ଜାମର ଉର୍ମିଳା ପଟ୍ଟନାୟକ, ମୟୁରଭଞ୍ଜର ସାବିତ୍ରୀ ବିନ୍ଧାଣି ଓ ପୁରୀର ଡ଼ଲିମଣି ନାଇଡ଼ୁ ସେମାନଙ୍କ ଏହି ନୂଆ ସୁବିଧା ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି । ସେମାନେ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ଆମ ପାଇଁ ସବୁ ସୁବିଧା କରିଛନ୍ତି । ରହିବା, ଶୋଇବା, ଖାଇବା କୌଣସିରେ ଅସୁବିଧା ନାହିଁ । ଏହି ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ, କ୍ରୀଡା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା ଓ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଅଶ୍ବିନୀ ପାତ୍ର ଓ ସାଂସଦ ପିନାକୀ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।
ଏହା ମଧ୍ୟ ପଢନ୍ତୁ: କାର୍ତ୍ତିକ ବ୍ରତ ଆରମ୍ଭ, ଶ୍ରୀକ୍ଷେତ୍ରରେ 3 ହଜାର ହବିଷ୍ୟାଳିଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା
ମନ୍ତ୍ରୀମାନେ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ସବୁବେଳେ ଓଡିଶାବାସୀଙ୍କ କଲ୍ୟାଣ ପାଇଁ କାମ କରିଆସିଛନ୍ତି । ଆଜି ମାଆମାନଙ୍କ ମନ କଥା ଜାଣି ସେ ପୁରୀରେ କାର୍ତ୍ତିକ ବ୍ରତ ପାଳନ ପାଇଁ ବୃନ୍ଦାବତୀ ନିବାସ ଉଦ୍ଘାଟନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା 5ଟି ସଚିବ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ପରିଚାଳନା କରିଛନ୍ତି ।" ପୁରୀ ବିଧାୟକ, ଜିଲ୍ଲା ପରିଷଦ ଅଧ୍ୟକ୍ଷ, ପରିଚାଳନା କମିଟିର ସଦସ୍ୟଗଣ ଓ ଅନ୍ୟ ବରିଷ୍ଠ ବ୍ୟକ୍ତିମାନେ ଯୋଗ ଦେଇଛନ୍ତି । ପୁରୀ ଜିଲ୍ଲାପାଳ ସ୍ବାଗତ ଭାଷଣ ଦେଇଥିବାବେଳେ ଅତିରିକ୍ତି ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଛନ୍ତି ।
ଇଟିଭି ଭାରତ, ଭୁବନେଶ୍ବର