ETV Bharat / city

5ଟି ଜିଲ୍ଲାର ୧୪୨ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ - ସ୍ମାର୍ଟ ସ୍କୁଲ

ସ୍କୁଲ ରୂପାନ୍ତର ସପ୍ତାହ ଶୁଭାରମ୍ଭ । ପ୍ରଥମ ଦିନରେ ୫ଟି ଜିଲ୍ଲାର ୧୪୨ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ । ଅଧିକ ପଢନ୍ତୁ....

୫ଟି ଜିଲ୍ଲାର ୧୪୨ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

author img

By

Published : Nov 11, 2021, 10:33 PM IST

ଭୁବନେଶ୍ବର: ଆଜିଠାରୁ ଆରମ୍ଭ ହେଲା ସ୍କୁଲ ରୂପାନ୍ତର ପର୍ବ । ୫-ଟି School Transformation କାର୍ଯ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୩୦ଟି ଜିଲ୍ଲାର ୧୦୭୫ଟି ସ୍କୁଲର ରୂପାନ୍ତର କାର୍ଯ୍ୟ ଶେଷ ହୋଇଛି ।

ସାତ ଦିନ ଧରି ଏହି ରୂପାନ୍ତରିତ କାର୍ଯ୍ୟକ୍ରମ ଚାଲିବ । ଏହି ପର୍ବର ପ୍ରଥମ ଦିନରେ ଆଜି ସୁନ୍ଦରଗଡ, କଟକ, ନବରଙ୍ଗପୁର, କନ୍ଧମାଳ ଓ ବାଲେଶ୍ବର ଆଦି ୫ଟି ଜିଲ୍ଲାର ୧୪୨ଟି ରୂପାନ୍ତର ସ୍କୁଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି(ଗୁରୁବାର) ଲୋକାର୍ପିତ କରିଛନ୍ତି ।

ଏଥିରେ ସୁନ୍ଦରଗଡର ୬୭ଟି, କଟକର ୩୦ଟି, ବାଲେଶ୍ବରର ୨୩ଟି, ନବରଙ୍ଗପୁରର ୨୨ଟି ଓ କନ୍ଧମାଳର ୧୦ଟି ସ୍କୁଲ ରହିଛି । ପୂର୍ବରୁ ଗତ ଅଗଷ୍ଟରେ ହିଞ୍ଜିଳିର ପଚାଶଟି ରୂପାନ୍ତରିତ ସ୍କୁଲର ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍କୁଲରେ ତିଆରି ହୁଏ ଦେଶର ଭବିଷ୍ୟତ । ଜାତିର ଭବିଷ୍ୟତ । ପିଲାମାନେ ଆମ ଜନସଂଖ୍ୟାରେ ଏକ ତୃତୀୟାଂଶ ହେଲେ ବି ସେମାନେ ଆମର ପୁରା ଭବିଷ୍ୟତ । ସ୍କୁଲ ସମୟ ପିଲାମାନଙ୍କ ଜୀବନର ସବୁଠାରୁ ଗୁରୁତ୍ବପୂର୍ଣ୍ଣ ସମୟ । ଏ ସମୟରେ ପିଲାମାନଙ୍କୁ ସେମାନଙ୍କର ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିବା ଆମର ଦାୟିତ୍ବ । “ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ । ପାଠ ସହ କ୍ରୀଡା, ସଙ୍ଗୀତ ସବୁ କ୍ଷେତ୍ରରେ ଓଡିଶାର ଗୌରବ ବଢାନ୍ତୁ ।

ନୂଆ ନୂଆ ଟେକ୍ନୋଲୋଜି (technology) ବିଷୟରେ ଜାଣନ୍ତୁ । ବଡ ବଡ ସ୍ବପ୍ନ ଦେଖନ୍ତୁ । ଜୀବନର ସବୁ ଚ୍ୟାଲେଞ୍ଜକୁ ସାମ୍ନା କରିବା ପାଇଁ ଆତ୍ମବିଶ୍ବାସର ସହ ଆଗକୁ ବଢନ୍ତୁ । ଏହା ହିଁ ହେଉଛି ସ୍କୁଲ ରୂପାନ୍ତରର ଲକ୍ଷ୍ୟ ବୋଲି ନବୀନ କହିଛନ୍ତି । ” ଓଡିଶାର ଶିକ୍ଷା ବିକାଶ କ୍ଷେତ୍ରରେ ଆଜି ଦିନଟି ସବୁବେଳେ ସ୍ବତନ୍ତ୍ର ହୋଇରହିବ । ମୁଁ ବହୁତ ଖୁସି ଯେ 5-T ରୂପାନ୍ତରିତ କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟରେ ରୂପାନ୍ତର ହୋଇଥିବା 1025 ହାଇସ୍କୁଲର ଲୋକାର୍ପଣ ଉତ୍ସବ ଆରମ୍ଭ କରାଗଲା । ୨୪ ନଭେମ୍ବର ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଜାରି ରହିବ ।

୫ଟି ନୀତି ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍କୁଲ ରୂପାନ୍ତର ହେଉଛି ଆମର 5-ଟି କାର୍ଯ୍ୟକ୍ରମର ଶ୍ରେଷ୍ଠ ଉଦାହରଣ । ୫-ଟି ହେଲା ଟେକ୍ନୋଲେଜି, ଟିମ୍ ୱାର୍କ, ଟାଇମ, ଟ୍ରାନ୍ସପାରେନ୍ସି ଓ ଟ୍ରାନ୍ସଫରମେସନ୍ । ଏହା ହିଁ ରୂପାନ୍ତରକୁ ସମ୍ଭବ କରିପାରିଛି । ଟେକ୍ନୋଲୋଜି ଆମକୁ ସ୍ମାର୍ଟ କ୍ଲାସ୍‌ରୁମ୍, ଇ-ଲାଇବ୍ରେରୀ, କମ୍ପ୍ୟୁଟର ଓ ଆଧୁନିକ ଲାବୋରେଟୋରୀର ସୁବିଧା ଦେଇଛି । ସେହିପରି ଆମ ସମସ୍ତଙ୍କ ମିଳିତ ଉଦ୍ୟମ ହେଉଛି ଟିମ୍‌ ୱାର୍କ । ତୃତୀୟ ନୀତି ହେଉଛି ଟାଇମ୍‌ ବା ସମୟ । ନଭେମ୍ବର ୧୪ ସୁଦ୍ଧା ୧୦୭୨ଟି ସ୍କୁଲର ରୂପାନ୍ତର କାମ ସାରିବା ପାଇଁ ମୁଁ ନିର୍ଦ୍ଦେଶ ଦେଇଥିଲି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଆପଣମାନଙ୍କ ସମସ୍ତଙ୍କ ନିଷ୍ଠା ଓ ପରିଶ୍ରମ ଦ୍ବାରା ଏହା ଠିକ୍‌ ସମୟରେ ଶେଷ ହୋଇପାରିଛି ।

ଚତୁର୍ଥ ନୀତି ହେଉଛି ଟ୍ରାନ୍ସପାରେନ୍ସି ବା ସ୍ବଚ୍ଛତା । ସ୍କୁଲ ଗୁଡିକରେ ଯାହା କିଛି ପରିବର୍ତ୍ତନ ହୋଇଛି । ତାହା ଅଞ୍ଚଳର ଲୋକମାନଙ୍କ ସହିତ ଆଲୋଚନା କରି କରାଯାଇଛି । ସ୍ବଚ୍ଛତା ହେଉଛି ୫-ଟିର ସବୁଠାରୁ ବଡ ଶକ୍ତି । ଏସବୁ ଆଣିଛି ରୂପାନ୍ତର । ଯାହାକୁ ଆମେ ସମସ୍ତେ ଦେଖିପାରୁଛୁ ଓ ଅନୁଭବ ମଧ୍ୟ କରିପାରୁଛୁ । ଗାଁ ଓ ସହରର ସ୍କୁଲ ମଧ୍ୟରେ ଥିବା ପାର୍ଥକ୍ୟ ଦୂର ହେବ । ଏ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସହର ଓ ଗାଁ ର ସ୍କୁଲମାନଙ୍କ ଭିତରେ ଥିବା ତଫାତକୁ ଦୂର କରିଛି । ଗାଁର ସ୍କୁଲରେ ଆଜି ସହରର ଭଲ ଭଲ ବେସରକାରୀ ସ୍କୁଲର ପରିବେଶ ସୃଷ୍ଟି ହୋଇଛି । ଆଉ ଗୋଟିଏ ଗୁରୁତ୍ବପୂର୍ଣ୍ଣ କଥା ହେଲା ସରକାରୀ ସ୍କୁଲରେ ପଢୁଥିବା ପିଲାମାନଙ୍କ ଡାକ୍ତର, ଇଞ୍ଜିନିୟର ହେବାର ସ୍ବପ୍ନ ଯେପରି ସାକାର ହୋଇପାରିବ । ସେଥିପାଇଁ ରାଜ୍ୟ ସରକାର ୧୫ ପ୍ରତିଶତ ଆସନ ସଂରକ୍ଷିତ କରିଛନ୍ତି ।

ପିଲାମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମାତୃଭୂମି ଓ ପରିବାର ପରେ ସ୍କୁଲ ହେଉଛି ଆମର ସବୁଠାରୁ ବଡ ପରିଚୟ । ମୋର ପୁରା ବିଶ୍ବାସ, ତୁମେ ମାନେ ଭଲ ପାଠ ପଢି ଭଲ କାମ କରିବ । ଏ ପରିଚୟକୁ ରାଜ୍ୟର ଗୌରବରେ ପରିଣତ କରିପାରିବ । ଏହି କାର୍ଯ୍ୟକ୍ରମରେ ୫ଟି ଜିଲ୍ଲାର ଛାତ୍ରଛାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ବିଦ୍ୟାଳୟ ରୂପାନ୍ତର ସମ୍ପର୍କରେ ନିଜର ମନ କଥା କହିଥିଲେ । ସୁନ୍ଦରଗଡର ଛାତ୍ରୀ ସିରିନ୍‌ କୌସର୍‌, ନବରଙ୍ଗପୁରର ନାଗେଶ୍ବରୀ ପାଣିଗ୍ରାହୀ, ବାଲେଶ୍ବରର ଅଭିଲିପ୍‌ସା ଲେଙ୍କା, କନ୍ଧମାଳର ଇତିଶ୍ରୀ କହଁର ଓ କଟକର ଗାୟତ୍ରୀ ସାହୁ ପ୍ରମୁଖ ଛାତ୍ରଛାତ୍ରୀ ଆଲୋଚନାରେ ଭାଗ ନେଇଥିଲେ ।

ସ୍କୁଲ ପରିବେଶ ଓ ଶିକ୍ଷା ସୁବିଧାର ପରିବର୍ତ୍ତନରେ ସେମାନେ ଖୁସି । ଆଗ ଅପେକ୍ଷା ସ୍କୁଲ ବହୁତ ଭଲ ଲାଗୁଛି ବୋଲି ସେମାନେ କହିଛନ୍ତି । ମୁଖ୍ୟମନ୍ତ୍ରୀ ସେମାନେ ଭବିଷ୍ୟତରେ କଣ ହେବାକୁ ଚାହାନ୍ତି ବୋଲି ପଚାରିବାରୁ ସେମାନେ ଉତ୍ସାହିତ ହୋଇ ଆଇଏଏସ ଅଫିସର,ଅଇପିଏସ ,ବୈଜ୍ଞାନିକ, ଡାକ୍ତର ଓ ଇଞ୍ଜିନିୟର ହେବେ ବୋଲି କହିଛନ୍ତି । ଏହି କାର୍ଯ୍ୟକ୍ରମରେ ସୁନ୍ଦରଗଡରେ ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ସାରଦା ପ୍ରସାଦ ନାୟକ, ନବରଙ୍ଗପୁରର ସାଂସଦ ରମେଶ ଚନ୍ଦ୍ର ମାଝୀ, ବାଲେଶ୍ବରରେ ପର୍ଯ୍ୟଟନ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, କନ୍ଧମାଳରେ ସାଂସଦ ଅଚ୍ୟୁତାନନ୍ଦ ସାମନ୍ତ ଏବଂ କଟକରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଓ ଜିଲ୍ଲାର ବିଧାୟକ ମାନେ ଯୋଗ ଦେଇ ବିଦ୍ୟାଳୟ ରୂପାନ୍ତର କାର୍ଯ୍ୟକ୍ରମର ଉଚ୍ଚ ପ୍ରଶଂସା କରିଛନ୍ତି ।

ଶିକ୍ଷା କ୍ଷେତ୍ରରେ ଏହା ଏକ ବୈପ୍ଳବିକ ପରିବର୍ତ୍ତନ ଆଣିବ । ସେମାନେ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶିତାର ପ୍ରଶଂସା କରିଛନ୍ତି । କାର୍ଯ୍ୟକ୍ରମରେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସମ୍ପର୍କରେ ଭିଡିଓ ଚଳଚ୍ଚିତ୍ର ପ୍ରଦର୍ଶନ କରାଯାଇଛି । କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା 5ଟି ସଚିବ ଭି.କେ. ପାଣ୍ଡିଆନ ପରିଚାଳନା କରିଛନ୍ତି । ମୋ ସ୍କୁଲ କାର୍ଯ୍ୟକ୍ରମର ଅଧ୍ୟକ୍ଷା ସୁସ୍ମିତା ବାଗ୍‌ଚୀ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବମାନେ ଉପସ୍ଥିତ ଥିଲେ । ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ସତ୍ୟବ୍ରତ ସାହୁ ସ୍ବାଗତ ଭାଷଣ ଦେଇଥିଲେ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.