ଭୁବନେଶ୍ବର: ଦିଲ୍ଲୀରୁ ଫେରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପାଞ୍ଚ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗତ ୨୪ ତାରିଖ ଦିନ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରିଥିଲେ ।
ଗତ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଲୀ ଗସ୍ତ କରିଥିଲେ । ୨୬ ତାରିଖରେ ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ହୋଇଥିବା ମାଓପ୍ରଭାବିତ ରାଜ୍ୟ ମାନଙ୍କ ବୈଠକରେ ସାମିଲ ହୋଇଥିଲେ ମୁଖ୍ୟମନ୍ତ୍ରୀ ।
ଏହି ବୈଠକରେ ବିଶେଷ କରି ମାଓ ପ୍ରଭାବିତ ରାଜ୍ୟ ଛତିଶଗଡ, ଓଡିଶା, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ମହାରାଷ୍ଟ୍ର, ଝାଡଖଣ୍ଡ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନେ ସାମିଲ ହୋଇଥିଲେ । ମାଓ ମୁକାବିଲାକୁ ନେଇ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନେ ନିଜର ମତ ରଖିଥିଲେ ଏବଂ କି ଭଳି ମାଓ ସଂଗଠନକୁ ମୂଳପଛ କରାଯିବ ସେ ନେଇ ଆଲୋଚନା କିରଥିଲେ ।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ