ETV Bharat / city

ପିତୃ ଦିବସରେ ଅନାଥଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ‘ଆଶୀର୍ବାଦ'

ଶିଶୁ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନୂଆ ଯୋଜନା 'ଆଶୀର୍ବାଦ' । ଗତ ଏପ୍ରିଲ ପହିଲା 2020ରୁ ଉଭୟ ବାପା, ମା’ ବା ପରିବାରର ମୁଖ୍ୟ ଉପାର୍ଜନକାରୀଙ୍କୁ ହରାଇଥିବା ପିଲାମାନଙ୍କ ପାଇଁ ଆରମ୍ଭ ହୋଇଛି ନୂଆ ଯୋଜନା ଆଶୀର୍ବାଦ ।

Ashirbad Yojana luched in odisha by cm naveen pattnayak
ଶିଶୁ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନୂଆ ଯୋଜନା 'ଆଶୀର୍ବାଦ'
author img

By

Published : Jun 20, 2021, 1:09 PM IST

Updated : Jun 20, 2021, 9:52 PM IST

ଭୁବନେଶ୍ବର: ଶିଶୁ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନୂଆ ଯୋଜନା 'ଆଶୀର୍ବାଦ' । ଗତ ଏପ୍ରଲ ପହିଲା 2020ରୁ ଉଭୟ ବାପା, ମା ବା ପରିବାରର ମୁଖ୍ୟ ଉପାର୍ଜନକାରୀଙ୍କୁ ହରାଇଥିବା ପିଲାମାନଙ୍କ ପାଇଁ ଆରମ୍ଭ ହୋଇଛି ନୂଆ ଯୋଜନା ଆଶୀର୍ବାଦ । ସେମାନଙ୍କ ଶିକ୍ଷାଦୀକ୍ଷା ଭରଣପୋଷଣ ତଥା ଯତ୍ନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆରମ୍ଭ କରିଛନ୍ତି ଏହି ନୂଆ ଯୋଜନା ଆଶୀର୍ବାଦ ।

ପିତୃ ଦିବସରେ ଅନାଥଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ‘ଆଶୀର୍ବାଦ'

ଏହି ଯୋଜନା ପାଇଁ ଯୋଗ୍ୟ ପିଲାମାନଙ୍କୁ ତିନୋଟି ବର୍ଗରେ ବିଭକ୍ତ କରାଯାଇଛି । ବାପା, ମା ଉଭୟଙ୍କୁ ହରାଇ ଥିବା ପିଲା, ସିଙ୍ଗଲ ପ୍ୟାରେଣ୍ଟଙ୍କୁ ହରାଇ ଥିବା ପିଲା ଏବଂ ଉପାର୍ଜନକାରୀ ବାପା ବା ମାଙ୍କ ମଧ୍ୟରୁ ଜଣକୁ ହରାଇଥିବା ପିଲା । ସମାଜର ସ୍ଵତନ୍ତ୍ର ଯତ୍ନ ଆବଶ୍ୟକ କରୁଥିବା ଏହି ପିଲମାନଙ୍କ ସର୍ବାଙ୍ଗୀନ ବିକାଶ ପାଇଁ ଏକ ନିରାପଦ ପରିବେଶ ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଆଶୀର୍ବାଦ ଯୋଜନାରେ ଏହି ସ୍ବତନ୍ତ୍ର ଯତ୍ନ ଆବଶ୍ୟକ କରୁଥିବା ପିଲାମାନେ ସେମାନଙ୍କ ପରିବାର ଓ ଆତ୍ମୀୟ ସ୍ବଜନ ମାନଙ୍କ ଗହଣରେ ହିଁ ରହିବେ । ସେମାନଙ୍କ ଦାୟିତ୍ବ ନେଉଥିବା ଅଭିଭାବକମାନେ ଯେପରି ଠିକ୍ ଭାବରେ ଏ ପିଲାଙ୍କ ଯତ୍ନ ନେଇପାରିବେ ସେଥିପାଇଁ ସେମାନଙ୍କୁ ଉତ୍ସାହିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଆଶୀର୍ବାଦ ଯୋଜନା ଅନୁଯାୟୀ ବାପା ମା’ ଉଭୟଙ୍କୁ ହରାଇ ଅସୁବିଧା ମଧ୍ୟରେ ଥିବା ପିଲାମାନଙ୍କ ଦାୟିତ୍ବ ନେଇ ଥିବା ଆତ୍ମୀୟଙ୍କ ବ୍ୟାଙ୍କ ଖାତାରେ ପିଲାର ଭରଣପୋଷଣ ଶିକ୍ଷା ଓ ସ୍ବାସ୍ଥ୍ୟ ପାଇଁ ମାସିକ 2500 ଟଙ୍କା electronically ଜମା କରାଯିବ । ପିଲାଙ୍କୁ 18ବର୍ଷ ହେବା ପର୍ଯନ୍ତ ଏହି ସହାୟତା ଜାରି ରହିବ । ତା ପୂର୍ବରୁ ଯଦି ପିଲାକୁ କେହି ପୋଷ୍ୟ ଭାବରେ ଗ୍ରହଣ କରେ ତେବେ ଆଉ ସହାୟତା ଦିଆଯିବ ନାହିଁ ।

ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ବୀମା ଯୋଜନା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଏହି ପିଲାମାନେ ମାଗଣା ଚିକିତ୍ସା ସୁବିଧା ପାଇପାରିବେ । ଏହି ସ୍ବତନ୍ତ୍ର ଯତ୍ନ ଆବଶ୍ୟକ କରୁଥିବା ପିଲାମାନଙ୍କୁ ଜାତୀୟ ବା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ କରାଯିବ । ବାପା ମାଙ୍କ ମୃତ୍ୟୁ ପୂର୍ବରୁ ପିଲା ଯେଉଁ ସ୍କୁଲରେ ପଢୁଥିଲେ ସେହି ସ୍କୁଲରେ ପଢ଼ା ଜାରି ରଖିପାରିବେ । ତାଙ୍କ ଦାୟିତ୍ବ ନେଇ ଥିବା ଆତ୍ମୀୟ ଅନ୍ୟ ସ୍ଥାନରେ ରହୁଥାନ୍ତି, ତେବେ ସେଠାରେ ପିଲାର ପଢ଼ିବା ବ୍ୟବସ୍ଥା କରାଯିବ । ଯଦି ଆବଶ୍ୟକ ପଡେ ତେବେ ଆଦର୍ଶ ବିଦ୍ୟାଳୟ , କେନ୍ଦ୍ରୀୟ ବିଦ୍ୟାଳୟ ବା ସେହି ମାନର ବିଦ୍ୟାଳୟରେ ପିଲା ପଢ଼ିବା ପାଇଁ ସାହାଯ୍ୟ ମଧ୍ୟ କରାଯିବ । ପିଲାଙ୍କ ଦାୟିତ୍ବ ନେଇଥିବା ଆତ୍ମୀୟ ଯଦି ଚାହିଁବେ ତେବେ ପିଲାକୁ ଅନ୍ୟ ସ୍କୁଲରେ ପଢାଇବା ପାଇଁ ଶିଷା ଅଧିକାର ଆଇନ ଅନୁସାରେ ଜିଲ୍ଲାପାଳ ସହଯୋଗ ଯୋଗାଇ ଦେବେ ।

ଉଚ୍ଚ ଶିଷା ପାଇଁ ପିଲାକୁ ରାଜ୍ୟ ସରକାରଙ୍କ Green passage ଯୋଜନାରେ ସହଯୋଗ ଯୋଗାଇ ଦିଆଯିବ । ଦାୟିତ୍ୱ ନେଇ ଥିବା ଆତ୍ମୀୟ ଯଦି ପ୍ରଧାନମନ୍ତ୍ରୀ ଆବାସ ଯୋଜନା ବା ବିଜୁ ପକ୍କା ଘର ପାଇଁ ଯୋଗ୍ୟ ହୋଇଥାନ୍ତି ତେବେ ପିଲାର ମଙ୍ଗଳକୁ ଦୃଷ୍ଟିରେ ରଖି ତାଙ୍କୁ out of turnରେ ଘର ମଞ୍ଜୁର କରାଯିବ । ଏହି ପିଲାଙ୍କ ଯତ୍ନ ନେଉଥିବା ଆତ୍ମୀୟ ଯଦି ଅନ୍ୟ କୌଣସି ସରକାରୀ ଯୋଜନା ପାଇଁ ଯୋଗ୍ୟ ହୋଇଥାନ୍ତି । ତେବେ out of turnରେ ତାଙ୍କୁ ସେ ସୁବିଧା ଯୋଗାଇ ଦିଆଯିବ । ପିଲାଙ୍କ ସମ୍ପତ୍ତିର ସୁରକ୍ଷା ପାଇଁ ଶିଶୁ ମଙ୍ଗଳ ସମିତି ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ, ତହସିଲଦାର ଓ ପୋଲିସ ସହ ସମନ୍ବୟ ରଖି ଆବଶ୍ୟକ ପଦକ୍ଷେପ ନେବେ । ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ପିଲାର ଦାୟିତ୍ବ ନେଇଥିବା ଆତ୍ମୀୟଙ୍କ ସହ ନିୟମିତ ଯୋଗାଯୋଗରେ ରହି ପିଲାର ଭଲ ମନ୍ଦ ଉପରେ ନଜର ରଖବେ ।

ବିଜୁ ଶିଶୁ ସୁରକ୍ଷା ଯୋଜନା ଓ ଜୁଭେନାଇଲ ଜଷ୍ଟିସ ବୋର୍ଡରୁ ଆବଶ୍ୟକ ସ୍ଥଳେ ଏ ପିଲାମାନଙ୍କୁ ସହାୟତା ମିଳିପାରିବ । ଉପରୋକ୍ତ ଦୁଇ ବର୍ଗର ପିଲା ଯଦି ଆତ୍ମୀୟଙ୍କ ପାଖରେ ନରହି ଯଦି କୌଣସି ଚାଇଲ୍ଡ କେୟାର ଇଷ୍ଟିଚ୍ୟୁସନରେ ରୁହନ୍ତି । ତେବେ ସେ କ୍ଷେତ୍ରରେ ପିଲାଙ୍କ ବ୍ୟାଙ୍କ ଖାତାରେ ମାସିକ ଏକ ହଜାର ଟଙ୍କା recurring deposit ଭାବରେ ପ୍ରତି ମାସରେ ପିଲାକୁ ଅଠର ବର୍ଷ ହେବା ପର୍ଯ୍ୟନ୍ତ ଜମା କରାଯିବ । ପିଲାର ମାଗଣା ଯତ୍ନ ଓ ଅନ୍ୟ ଦାୟିତ୍ବ ଅନୁଷ୍ଠାନ ବହନ କରିବ । ପିଲାର ଶିକ୍ଷା, ସ୍ଵାସ୍ଥ୍ୟ ଓ ସୁରକ୍ଷା ବ୍ୟବସ୍ଥା ଉପର ବର୍ଣ୍ଣିତ ବ୍ୟବସ୍ଥା ଅନୁଯାୟୀ କରାଯିବ । ଯେଉଁ ଷେତ୍ରରେ ପିଲାର ରୋଜଗାର କରୁଥିବା ବାପା ବା ମାଆଙ୍କ ମୃତ୍ୟୁ ଘଟିଥିବ ଏବଂ ସେ ବଞ୍ଚି ରହିଥିବା ବାପା ବା ମା ପାଖରେ ରହୁଥିବ ସେ ଷେତ୍ରରେ ପିଲାକୁ ଅଠର ବର୍ଷ ହେବା ପର୍ଯ୍ୟନ୍ତ ତାର ଭରଣପୋଷଣ ପାଇଁ ବଞ୍ଚିଥିବା ମା ବା ବାପା କିମ୍ବା ପିଲାର ବ୍ୟାଙ୍କ ଖାତାରେ ମାସିକ ପନ୍ଦର ଶହ ଟଙ୍କା ଜମା କରାଯିବ । ପିଲାକୁ ଯଦି କେହି ପୋଷ୍ୟ ସନ୍ତାନ ଭାବରେ ଗ୍ରହଣ କରନ୍ତି ସେ ଷେତ୍ରରେ ଆଉ ସହାୟତା ମିଳିବ ନାହିଁ ।

ପିଲାର ମା’ ଯଦି ମଧୁବାବୁ ପେନସନ ପାଇଁ ଯୋଗ୍ୟ ହୋଇଥାନ୍ତି ତେବେ ତାଙ୍କ ପାଇଁ ବିଧବା ଭତ୍ତା ମଞ୍ଜୁର କରାଯିବ । ଏହା ସହିତ ଉଭୟଙ୍କୁ ଜାତୀୟ ବା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ସୁବିଧା ମଧ୍ୟ ମିଳିବ । ଏହା ବ୍ୟତୀତ ମାଗଣା ଶିକ୍ଷା ସ୍ଵାସ୍ଥ୍ୟ ବୀମା ଆଦି ଉପର ବର୍ଣ୍ଣିତ ସମସ୍ତ ସୁବିଧା ପିଲାକୁ ମିଳିବ ।

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍, ଚାଇଲ୍ଡ ଲାଇନ୍ ତଥା ପଞ୍ଚାୟତ ସ୍ତରୀୟ କମିଟି ବ୍ଲକ କମିଟି frontline worker civil society ଜରିଆରେ ପିଲାଙ୍କୁ ଚିହ୍ନଟ କରି ତାଲିକା ପ୍ରସ୍ତୁତ କରିବେ । ଏହି ଯୋଜନା ପାଇଁ ଯୋଗ୍ୟ ପିଲା ବା ତାଙ୍କ ଦାୟିତ୍ବ ନେଇଥିବା ଆତ୍ମୀୟମାନେ ମଧ୍ୟ ମୃତ୍ୟୁ ପ୍ରମାଣପତ୍ର ସହ DCPUଙ୍କୁ ଆବେଦନ କରିପାରିବେ । ଅସମୟରେ ବାପା ମା ଙ୍କୁ ହରାଇ ଥିବା ଜଣେ ବି ଅସହାୟ ଶିଶୁ ଯେପରି ଏ ଯୋଜନାରୁ ବାଦ ନପଡେ ତାହା ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏଥିପାଇଁ ନିୟମିତ ଭାବରେ ପ୍ରତିବର୍ଷ ସ୍ବତନ୍ତ୍ର ଡ୍ରାଇଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

Last Updated : Jun 20, 2021, 9:52 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.